ସୁରକ୍ଷା ବାହିନୀର କାର୍ଯ୍ୟାନୁଷ୍ଠାନ ଜାରି: ଜମ୍ମୁ କାଶ୍ମୀରରେ ଅନନ୍ତନାଗରେ ୨ ଆତଙ୍କବାଦୀ ନିହତ

Published: Sep 6, 2022, 4:21 pm IST

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅନନ୍ତନାଗରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଚାଲିଛି। ଜାମ୍ମୁ କାଶ୍ମୀର ପୋଲିସ କହିଛି ଯେ, ଏପର୍ଯ୍ୟନ୍ତ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି ଏବଂ ତଲାସି ଚାଲିଛି। ଜମ୍ମୁ କାଶ୍ମୀର ପୋଲିସର ଜଣେ ଅଧିକାରୀ କହିଛନ୍ତି ଯେ, ଅନନ୍ତନାଗ ଜିଲ୍ଲାର ପୋଶକ୍ରିରି ଅଞ୍ଚଳରେ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ଏକ ଘେରାବନ୍ଦି ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା।

ସର୍ଚ୍ଚ ଅପରେସନ ବେଳେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ, ଯେଉଁଥିରେ ପାଲଟା ଆକ୍ରମଣ କରାଯାଇଥିଲା। ଏପର୍ଯ୍ୟନ୍ତ ଦୁଇଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନକାଉଣ୍ଟର ଜାରି ରହିଛି।

Related posts