ଜଟଣୀ: ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ

Published: Nov 30, 2022, 10:37 pm IST

ଜଟଣୀ: ଆଜି ଖୋର୍ଦ୍ଧା ଜିଲ୍ଲା ଜଟଣୀ ଥାନା ଅଞ୍ଚଳରେ ଅବକାରୀ ବିଭାଗ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି। ସୂଚନା ମୁତାବକ ଜଟଣୀ ଥାନା ଲୋକୋ କଲୋନୀ ଅଞ୍ଚଳରେ ବ୍ରାଉନ ସୁଗାର କାରବାର ଚାଲିଥିବା ଖବର ପାଇ ଜଟଣୀ ଅବକାରୀ ଅଧିକାରିଣୀ ଗୀତାଞ୍ଜଳି ବେହେରା ସଦଳବଳେ ଚଢ଼ାଉ କରି ଉକ୍ତ ସ୍ଥାନରୁ ମନୋଜ ନାୟକ (୩୨) ନାମକ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ୨୨ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି, ଯାହାର ଆନୁମାନିକ ମୂଲ୍ୟ ୨ ଲକ୍ଷ ୨୨ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଜଟଣୀ ଅବକାରୀ ବିଭାଗ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ଏକ ମାମଲା ରୁଜୁ କରି କୋର୍ଟଚାଲାଣ କରିଥିବାର ଜଣାପଡ଼ିଛି।

Related posts