Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ: ଦୁଇ ମୋବାଇଲ ଲୁଟେରା ଗିରଫ, ୧୦ ଫୋନ ଜବତ
ଅପରାଧ

ବାଲୁଗାଁ: ଦୁଇ ମୋବାଇଲ ଲୁଟେରା ଗିରଫ, ୧୦ ଫୋନ ଜବତ

August 19, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଏବଂ ଖୋର୍ଦ୍ଧା ରୋଡ଼ ଜିଆରପି ମିଳିତ ଭାବେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଆଜି ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛନ୍ତି। ଉକ୍ତ ଦୁଇ ଲୁଟେରା ଟାଙ୍ଗୀ ଏବଂ ବାଣପୁର ଥାନା ଅଞ୍ଚଳର ବୋଲି ସୂଚନା ମିଳିଛି। ଏମାନେ ଅଭ୍ୟାସଗତ ଅପରାଧୀ ହୋଇଥିବା ବେଳେ ବିଭିନ୍ନ ପ୍ଲାଟଫର୍ମରୁ ଟ୍ରେନ ଯାଉଥିବା ସମୟରେ ଯାତ୍ରୀଙ୍କଠାରୁ ମୋବାଇଲ ଛଡାଇ ଫେରାର ହେଇଯାଉଥିଲେ।

ତେବେ ଦୀର୍ଘ ଦୁଇ ଦିନର ଅପରେସନ ପରେ ଗିରଫ ହୋଇଛନ୍ତି ଉକ୍ତ ଦୁଇ ଅଭିଯୁକ୍ତ। ସେମାନଙ୍କ ନିକଟରୁ ୬ ଗୋଟି ସ୍ମାର୍ଟ ଫୋନ ଏବଂ ୪ ଗୋଟି କି ପ୍ୟାଡ଼ ଫୋନ ଜବତ କରିଛି ରେଳବାଇ ପୋଲିସ ଯାହାର ମୂଲ୍ୟ ୯୬ ହଜାର ଟଙ୍କା ହେବ। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ଖୋର୍ଦ୍ଧା ରୋଡ଼ ଜିଆରପି କେଶ ନମ୍ବର ୧୦୬/୨୨ ରେ ଏକ ମାମଲା ରୁଜୁକରି ଉଭୟଙ୍କୁ ଖୋର୍ଦ୍ଧା କୋର୍ଟରେ ହାଜର କରାଯାଇଥିବାର ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟ ସୂଚନା ଦେଇଛନ୍ତି।

ସୂଚନା ଥାଉକି ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନର ବାଲୁଗାଁ ସମେତ ବିଭିନ୍ନ ଷ୍ଟେସନରେ ବାରମ୍ବାର ମୋବାଇଲ ଲୁଟ ଅଭିଯୋଗ ହେବା ପରେ ଆରପିଏଫ ଏପରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଆଗକୁ ମଧ୍ୟ ଏପରି ଧରପଗଡ଼ ଜାରି ରହିବ ବୋଲି ଆରପିଏଫ କହିଛି।

ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ବାଲୁଗାଁ ମୋବାଇଲ ଲୁଟେରା
Share. Facebook Twitter LinkedIn Email WhatsApp Copy Link

Related Posts

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026
Latest News

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026

ଝଡ଼ରେ ଫସିଲା ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: ସୁରକ୍ଷିତ ବାହାର କଲେ ପାଇଲଟ୍

May 7, 2026

ନିଟ୍ ୟୁଜି-୨୦୨୬: ଏହି ଚାରୋଟି ରାଜ୍ୟରୁ ପୂରଣ ହେଲା ୪୧% ରୁ ଅଧିକ ଫର୍ମ

May 7, 2026

ମହାନଦୀରେ ସଂଗୃହିତ ଜଳରାଶି ସମ୍ପର୍କିତ ତଥ୍ୟ ବିଭ୍ରାନ୍ତିକର: ମହାନଦୀ ବଞ୍ଚାଓ ଆନ୍ଦୋଳନ

May 7, 2026

ପାକିସ୍ତାନ ବିପକ୍ଷରେ ଅଷ୍ଟ୍ରେଲିଆର ଦିନିକିଆ ସିରିଜ: IPL ଛାଡିବେ କି କଙ୍ଗାରୁ ଖେଳାଳି?, ଜାଣନ୍ତୁ ଅପଡେଟ୍

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.