Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଏଟିଏମ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ଖୋର୍ଦ୍ଧା ଟାଉନ ଥାନା ପୋଲିସ, ପାଞ୍ଚ ଅଭିଯୁକ୍ତ ଗିରଫ
ଅପରାଧ

ଏଟିଏମ ଲୁଟେରା ଗ୍ୟାଙ୍ଗର ପର୍ଦ୍ଦାଫାସ କଲା ଖୋର୍ଦ୍ଧା ଟାଉନ ଥାନା ପୋଲିସ, ପାଞ୍ଚ ଅଭିଯୁକ୍ତ ଗିରଫ

June 21, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଟାଉନ ଥାନା ପୋଲିସ ଏକ ଏଟିଏମ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଖବର ମୁତାବକ ନିକଟରେ ଟାଉନ ଥାନା ଅନ୍ତର୍ଗତ ମୁକ୍ତାପୁର ସ୍ଥିତ ଇଣ୍ଡିକ କଲେଜ ନିକଟରେ ଥିବା ଏକ ଏଟିଏମ ମେସିନ ଭାଙ୍ଗି ଟଙ୍କା ଲୁଟ ଉଦ୍ୟମ ବେଳେ ପୋଲିସ ଗାଡିକୁ ଦେଖି ଦୁର୍ବୁତ୍ତ ମାନେ ଫେରାର ହୋଇଯାଇଥିଲେ। ଏହି ପରିପ୍ରେକ୍ଷୀରେ ଟାଉନ ଥାନା ପୋଲିସ କେଶ ନମ୍ବର ୨୮୨/୨୨ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିଲା।

ତେବେ ଉକ୍ତ ଲୁଟ ଉଦ୍ୟମରେ ସାମିଲ ଥିବା ଦୁର୍ବୁତ୍ତଙ୍କ ପତ୍ତା ଆଜି ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ କୌଣସି ସୂତ୍ରରୁ ପାଇଥିଲେ। ସଙ୍ଗେସଙ୍ଗେ ଏସପିଙ୍କ ନିର୍ଦ୍ଦେଶକ୍ରମେ ଖୋର୍ଦ୍ଧା ଏସଡିପିଓ ସୁଶୀଲ ମିଶ୍ର ଏବଂ ଟାଉନ ଥାନା ଇନଚାର୍ଜ ଡ଼ିଏସପି ସଞ୍ଜୟ ପଟ୍ଟନାୟକଙ୍କ ତତ୍ୱାବଧାନରେ ଏସଆଇ ପଦ୍ମଲୋଚନ ବେହରାଙ୍କ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ବାଙ୍କୀ ଏବଂ ଅନ୍ୟାନ୍ୟ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଚଢ଼ାଉରେ ଉକ୍ତ ଲୁଟ ଉଦ୍ୟମରେ ସାମିଲ ଥିବା ସମସ୍ତ ପାଞ୍ଚ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ।

ସୂଚନା ଥାଉକି ଉକ୍ତ ଦିନ ଲୁଟ ଉଦ୍ୟମ ବେଳେ ଦୁର୍ବୁତ୍ତମାନେ ଏକ ଅଟୋ ରିକ୍ସାର ସାହାଯ୍ୟ ନେଇଥିଲେ ଏବଂ ପୋଲିସକୁ ଦେଖି ଘଟଣାସ୍ଥଳରେ ଦୁଇ ଗୋଟି ବାଇକ ଘଟଣାସ୍ଥଳରେ ଛାଡି ପଳାଇଥିଲେ। ଗିରଫ ଅଭିଯୁକ୍ତମାନେ ହେଲେ ସୁଶାନ୍ତ ସାମନ୍ତରାୟ (୩୨), ଶତ୍ରୁଜିତ ବେହେରା (୨୨), ଦିଲ୍ଲୀପ କୁମାର ସାହୁ (୨୧), ଅଭିମନ୍ୟୁ ବେହେରା (୨୨) ଏବଂ ଦୁଷ୍ମନ୍ତ ସାହୁ (୨୦)। ସେମାନଙ୍କ ନିକଟରୁ ପୋଲିସ ଏକ ଚୋରା ନମ୍ବର ବିଶିଷ୍ଟ ବାଇକ, ଏକ ନାଲି ରଙ୍ଗର ଅପାଚି ବାଇକ ଏବଂ ଗୋଟେ ଅଟୋ ରିକ୍ସା ଜବତ କରିଛି। ସମସ୍ତ ଅଭିଯୁକ୍ତଙ୍କୁ ଆଜି ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି।

ଏଟିଏମ ଲୁଟେରା ଖୋର୍ଦ୍ଧା ଟାଉନ ଥାନା ପୋଲିସ ପାଞ୍ଚ ଅଭିଯୁକ୍ତ ଗିରଫ ଲୁଟେରା ଗ୍ୟାଙ୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026
Latest News

ଦ୍ରୁତଗାମୀ ଟ୍ରକ୍ ଏବଂ ଟାଟା ମ୍ୟାଜିକ୍ ଭ୍ୟାନ ମୁହାଁମୁହିଁ ଧକ୍କା : ୯ ମୃତ

May 18, 2026

ତେଲ ନେଲା ଜୀବନ

May 18, 2026

କୋର କମିଟି ବୈଠକରେ ନୀତିନ ନବୀନ

May 18, 2026

ଆଜି ଶପଥ ନେବେ ଭି.ଡି. ସତିସନ୍

May 18, 2026

ଜଗମରା ଫୁଡ କୋର୍ଟରେ ଅଗ୍ନିକାଣ୍ଡ

May 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.