
କୁଲଗାମ: ଜମ୍ମୁ କାଶ୍ମୀରର କୁଲଗାମରେ ଆତଙ୍କବାଦୀଙ୍କ ସହ ଏନକାଉଣ୍ଟର ଚାଲିଛି। ସୁରକ୍ଷା ବାହିନୀ ଦୁଇରୁ ତିନି ଜଣ ଆତଙ୍କବାଦୀଙ୍କୁ ଘେରି ରହିଛନ୍ତି। କୁହାଯାଉଛି ଯେ, ଜଣେ ବିଦେଶୀ ଆତଙ୍କବାଦୀ ମଧ୍ୟ ସେଥିରେ ସାମିଲ ଅଛନ୍ତି। ଆତଙ୍କବାଦୀମାନେ ଗୁଳି ଚଳାଇବା ପରେ ସୁରକ୍ଷା ବାହିନୀ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଉଭୟ ପାର୍ଶ୍ୱରୁ ଗୁଳି ବିନିମୟ ଜାରି ରହିଛି।