ବାଣପୁର ପୋଲିସ ଏବଂ ଅବକାରୀ ବିଭାଗର ମିଳିତ ଚଢାଉ: ବିପୁଳ ପରିମାଣର ଦେଶୀ ମଦ ଜବତ, ଦୁଇ ଗିରଫ

Published: Apr 24, 2022, 7:47 pm IST

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଜିଲ୍ଲା ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ଦାମିଆବରବରା ପଞ୍ଚାୟତର ଶାଳିଆ ଡ୍ୟାମ ପାର୍ଶ୍ୱବର୍ତ୍ତୀ ପଣସଡିହ ଗ୍ରାମରେ ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ଦେଶୀ ମଦ ଭାଟି ଉପରେ ମିଳିତ ଚଢ଼ାଉ କରାଯାଇଛି।

ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ ଏବଂ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନଙ୍କ ନେତୃତ୍ୱରେ ବାଣପୁର ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢାଉ କାର୍ଯ୍ୟ ଆରମ୍ଭ ହୋଇଥିଲା। ଚଢାଉ ସମୟରେ ମୋଟ ୪ ହଜାର ୬ ଶହ କେଜି ଗୁଡ ମିଶ୍ରିତ ମହୁଲି ପୋଚ ଓ ୨୬୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ଉକ୍ତ ଚଢାଉରେ ଟାଙ୍ଗୀ ଅତିରିକ୍ତ ତହସିଲଦାର ଶରତ ଦେହୁରୀ, ବାଲୁଗାଁ ଅବକାରୀ ଅଧିକାରୀ ରଞ୍ଜନ ଦାସ, ଟାଙ୍ଗୀ ଅବକାରୀ ଏଏସଆଇ ବିଶ୍ୱମ୍ଭର ବିଶ୍ୱାଳ, ବାଲୁଗାଁ ଅବକାରୀ ଏଏସଆଇ ରଜନୀ ମିଞ୍ଜ, ବାଣପୁର ପୋଲିସ ଏଏସଆଇ ରମାକାନ୍ତ ପୁହାଣ ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ଓ ପୋଲିସ ଫୋର୍ସ ସାମିଲ ଥିଲେ। କିନ୍ତୁ ଦେଶୀ ମଦ ବେପାରୀ ଜଙ୍ଗଲର ସୁଯୋଗ ନେଇ ଘଟଣାସ୍ଥଳରୁ ଖସି ପଳାଇବାକୁ ସକ୍ଷମ ହୋଇଥିଲେ।ଏହି ପରିପ୍ରେକ୍ଷୀରେ ଅବକାରୀ ବିଭାଗ ଗୋଟାଏ ମାମଲା ରୁଜୁ କରିଛି। ସେହିପରି ଭାବେ ଆଜି ଟାଙ୍ଗୀ ଥାନା ଅଞ୍ଚଳରୁ ଦୁଇ ଜଣ ଦେଶୀ ମଦ ବେପାରୀକୁ ଅବକାରି ବିଭାଗ ଗିରଫ କରିଥିବାର ସୂଚନା ମିଳିଛି।

Related posts