Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁରରେ ଅବକାରୀ ଚଢ଼ାଉ, ୬ ହଜାର ଲିଟର ପୋଚ ନଷ୍ଟ
ଅପରାଧ

ବାଣପୁରରେ ଅବକାରୀ ଚଢ଼ାଉ, ୬ ହଜାର ଲିଟର ପୋଚ ନଷ୍ଟ

July 3, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ବାଣପୁର ଥାନା ଅନ୍ତର୍ଗତ ଶାଳିଆ ଡ୍ୟାମ ପ୍ରଧାନ ସାହି ଅଞ୍ଚଳର ଦେଶୀ ମଦ ଭାଟି ଉପରେ ଚଢ଼ାଉ କରିଛି। ଚଢ଼ାଉ ବେଳେ ଅବକାରୀ ବିଭାଗ ୫ ହଜାର ୬ ଶହ ଲିଟର ପୋଚ ଏବଂ ୫୪୦ ଲିଟର ଦେଶୀ ମଦ ଉକ୍ତ ସ୍ଥାନରୁ ଜବତ କରି ନଷ୍ଟ କରିଦେଇଛି।

ତେବେ ଜଙ୍ଗଲର ସୁଯୋଗ ନେଇ ମଦ ବେପାରି ମାନେ ଘଟଣାସ୍ଥଳରୁ ଫେରାର ହେବାକୁ ସକ୍ଷମ ହୋଇଛନ୍ତି।

ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ ପ୍ରଧାନ, ଖୋର୍ଦ୍ଧା ଅବକାରୀ ଅଧିକାରୀ ବି. ମନୋଜ କୁମାର, ବାଲୁଗାଁ ଅବକାରୀ ଅଧିକାରିଣୀ ସୁନିତା ଦଳାଇ ଏବଂ ଅନ୍ୟାନ୍ୟ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

ଅନୁରୂପ ଭାବେ ବାଲୁଗାଁ ଥାନା ବଡ଼କୁଳ ଅଞ୍ଚଳରୁ ଜଣେ ମଦ ବେପାରିକୁ ୨୦ ଲିଟର ଦେଶୀ ମଦ ସହ ଅବକାରୀ ବିଭାଗ ଗିରଫ କରି କୋର୍ଟଚାଲାଣ କରିଥିବାର ଜଣାପଡିଛି।

ସେହିଭଳି ଆଜି ସଂନ୍ଧ୍ୟାରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନାର ନୂତନ ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କ ନିର୍ଦ୍ଦେଶକ୍ରମେ ଏସଆଇ ଚନ୍ଦନ ଦାସ ରାଣୀପଡ଼ା ଗ୍ରାମ ବିଦ୍ୟାଳୟ ନିକଟରେ ଚଢ଼ାଉ କରି ଜଣେ ଦେଶୀ ମଦ ବେପାରିଙ୍କୁ ଗିରଫ କରିଛନ୍ତି। ଗିରଫ ଅଭିଯୁକ୍ତ ଜଣକ ହେଲେ ମୋଚିରାମ ଦାସ। ତାଙ୍କ ନିକଟରୁ ୬୦ ରୁ ଉର୍ଦ୍ଧ୍ଵ ଲିଟର ଦେଶୀ ମଦ ଜବତ କରିଛି ପୋଲିସ। ଏ ସଂକ୍ରାନ୍ତରେ ବାଣପୁର ଥାନାରେ ଏକ ମାମଲା ରୁଜୁ କରାଯାଇ ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଛି।

ଖୋର୍ଦ୍ଧା ଜିଲ୍ଲାପାଳ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026
Latest News

ଅବସରପ୍ରାପ୍ତ ଶିକ୍ଷକ କର୍ମଚାରୀମାନଙ୍କୁ ପେନସନ୍ ଦାବିରେ ଗାନ୍ଧିମାର୍ଗରେ ଗଣଧାରଣା ଜାରୀ

August 26, 2026

ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସୂଚନା ଓ ଲୋକସମ୍ପର୍କ ବିଭାଗ ସଚିବମାନଙ୍କର ଜାତୀୟ ସମ୍ମିଳନୀ

August 26, 2026

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.