Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖୋର୍ଦ୍ଧା: ବିପୁଳ ପରିମାଣର ବ୍ରାଉନ ସୁଗାର ଏବଂ ଗଞ୍ଜେଇ ନଷ୍ଟ କଲା ଏସଟିଏଫ
ଅପରାଧ

ଖୋର୍ଦ୍ଧା: ବିପୁଳ ପରିମାଣର ବ୍ରାଉନ ସୁଗାର ଏବଂ ଗଞ୍ଜେଇ ନଷ୍ଟ କଲା ଏସଟିଏଫ

November 29, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ବିଗତ କିଛି ବର୍ଷ ହେଲା ଓଡିଶା ପୋଲିସ୍ ଦ୍ୱାରା ନିଶା କାରବାର ବିଶେଷ ଭାବରେ ଗଞ୍ଜେଇ ଏବଂ ବ୍ରାଉନ୍ ସୁଗାର ବିରୁଦ୍ଧରେ ବ୍ୟାପକ ଅଭିଯାନ ଜାରି ରହିଛି। ଏହି ସମୟରେ ଜବତ ହେଉଥିବା ନିଶା ଜାତୀୟ ଦ୍ରବ୍ୟଗୁଡ଼ିକ ବିଭିନ୍ନ ଥାନା ଏବଂ କୋର୍ଟ ମାଲଖାନାରେ ଠୁଳ ହୋଇ ରହିଛି। ଯାହାକି ଭବିଷ୍ୟତ ପାଇଁ ବିପଦ ସାବ୍ୟସ୍ତ ହୋଇପାରେ।

ସାଧାରଣତଃ ଏନଡ଼ିପିଏସ ମାମଲାଗୁଡିକର ବିଚାର ପାଇଁ ବହୁ ସମୟ ଲାଗୁଥିବାରୁ ଜବତ ନିଶା ଜାତୀୟ ଦ୍ରବ୍ୟ ପୋଲିସର ମୁଣ୍ଡବିନ୍ଧାର କାରଣ ପାଲଟୁଛି। ତେବେ ଜବତ ନିଶା ଜାତୀୟ ଦ୍ରବ୍ୟକୁ ନଷ୍ଟ କରିବା ପାଇଁ ଏକାଧିକ କଟକଣା ଥାଏ ଯାହାଦ୍ୱାରା ପୋଲିସକୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।

ଏହି ପରିପ୍ରେକ୍ଷୀରେ ଉକ୍ତ ସମସ୍ୟାର ସମାଧାନ ପାଇଁ ପୁର୍ବରୁ ଏସଟିଏଫ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଏକ ଆବେଦନ କରିଥିଲା। ଏହାକୁ ଗୁରୁତ୍ୱ ଦେଇ ଉଚ୍ଚ ନ୍ୟାୟାଳୟ ଜବତ ନିଶା ଦ୍ରବ୍ୟ ଗୁଡିକୁ ନଷ୍ଟ କରିବା ପାଇଁ ୩୧.୦୧.୨୨ ରେ ଏକ ରାୟ ପ୍ରଦାନ କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ଏସଓପି ମଧ୍ୟ ଜାରିକରିଥିଲେ।

ଏହି ପରିପ୍ରେକ୍ଷୀରେ ଏସଟିଏଫ ଭୁବନେଶ୍ୱର ଏସପି, ଖୋର୍ଦ୍ଧା ଡେପୁଟି କଲେକ୍ଟର, ଖୋର୍ଦ୍ଧା ଜିଲ୍ଲା ଅବକାରି ଅଧିକ୍ଷକ, ଏସଟିଏଫ ଡ଼ିଏସପିଙ୍କ ଦ୍ୱାରା ଗଠିତ ଡ୍ରଗ ଡ଼ିସପୋଜାଲ କମିଟିର ନିଷ୍ପତିକ୍ରମେ ଏବଂ ରାଜ୍ୟ ଫରେନସିକ ସାଇନ୍ସ ର ଅଧିକାରୀ ଏବଂ ରାଜ୍ୟ ପ୍ରଦୂଷଣ ବୋର୍ଡର ସଭ୍ୟଙ୍କ ଉପସ୍ଥିତିରେ ଆଜି ସମସ୍ତ ନିୟମାବଳୀ ଅନୁସରଣ କରାଯାଇ ଏସଟିଏଫର ଛଅ ଗୋଟି ମାମଲାରେ ଖୋର୍ଦ୍ଧା ଜିଲ୍ଲାରେ ଜବତ ହୋଇଥିବା ସମୁଦାୟ ୮ କେଜି ୭୪୬ ଗ୍ରାମ ବ୍ରାଉନ ସୁଗାର ଏବଂ ୨୧୭ କେଜି ୪୦୦ ଗ୍ରାମ ଗଞ୍ଜେଇ କୁ ଖୋର୍ଦ୍ଧା ଟାଙ୍ଗିଆପଡ଼ା ସ୍ଥିତ ଏକ ଇନସିନେରେଟର ଠାରେ ନଷ୍ଟ କରାଯାଇଛି।

ଏପରି ଆହୁରି ଅନେକ ଏନଡ଼ିପିଏସ କେଶରେ ଜବତ ହୋଇଥିବା ନିଶା ଦ୍ରବ୍ୟକୁ ନଷ୍ଟକରିବା ପାଇଁ ପ୍ରକ୍ରିୟା ଜାରିରହିଛି ଏବଂ ଆଜି ସୁଦ୍ଧା ଏସଟିଏଫ ୨୧ କେଜି ୫୬୧ ଗ୍ରାମ ବ୍ରାଉନ ସୁଗାର ଏବଂ ୧୮ କୁଇଣ୍ଟାଲ ୧୭ କେଜି ଗଞ୍ଜେଇ ନଷ୍ଟ କରିଥିବା ବେଳେ ଓଡ଼ିଶା ପୋଲିସ ଆଜି ସୁଦ୍ଧା ୨୪ କେଜି ୫୬୮ ଗ୍ରାମ ବ୍ରାଉନ ସୁଗାର ଏବଂ ୩୩୩ କୁଇଣ୍ଟାଲ ୪୯ କେଜି ୯୨୮ ଗ୍ରାମ ଗଞ୍ଜେଇ ନଷ୍ଟ କରିଥିବାର ଜଣାପଡିଛି l

ଏସଟିଏଫ ଖୋର୍ଦ୍ଧା ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026

ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.