Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚାନ୍ଦପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବୃଦ୍ଧ ଗୁରୁତର
ଅପରାଧ

ଚାନ୍ଦପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ, ବୃଦ୍ଧ ଗୁରୁତର

September 14, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାନ୍ଦପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୃଦ୍ଧଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ବୃଦ୍ଧ ଗୁରୁତର ଅବସ୍ଥାରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। କିନ୍ତୁ ବୃଦ୍ଧଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ ଟାଙ୍ଗୀରୁ ଭୁବନେଶ୍ୱର ଏମ୍ସ ହସପିଟାଲକୁ ସ୍ଥାନାନ୍ତର କରାଯାଇଛି। ନୟାଗଡ ଜିଲ୍ଲା ଚାନ୍ଦପୁର ଥାନା ରାଜ ଜଙ୍କିଆ ଗ୍ରାମର ଏଭଳି ଘଟଣା ଘଟିଛି।

ରାଜ ଜଙ୍କିଆ ଗ୍ରାମର ପବିତ୍ର ମୋହନ ରଣବିଜୁଳି (୬୦) ଆଜି ଏକ ବାଇକ୍ ରେ ଜଣେ ବନ୍ଧୁଙ୍କ ଘରକୁ ଦଶାହ କାର୍ଯ୍ୟରେ ଯୋଗ ଦେବାପାଇଁ ଯାଉଥିଲେ। ଏହି ସମୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୫ ରୁ ୬ ଜଣ ଦୁର୍ବୁତ୍ତ ଲୁହା ରଡ ଏବଂ ଜଗ୍ ରଡ୍ ରେ ପବିତ୍ର ମୋହନ ରଣବିଜୁଳିଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ପବିତ୍ରଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକ ଘଟଣା ସ୍ଥଳରେ ପହଞ୍ଚିବାରୁ ଦୁର୍ବୁତ୍ତ ମାନେ ତାଙ୍କୁ ଛାଡି ଚାଲିଯାଇଥିଲେ।

ସ୍ଥାନୀୟ ଲୋକେ ଗୁରୁତର ଅବସ୍ଥାରେ ତାଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନସ ଯୋଗେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ। ତାଙ୍କ ମସ୍ତିଷ୍କରେ ଗଭୀର କ୍ଷତ ହୋଇଥିବାରୁ
କ୍ରମେ ସେଠାରେ ତାଙ୍କର ଅବସ୍ଥା ସଂକଟାପନ୍ନ ହୋଇଥିଲା। ପରେ ତାଙ୍କୁ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିଲା। ଏହି ଘଟଣାକୁ ନେଇ ରାଜ ଜଙ୍କିଆ ଗ୍ରାମରେ ଉତ୍ତେଜନା ଲାଗି ରହିଥିବାବେଳେ ଚାନ୍ଦପୁର ପୋଲିସ୍ ଘଟଣା ଉପରେ ତୀକ୍ଷ୍ନ ନଜର ରଖି ତଦନ୍ତ ଆରମ୍ଭ କରିଥିବାର ଜଣା ପଡିଛି।

ଚାନ୍ଦପୁର ଟାଙ୍ଗୀ ପୂର୍ବ ଶତ୍ରୁତା ବୃଦ୍ଧ ଗୁରୁତର ମରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପୂର୍ବ ବର୍ଷ ତୁଳନାରେ ୨୦୨୪-୨୫ ଆର୍ଥିକ ବର୍ଷରେ ଓଡିଶାର ଅର୍ଥନୀତି କ୍ଷେତ୍ରରେ ମଧ୍ୟମ ଧରଣର ଅଭିବୃଦ୍ଧି

April 1, 2026
Latest News

ଆଜି ଓଡିଶା ଦିବସରୁ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ପାଳିତ ହେବ ‘ଓଡ଼ିଆ ପକ୍ଷ–୨୦୨୬’

April 1, 2026

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026

କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

April 1, 2026

ଅନୁଗୋଳ ଆଠମଲ୍ଲିକର ବିଭିନ୍ନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କଲେ ଧର୍ମେନ୍ଦ୍ର ପ୍ରଧାନ

April 1, 2026

ପଶ୍ଚିମ ଏସିଆ ପରିସ୍ଥିତି: ପ୍ରମୁଖ କ୍ଷେତ୍ର ସମ୍ପର୍କିତ ଅପଡେଟ୍

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.