Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀ: ପାଦରୁ ଅଳତା ନ ଲିଭୁଣୁ ନବ ବଧୁକୁ ହତ୍ୟା ଅଭିଯୋଗ, ସ୍ଵାମୀ ଅଟକ
ଅପରାଧ

ଟାଙ୍ଗୀ: ପାଦରୁ ଅଳତା ନ ଲିଭୁଣୁ ନବ ବଧୁକୁ ହତ୍ୟା ଅଭିଯୋଗ, ସ୍ଵାମୀ ଅଟକ

June 11, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘାଟିଯାଇଛି। ପାଦରୁ ଅଳତା ନ ଲିଭୁଣୁ ନବ ବଧୁକୁ ମାରି ଦେଇଥିବା ଏକ ଖବର ହସ୍ତଗତ ହୋଇଛି। ନବ ବିବାହିତାଙ୍କ ସ୍ୱାମୀ ତାଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ସ୍ଵାମୀଙ୍କୁ ଥାନାରେ ଅଟକ ରଖାଯାଇଥିବା ଶୁଣାଯାଉଛି।

ପ୍ରାପ୍ତ ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ମଙ୍ଗଳା ଯୋଡି ଗ୍ରାମର ଦୀପକ କୁମାର ବେହେରା ପୁରୀ ଜିଲ୍ଲା କଣାସ ଥାନା ଅଁଳା ଯୋଡି ଗ୍ରାମର ପିଙ୍କି ରାଉତଙ୍କୁ ଗତ ୩ ମାସ ତଳେ ପ୍ରେମ ବିବାହ କରିଥିଲେ। ମାତ୍ର କିଛି ଦିନ ପରେ ପିଙ୍କିଙ୍କ ଉପରେ ସ୍ୱାମୀ ଦୀପକ ବେହେରା ଅତ୍ୟାଚାର ଆରମ୍ଭ କରିଥିବା ଅଭିଯୋଗ ହେଉଥିଲା। ଅତ୍ୟାଚାର ଦିନକୁ ଦିନ ବଢି ଚାଲିଥିଲା। ଗତ କାଲି ରାତିରେ ନବ ବଧୁର ମୃତ ଦେହ ଶୋଇବା ଘରେ ଝୁଲିଥିବା ଅବସ୍ଥାରେ ଉଦ୍ଧାର କରାଯାଇଥିଲା।

ଏ ନେଇ ମୃତକଙ୍କ ଭାଉଜ ଟାଙ୍ଗୀ ଥାନାରେ ଅଭିଯୋଗ କରିଵା ପରେ ପୋଲିସ୍ ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ପରେ ସ୍ୱାମୀ ଦୀପକ ବେହେରାଙ୍କୁ ପୋଲିସ ଅଟକ ରଖିଛି।

ତେବେ ସ୍ଥାନୀୟ ଲୋକଙ୍କ କହିବାନୁସାରେ ସ୍ୱାମୀ ଦୀପକ କୌଣସି କାମ ଧନ୍ଦା ନକରି ଗାଁରେ ଜୁଆ ଖେଳି ଆସୁଥିଲା। ଫଳରେ ସ୍ତ୍ରୀର ଜିନିଷ ପତ୍ର ବିକା ଭଙ୍ଗା କରି ଖର୍ଚ୍ଚ କରୁଥିଲେ। ତେଣୁ ପରିଵାର ଭିତରେ ସଦା ସର୍ବଦା ଝଗଡା ଲାଗିରହୁଥିଲା।

ଗତ ୩ ଦିନ ତଳେ ଘରୁ ଏକ ମୋବାଇଲ ଫୋନ୍ ବନ୍ଧା ପକାଇବାକୁ କେନ୍ଦ୍ର କରି ଘରେ ତୁମୁଳ ସଂଘର୍ଷ ଲାଗିଥିବାର ଶୁଣିବାକୁ ମିଳିଥିଲା। ତେଣୁ ଏହି କାରଣରୁ ଗତ କାଲି ଏଭଳି ଅଘଟଣ ଘଟି ଥାଇପାରେ ବୋଲି ସନ୍ଦେହ କରାଯାଉଛି। ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଦେଇଛନ୍ତି। ତେଣୁ ପୋଲିସ୍ ର ଅନୁସନ୍ଧାନ ପରେ ପ୍ରକୃତ ତଥ୍ୟ ଲୋକ ଲୋଚନକୁ ଆସିବ ବୋଲି କୁହାଯାଉଛି।

ଟାଙ୍ଗୀ ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026
Latest News

ଆଜି ଜୁନ୍ ୨୧ ରବିବାରରେ ଏହି ରାଶିର ଭାଗ୍ୟରେ ଯାହା ଘଟିବ, ଜାଣିଲେ ହେବେ ଆଶ୍ଚର୍ଯ୍ୟ

June 21, 2026

ରାୟଗଡା ଭିଡ଼ ହିଂସା ମାମଲାରେ ବଡ଼ ଆକ୍ସନ୍ : ‘ରେଡ୍ ଫ୍ଲାଗ୍’ କେସ୍ ଘୋଷଣା ପାଇଁ ସୁପାରିଶ

June 21, 2026

ଟ୍ରାଫିକ ଜାମରୁ ମିଳିବ କି ମୁକ୍ତି : ଟ୍ଵିନ ସିଟି ଟ୍ରାଫିକ ସମସ୍ୟା ପାଇଁ କମିଟି ଗଠନ

June 20, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026

ପୁଣି ହର୍ମୁଜ୍‌ରେ ସଙ୍କଟ : ଭାରତକୁ ଆଶ୍ୱସ୍ତି, ୩ ଟ୍ୟାଙ୍କର ସୁରକ୍ଷିତ

June 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.