Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବାଘମାରି ଥାନା ଅଞ୍ଚଳରୁ ୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଅପରାଧ

ଖୋର୍ଦ୍ଧା: ବାଘମାରି ଥାନା ଅଞ୍ଚଳରୁ ୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

July 25, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରି ଥାନା ଅଞ୍ଚଳରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ପୋଲିସ ଜବତ କରିଛି। ସୂଚନା ମୁତାବକ ବାଘମାରି ଥାନା ଅନ୍ତର୍ଗତ ପୋଡ଼ାଡିହ ଗ୍ରାମ ମହିଷାସୁଣି ମନ୍ଦିର ପାଖେ ଥିବା ଏକ ଆଜବେଷ୍ଟସ ଘରେ ବ୍ରାଉନସୁଗାର କାରବାର ଚାଲିଥିବାର ଖବର ଏସପି ସିଦ୍ଧାର୍ଥ କାଟାରିଆ ପାଇଥିଲେ। ସଙ୍ଗେସଙ୍ଗେ ଏସପିଙ୍କ ନିର୍ଦ୍ଦେଶକ୍ରମେ ଏବଂ ଏସଡିପିଓ ସୁଶୀଲ ମିଶ୍ରଙ୍କ ତତ୍ୱାବଧାନରେ ଇନ୍ସପେକ୍ଟର ରଶ୍ମିରଞ୍ଜନ ଦାସ ସ୍ୱତନ୍ତ୍ର ସ୍କ୍ୱାର୍ଡର ସହଯୋଗରେଙ୍କ ଏକ ଟିମ ଗଠନ କରି ଆଜି ଅପରାହ୍ନରେ ସମ୍ପୃକ୍ତ ଅଞ୍ଚଳରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ପୋଡ଼ାଡିହ ଗ୍ରାମର ବ୍ରାଉନସୁଗାର ବେପାରି ଭରତ ସେଠି (୬୧) ଗିରଫ ହୋଇଥିବାବେଳେ ଅନ୍ୟ ଜଣେ ବେପାରି ପ୍ରଭାତ ସେଠି ଘଟଣାସ୍ଥଳରୁ ଖସି ପଳାଇବାକୁ ସକ୍ଷମ ହୋଇଥିଲେ। ଭାରତଙ୍କ ନିକଟରୁ ପୋଲିସ ୬୧.୮୩ ଗ୍ରାମ ବ୍ରାଉନସୁଗାର ଏବଂ ଏକ ବାଇକ ଜବତ କରିଛି। ଜବତ ବ୍ରାଉନସୁଗାରର ମୂଲ୍ୟ ପାଖାପାଖି ୭ ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି।

ଏହି ପରିପ୍ରେକ୍ଷୀରେ ବାଘମାରି ଥାନା ପୋଲିସ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ କେଶ ନମ୍ବର ୯୨/୨୨ ରେ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିଛି।  ଉକ୍ତ ଚଢ଼ାଉରେ ଏସଆଇ ବ୍ରହ୍ମାନନ୍ଦ ସ୍ୱାଇଁ, ଏଏସଆଇ ରମାକାନ୍ତ ପୁହାଣ ଏବଂ ସ୍ୱତନ୍ତ୍ର ସ୍କ୍ୱାର୍ଡର ପୋଲିସ କର୍ମଚାରୀମାନେ ସାମିଲ ଥିବା ବେଳେ ଉକ୍ତ ମାମଲାର ତଦନ୍ତ କରିବେ ବାଘମାରି ଥାନାଧିକାରିଣୀ ପ୍ରଜ୍ଞା ରିତମ୍ଭରା କର।

ଖୋର୍ଦ୍ଧା ବାଘମାରି ଥାନା ବ୍ରାଉନସୁଗାର ଜବତ ସିଦ୍ଧାର୍ଥ କାଟାରିଆ
Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026
Latest News

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 15, 2026

ବରିଷ୍ଠ ପୁଲିସ ଅଧିକାରୀ ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ମିଳିଲା ଆଗାମୀ ରଥଯାତ୍ରାର ଦାୟିତ୍ୱ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.