Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିପଦରେ ଚତୁର୍ଥସ୍ତମ୍ଭ: କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ବଢୁଛି ଆକ୍ରମଣ, ସୁରକ୍ଷା ଦାବୀରେ ବିଶାଳ ଶୋଭାଯାତ୍ରା
ଅପରାଧ

ବିପଦରେ ଚତୁର୍ଥସ୍ତମ୍ଭ: କାର୍ଯ୍ୟରତ ସାମ୍ବାଦିକଙ୍କ ଉପରେ ବଢୁଛି ଆକ୍ରମଣ, ସୁରକ୍ଷା ଦାବୀରେ ବିଶାଳ ଶୋଭାଯାତ୍ରା

July 24, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା

କଳାହାଣ୍ଡି: ରାଜ୍ୟରେ ଦିନକୁ ଦିନ ଚତୁର୍ଥ ସ୍ତମ୍ଭ ବା କାର୍ଯ୍ୟରତ ସାମ୍ବାଦିକ ମାନଙ୍କ ଉପରେ ଆକ୍ରମଣ ଦେଖିବାକୁ ମିଳୁଛି। କିଛି ଦିନ ତଳେ ଜୁନାଗଡ଼ ସହରର ବରିଷ୍ଠ ସାମ୍ବାଦିକ ପ୍ରଶାନ୍ତ ପଣ୍ଡାଙ୍କୁ ଜଣେ ଦୁର୍ବୁତ୍ତ ମରଣାନ୍ତକ ଆକ୍ରମଣ କରିଥିଲେ। ସାମ୍ବାଦିକମାନଙ୍କ ଉପରେ ମରଣାନ୍ତକ ଆକ୍ରମଣ, ଅମାନବୀୟ ଅତ୍ୟାଚାର ହେଉଥିଲେ ସୁଦ୍ଧା ଏନେଇ ସରକାର କୌଣସି ଆଇନ ଲାଗୁ ନ କରିବା ନେଇ ସାମ୍ବାଦିକ ମାନଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଛି। ଏନେଇ ଆଜି କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସହରଠାରେ କଳାହାଣ୍ଡି ଜିଲ୍ଲା ସାମ୍ବାଦିକ ସମୂହ ପକ୍ଷରୁ ସ୍ଥାନୀୟ ମାଁ ଲଙ୍କେଶ୍ୱରୀ ମନ୍ଦିର ଠାରୁ ଏକ ଶୋଭାଯାତ୍ରାରେ ବାହାରି ସଂସ୍କୃତି ଭବନ ପର୍ଯ୍ୟନ୍ତ ଯାଇଥିଲେ।

ସେଠାରେ ଜୁନାଗଡ଼ ଅତିରିକ୍ତ ତହସିଲଦାରଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହି ଦାବୀରେ ଓଡ଼ିଶାରେ କାର୍ଯ୍ୟରତ ସାମ୍ବାଦିକ ମାନଙ୍କୁ ଆକ୍ରମଣ ହେଉଥିବା ନେଇ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ, ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ, ଗୋପବନ୍ଧୁ ସାମ୍ବାଦିକ ସ୍ଵାସ୍ଥ୍ୟ ବୀମା ରାଶି ୨ ଲକ୍ଷରୁ ୫ ଲକ୍ଷକୁ ବୃଦ୍ଧି କରିବା, ଗୋପବନ୍ଧୁ ସ୍ଵାସ୍ଥ୍ୟବୀମାରେ ସାମ୍ବାଦିକଙ୍କ ପିତାମାତାଙ୍କୁ ଅନ୍ତର୍ଭୁକ୍ତ କରିବା, ଅବସରପ୍ରାପ୍ତ ସାମ୍ବାଦିକଙ୍କୁ ପେନସନ ଯୋଜନାରେ ଅନ୍ତର୍ଭୁକ୍ତ କରିବା, କାର୍ଯ୍ୟରତ ସାମ୍ବାଦିକଙ୍କୁ ବସ ଓ ରେଳ ଯାତ୍ରାରେ ରିହାତି ସୁବିଧା ପ୍ରଦାନ ଦାବୀ ନେଇ ଦାବିପତ୍ର ପ୍ରଦାନ କରିଥିଲେ।

https://thesamikhsya.com/odia/wp-content/uploads/2022/07/WhatsApp-Video-2022-07-24-at-7.18.31-PM.mp4

ଏହି ଅବସରରେ ସଂସୃତି ଭବନରେ ଜୁନାଗଡ଼ ସାମ୍ବାଦିକ ସଂଘ ସଭାପତି ହିମାଂଶୁ ଶେଖର ବରାଡ଼ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ବରିଷ୍ଠ ସାମ୍ବାଦିକ ଶେଷଦେବ ବେହେରା, କମ୍ବୁପାଣି ମିଶ୍ର, ବିରଞ୍ଚି ଜାଲ, ସନ୍ତୋଷ କୁମାର ସିଂହଦେଓ, ମହମଦ ଅଲି, ରଜନୀକାନ୍ତ ମିଶ୍ର ପ୍ରମୁଖ ମଞ୍ଚାସିନ ଥିଲେ। ଜୁନାଗଡ଼ ସାମ୍ବାଦିକ ସଂଘ ସମ୍ପାଦକ ନରେନ୍ଦ୍ର କ୍ଷିତି ଧନ୍ୟବାଦ ଅର୍ପଣ କରିଥିଲେ।

ଅନ୍ୟ ବରିଷ୍ଠ ସାମ୍ବାଦିକ ମାନଙ୍କ ମଧ୍ୟରେ ଅର୍ଜୁନ ପଟ୍ଟନାୟକ, ଇଙ୍ଗିତ ପଣ୍ଡା, ଅଂଶୁମାନ ପାତ୍ର ପ୍ରମୁଖ ସାମ୍ୱାଦିକ ମାନଙ୍କୁ ହେଉଥିବା ଆକ୍ରମଣର ଦୃଢ ପ୍ରତିବାଦ କରିବା ସହ ଆଗାମୀ ଦିନରେ ରାଜ୍ୟ ସରକାର ସାମ୍ବାଦିକ ସୁରକ୍ଷା ଆଇନ ପ୍ରଣୟନ ନ କରନ୍ତି ତାହେଲେ ଆନ୍ଦୋଳନକୁ ତୀବ୍ର କରାଯିବ ବୋଲି ମତପୋଷଣ କରିଥିଲେ।

ଆଜିର ଏହି ଶୋଭାଯାତ୍ରାରେ କଳାହାଣ୍ଡି ଜିଲ୍ଲାର ୧୩ ଟି ବ୍ଲକ ସମସ୍ତ ସମ୍ବାଦିକମାନେ ଯୋଗଦେଇଥିଲେ।

କାର୍ଯ୍ୟରତ ସାମ୍ବାଦିକ ବିଶାଳ ଶୋଭାଯାତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.