Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟାଙ୍ଗୀକୁ ବ୍ୟାପିଲା ଧଳା ଜହର ଆତଙ୍କ, ବ୍ରାଉନସୁଗାର ସହ ଜଣେ ଗିରଫ
ଅପରାଧ

ଟାଙ୍ଗୀକୁ ବ୍ୟାପିଲା ଧଳା ଜହର ଆତଙ୍କ, ବ୍ରାଉନସୁଗାର ସହ ଜଣେ ଗିରଫ

August 27, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲାର ୮୦ ପ୍ରତିଶତ ଅଞ୍ଚଳ ବ୍ରାଉନ ସୁଗାର କବଳରେ ଥିବା ବେଳେ ଟାଙ୍ଗୀ, ବାଣପୁର ଓ ବାଲୁଗାଁ ଅଞ୍ଚଳ ଏଥିରୁ ବାଦ ପଡିଥିଲା। ତେବେ ବର୍ତ୍ତମାନ ଉକ୍ତ ଅଞ୍ଚଳ ଗୁଡ଼ିକରେ ମଧ୍ୟ ଧଳା ଜହର କାରବାର ହେବାର ଠାବ ହୋଇଛି। ଗତକାଲି ରାତିରେ ଟାଙ୍ଗୀ ଥାନା ସୁନ୍ଦରପୁର ଅଞ୍ଚଳରେ ଚଢ଼ାଉ କରି ବ୍ରାଉନ ସୁଗାର ଜବତ ସହ ଜଣେ ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସର୍ବେଶ୍ୱର ପ୍ରଧାନ (୩୯)। ତାଙ୍କ ନିକଟରୁ ୨୫ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି ଯାହାର ଆନୁମାନିକ ମୂଲ୍ୟ ଅଢେଇ ଲକ୍ଷ ଟଙ୍କା ହେବ।

ଉକ୍ତ ଚଢ଼ାଉର ନେତୃତ୍ୱ ନେଇଥିଲେ ଟାଙ୍ଗୀ ରେଞ୍ଜ ଅବକାରୀ ଇନ୍ସପେକ୍ଟର ଆଲୋକ କୁମାର ପ୍ରଧାନ। ଶ୍ରୀ ପ୍ରଧାନଙ୍କ କହିବା କଥା ସର୍ବେଶ୍ୱରଙ୍କ ଉପରେ ଦୀର୍ଘ ୧୫ ଦିନ ଧରି ଅବକାରୀ ବିଭାଗ ନଜର ରଖିଥିବା ବେଳେ ପରିଶେଷରେ ଗତକାଲି ଗିରଫ କରିଛି।

ଏ ସଂକ୍ରାନ୍ତରେ ଅଭିଯୁକ୍ତଙ୍କ ବିରୋଧରେ ଅବକାରୀ ବିଭାଗ ପିଆର ନମ୍ବର ୪୦/୨୨-୨୩ ରେ ଏକ ମାମଲା ରୁଜୁ କରି କୋର୍ଟ ଚାଲାଣ କରିଛି। ଉକ୍ତ ଚଢ଼ାଉରେ ଟାଙ୍ଗୀ ଅବକାରୀ ଅଧିକାରିଣୀ ସୁନିତା ଦଳେଇ ଏବଂ ଅନ୍ୟ ଅବକାରୀ କର୍ମଚାରୀମାନେ ସାମିଲ ଥିଲେ।

ଟାଙ୍ଗୀ ବ୍ରାଉନସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Latest News

SIR ପରେ ତାମିଲନାଡୁର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ବାଦ ପଡିଲା ୯୭ ଲକ୍ଷରୁ ଅଧିକ ନାମ

February 23, 2026

ଯଥାଶୀଘ୍ର ଇରାନ ଛାଡିବା ପାଇଁ ଭାରତୀୟ ନାଗରିକଙ୍କୁ ଚେତାବନୀ: ମାର୍ଗଦର୍ଶିକା ଜାରି

February 23, 2026

ଇଂରାଜୀ ପରୀକ୍ଷା ପରେ ଦଶମ ଶ୍ରେଣୀ ଛାତ୍ରୀଙ୍କ ଆତ୍ମହତ୍ୟା

February 23, 2026

ଦନ୍ତା ହାତୀ ଆକ୍ରମଣରେ ଦୁଇ ମୃତ

February 23, 2026

ପୁଅର ଠେଙ୍ଗା ମାଡ଼ରେ ପିତା ଗୁରୁତର: ଡାକ୍ତରଖାନାରେ ଭର୍ତ୍ତି

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.