Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରୁ ନାବାଳିକାଙ୍କ ଅପହୃତ ମାମଲା: ଦୁଇ ମାସରୁ ଉର୍ଦ୍ଧ୍ଵ ସମୟ ବିତିଯାଇଥିଲେ ମଧ୍ୟ ପୋଲିସ ବିଫଳ
ଅପରାଧ

ବାଣପୁରରୁ ନାବାଳିକାଙ୍କ ଅପହୃତ ମାମଲା: ଦୁଇ ମାସରୁ ଉର୍ଦ୍ଧ୍ଵ ସମୟ ବିତିଯାଇଥିଲେ ମଧ୍ୟ ପୋଲିସ ବିଫଳ

June 19, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଭବାନୀପୁର ପଞ୍ଚାୟତର ଜନୈକ ନାବାଳିକା ଗତ ଦୁଇ ମାସରୁ ଉର୍ଦ୍ଧ୍ଵ ସମୟ ହେଲା ଅପହୃତ ହୋଇଥିବା ଅଭିଯୋଗ ହୋଇଛି।  କିନ୍ତୁ ଏଯାବତ ପୋଲିସ ତାଙ୍କୁ ଉଦ୍ଧାର କରିବାରେ ବିଫଳ ହୋଇଥିବାର ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ନାବାଳିକାଙ୍କ ପରିବାରବର୍ଗ ଅଭିଯୋଗ କରିଛନ୍ତି।

ଏ ନେଇ ନାବାଳିକଙ୍କ ପରିବାର ପକ୍ଷରୁ ମାର୍ଚ୍ଚ ୩୦ ତାରିଖ ଦିନ ବାଣପୁର ଥାନାରେ ଏକ ଏତଲା ଦିଆଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ବାଲୁଗାଁ ଏସଡିପିଓଙ୍କୁ ମଧ୍ୟ ଅବଗତ କରାଯାଇଥିଲା। କିନ୍ତୁ କିଛି ସୁଫଳ ନମିଳିବାରୁ ପରିବାର ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାପାଳ, ଏସପି ଏବଂ ମାନବାଧିକାର କମିଶନଙ୍କ ନିକଟକୁ ଅଭିଯୋଗ କରାଯାଇଥିଲା।

ମଇ ୨ ତାରିଖରେ ମାନବାଧିକାର କମିଶନ କେଶ ନମ୍ବର ୫୮୪/୨୨ ରେ ଏକ ମାମଲା ରୁଜୁ କରିବା ସହ ଖୋର୍ଦ୍ଧା ଏସପିଙ୍କୁ ଉକ୍ତ ଘଟଣାର ତଦନ୍ତ କରି ଦୁଇ ସପ୍ତାହ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତଥାପି ପୋଲିସ ଜନୈକ ନାବାଳିକାଙ୍କୁ ଉଦ୍ଧାର କରିବାରେ ବିଫଳ ହେବାରୁ ପରିବାର ପକ୍ଷ ଓଡ଼ିଶା ଉଚ୍ଚ ନ୍ୟାୟାଳୟରେ ଏ ବାବଦରେ ସିଆରଏଲପି କେଶ ନମ୍ବର ୬୫୪/୨୨ ରେ ଏକ ମାମଲା ରୁଜୁ କରିଥିଲେ।

ଗତ ମଇ ୨୦ ତାରିଖ ଦିନ ଉଚ୍ଚ ନ୍ୟାୟାଳୟ ଉକ୍ତ ମାମଲାକୁ ୨୮ ଦିନ ଭିତରେ ସମାଧାନ କରିବାକୁ ଖୋର୍ଦ୍ଧା ଏସପିଙ୍କୁ ନିର୍ଦ୍ଦେଶ ଦେଇଥିଲେ ସୁଦ୍ଧା ଅଦ୍ୟାବଧି ପୋଲିସ ପକ୍ଷରୁ କୌଣସି ସକାରାତ୍ମକ ପ୍ରତିଶୃତି ମିଳିପାରିନାହିଁ।

ଏହି ପରିପ୍ରେକ୍ଷୀରେ ନାବାଳିକାଙ୍କ ପରିବାରବର୍ଗ ଦୋଷୀ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ଏବଂ ନାବାଳିକାଙ୍କୁ ଉଦ୍ଧାର କରିବା ପାଇଁ ଗଣମାଧ୍ୟମ ଜରିଆରେ ପୋଲିସ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏବଂ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି।

ଅନୁରୂପ ଭାବେ ଏ ନେଇ ବାଲୁଗାଁ ଏସଡିପି ମାନସ ରଞ୍ଜନ ବାରିକଙ୍କ ପ୍ରତିକ୍ରିୟା ନେବାରୁ ମାମଲାର ତଦନ୍ତ କ୍ଷିପ୍ରଗତିରେ ଚାଲିଛି ଏବଂ ଖୁବ ଶୀଘ୍ର ଉକ୍ତ ମାମଲାର ସମାଧାନ ହେବ ବୋଲି କହିଛନ୍ତି।

ନାବାଳିକା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026
Latest News

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ଯୁଯୁମୁରା ଉପବଜାର ପ୍ରାଙ୍ଗଣରେ ମେଗା ରକ୍ତଦାନ ଶିବିର

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ବନ୍ୟା ପରିସ୍ଥିତି ରିଲିଫ୍‌ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ଚାରି ମନ୍ତ୍ରୀଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.