Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର: ପୁଣି ବନ କର୍ମଚାରୀଙ୍କୁ ଆକ୍ରମଣ ଅଭିଯୋଗ, ଥାନାରେ ଏତଲା
ଅପରାଧ

ବାଣପୁର: ପୁଣି ବନ କର୍ମଚାରୀଙ୍କୁ ଆକ୍ରମଣ ଅଭିଯୋଗ, ଥାନାରେ ଏତଲା

September 13, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଦିନକୁ ଦିନ ବଢ଼ିଚାଲିଛି କାଠ ମାଫିଆଙ୍କ ପ୍ରାଦୁର୍ଭାବ। ବନ କର୍ମଚାରୀଙ୍କୁ ଆକ୍ରମଣ କରିବାକୁ କାଠ ମାଫିଆମାନେ ପଛାଉନାହାନ୍ତି। ପୁଣି ଥରେ ଜଣେ ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ସଲପଡିହ ଅଞ୍ଚଳରେ ଏଭଳି ଘଟଣା ଘଟିଛି।

ସୂଚନା ମୁତାବକ ଗତକାଲି ରାତିରେ ଟାଙ୍ଗୀ ବନାଞ୍ଚଳ ଅଧିନସ୍ଥ ନାଚୁଣୀ ସେକ୍ସନ ସଲପଡିହ ଶୂଳିଆ ସରଂକ୍ଷିତ ଜଙ୍ଗଲରୁ ଦୁର୍ବୁତ୍ତ ମାନେ କାଠ ଚୋରା ଚାଲାଣ କରୁଥିବାର ଖବର ପାଇଥିଲେ ନାଚୁଣୀ ସେକ୍ସନ ବନରକ୍ଷୀ। ସଙ୍ଗେସଙ୍ଗେ ବନରକ୍ଷୀଜଣଙ୍କ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ ଏକ ନମ୍ବର ବିହୀନ ଟ୍ରାକ୍ଟରରେ ବହୁ ସଂଖ୍ୟାରେ କାଠ ଲୋଡ଼ ହୋଇଯାଉଥିବାର ସେ ଦେଖିବାକୁ ପାଇଥିଲେ।

ତେବେ ଉକ୍ତ ଗାଡିର ଅନୁମତି ପତ୍ର ମାଗିବାରୁ ପାଖାପାଖି ୫୦ ରୁ ୧୦୦ ଦୁର୍ବୁତ୍ତ ଏକତ୍ରିତ ହୋଇ ତାଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରିବା ସହ ଆକ୍ରମଣ କରିବାକୁ ପଛାଇନଥିଲେ। ଖବର ପାଇ ନାଚୁଣୀ ଫାଣ୍ଡି ପୋଲିସ ଘଟଣାସ୍ଥଳକୁ ପହଁଚି ଆହତ ବନରକ୍ଷୀଙ୍କୁ ଦୁର୍ବୁତ୍ତଙ୍କ କବଳରୁ ଉଦ୍ଧାର କରିଥିଲା।

ଆଜି ଟାଙ୍ଗୀ ରେଞ୍ଜର ଦେବାଶିଷ ଭୋଇ ବାଣପୁର ଥାନାରେ ଏ ନେଇ ଏକ ଲିଖିତ ଅଭିଯୋଗ କରିଛନ୍ତି। ତେବେ ଏ ନେଇ ଖୋର୍ଦ୍ଧା ଡ଼ିଏଫଓ ପୂର୍ଣ୍ଣିମା ପାଣ୍ଡିଆନଙ୍କୁ ପଚାରିବାରୁ ଆକ୍ରମଣ ଘଟଣାଟି ସତ୍ୟ ବୋଲି କହିବା ସହ ଏ ନେଇ ବାଣପୁର ଥାନାରେ ଏଫଆଇଆର ଦିଆଯାଇଛି ବୋଲି କହିଥିଲେ।

ଅନୁରୂପ ଭାବେ ପୋଲିସ ପୁଣି ଉକ୍ତ ସ୍ଥାନକୁ ଯାଇ ତଦନ୍ତ କରିବ ବୋଲି ସେ କହିଛନ୍ତି। ସେସବୁ ଚୋରା କାଠ ନା ତାହାର ଅନୁମତି ପତ୍ର ଅଛି, ପୋଲିସ ତାହାର ତଦନ୍ତ କରିବା ପରେ ବନକର୍ମଚାରୀଙ୍କୁ ଆକ୍ରମଣକାରିଙ୍କ ବିରୋଧରେ ବନବିଭାଗ କଠୋର କାର୍ଯ୍ୟାନୁଷ୍ଠାନ ନେବ ବୋଲି ଡ଼ିଏଫଓ କହିଛନ୍ତି।

କାଠ ମାଫିଆ ବନ କର୍ମଚାରୀଙ୍କୁ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026
Latest News

ବାଣପୁର କୋର୍ଟର ଉନ୍ନତି ପାଇଁ ଆଇନ ମନ୍ତ୍ରୀଙ୍କ ସହ ଆଲୋଚନା କଲେ ଓକିଲ ସଂଘର ନୂତନ ସଭାପତି

April 5, 2026

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.