Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କନ୍ଧମାଳରୁ ଭୁବନେଶ୍ୱର ଯାଉଥିଲା ଗଞ୍ଜେଇ ବୋଝେଇ କାର, ବାଘମାରି ଠାରେ ମାଡି ବସିଲା ପୋଲିସ
ଅପରାଧ

କନ୍ଧମାଳରୁ ଭୁବନେଶ୍ୱର ଯାଉଥିଲା ଗଞ୍ଜେଇ ବୋଝେଇ କାର, ବାଘମାରି ଠାରେ ମାଡି ବସିଲା ପୋଲିସ

September 16, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ବାଘମାରୀ ଅଞ୍ଚଳରେ ଗଞ୍ଜେଇ ବୋଝଇ କାର ଜବତ କରି ଜଣଙ୍କୁ ଗିରଫ କରିଛି ପୋଲିସ। ଏ ନେଇ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କଟାରିଆ ସୂଚନା ଦେଇଛନ୍ତି।

ଏସପିଙ୍କ ସୂଚନା ମୁତାବକ ଆଜି ଅପରାହ୍ନରେ ଏକ ଗଞ୍ଜେଇ ବୋଝେଇ କାର କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳରୁ ଭୁବନେଶ୍ୱର ଯାଉଥିବାର ପୋଲିସ ଖବର ପାଇଥଲା। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଏସଡିପିଓ ଦିଲ୍ଲୀପ ଦାସ ଓ ବାଘମାରି ଆଇଆଇସି ପ୍ରଜ୍ଞା ରିତାମ୍ଭରା କର ଙ୍କ ତତ୍ୱାବଧାନରେ ଏସଆଇ ଗାୟତ୍ରୀ ଗୋଛାୟତ ଏବଂ ଏଏସଆଇ ରଞ୍ଜିତ ନାୟକଙ୍କ ମିଳିତ ନେତୃତ୍ୱରେ ଏକ ଟିମ ଗଠନ କରାଯାଇ ଚଢ଼ାଉ ଜାରି ରହିଥିବା ବେଳେ ପରିଶେଷରେ ବାଘମାରି ବାମଡିହ ଛକ ନିକଟରୁ ଉକ୍ତ କାରଟିକୁ ଠାବ କରିଥିଲା ପୋଲିସ।

ତଲାସି ବେଳେ କାରରୁ ଦୁଇ ଗୋଟି ଜରି ବ୍ୟାଗରୁ ୩୬ କେଜି ୩୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଥିବା ବେଳେ ବାଲିଗୁଡା ଥାନା ଅଞ୍ଚଳର ଅଭିଯୁକ୍ତ ସୁଶାନ୍ତ ଦିଗଲ (୩୫) ଙ୍କୁ ପୋଲିସ ଗିରଫ କରିଛି।

ପୋଲିସ ସୂଚନା ମୁତାବକ ଅଭିଯୁକ୍ତ ଜଣକ ନିୟମିତ ଭାବେ ବାଲିଗୁଡା ଅଞ୍ଚଳରୁ ଗଞ୍ଜେଇ ଆଣି ଭୁବନେଶ୍ୱର ଓ ଆଖପାଖ ଅଞ୍ଚଳରେ ବେପାର କରୁଥିଲେ। ଗିରଫ ଅଭିଯୁକ୍ତଙ୍କ ବିରୋଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ବାଘମାରୀ ଥାନାରେ କେସ ନମ୍ବର ୧୧୯/୨୨ ରେ ମାମଲା ରୁଜୁ କରାଯାଇ କୋର୍ଟଚାଲାଣ କରାଯାଇଥିବାର ଜଣାପଡିଛି।

କନ୍ଧମାଳ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Latest News

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.