ଅନନ୍ତନାଗ ଏନକାଉଣ୍ଟରରେ ଟଳିଲେ ୨ ଆତଙ୍କବାଦୀ

Published: Oct 10, 2022, 12:42 pm IST

ଶ୍ରୀନଗର: ରବିବାର ବିଳମ୍ବିତ ରାତିରେ ଜମ୍ମୁ କାଶ୍ମୀରର ଅନନ୍ତନାଗର ତଙ୍ଗପାୱା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡି ନାହିଁ। ଜମ୍ମୁ କାଶ୍ମୀର ପୋଲିସ କହିଛି ଯେ, ସୁରକ୍ଷା ବାହିନୀର ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଯାହାପରେ ସୁରକ୍ଷା ବାହିନୀ ପାଲଟା ଆକ୍ରମଣ କରିଥିଲେ। ଯେଉଁଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।

ଗତ ସପ୍ତାହରେ ଜମ୍ମୁ କାଶ୍ମୀରର ଶୋପିଆନ୍ ଜିଲ୍ଲାରେ ଭାରତୀୟ ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସର ମିଳିତ ଅପରେସନରେ ଦୁଇଟି ପୃଥକ ଏନକାଉଣ୍ଟର ବେଳେ ଚାରିଜଣ ଆତଙ୍କବାଦୀଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା।

Related posts