Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାଚୁଣୀ ବଜାରରେ ବଡ଼ ଧରଣର ଲୁଟ: ଏଟିଏମ ଭାଙ୍ଗି ସମସ୍ତ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଅପରାଧ

ନାଚୁଣୀ ବଜାରରେ ବଡ଼ ଧରଣର ଲୁଟ: ଏଟିଏମ ଭାଙ୍ଗି ସମସ୍ତ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

December 23, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାଚୁଣୀ ବଜାରରେ ଏକ ଏଟିଏମ ରୁ ବଡ଼ ଧରଣର ଲୁଟ ହୋଇଥିବା ଜଣାପଡିଛି। ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତ୍ରିରେ ନାଚୁଣୀ ବଜାର ଏଚଡ଼ିଏଫସି ବ୍ୟାଙ୍କ ଏଟିଏମରୁ ଦୁର୍ବୃତ୍ତମାନେ ମେସିନ ଭାଙ୍ଗି ତନ୍ମଧ୍ୟରୁ ସମସ୍ତ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଏଚଡ଼ିଏଫସି ବ୍ୟାଙ୍କ ନୂଆଦିଲ୍ଲୀରୁ ବାଣପୁର ଆଇଆଇସି ଜୟପ୍ରକାଶ ପରିଡ଼ାଙ୍କୁ ସୂଚନା ଦିଆଯିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଦେଇଛି।

ତେବେ ଅତ୍ୟାଧୁନିକ କୌଶଳସତ୍ତ୍ୱେ ଲୁଟେରାମାନେ କିପରି ଏଟିଏମ ଲୁଟିଲେ ଏବଂ ବ୍ୟାଙ୍କ ସିଗନାଲ ପାଇପାରିଲା ନାହିଁ, ତାହା ଆଶ୍ଚର୍ଯ୍ୟଜନକ ବିଷୟ। ଅଞ୍ଚଳବାସୀଙ୍କ କହିବା ମୁତାବକ ଲୁଟେରାମାନେ ଲୁଟ କରି ଫେରିବା ସମୟରେ ସ୍ଥାନୀୟ ଅଞ୍ଚଳର ରାତ୍ରି ଜଗୁଆଳିଙ୍କୁ ମଧ୍ୟ ମାରଧାର କରି ଫେରାର ହୋଇଯାଇଛନ୍ତି। ବର୍ତ୍ତମାନ ବାଣପୁର ପୋଲିସ ଉକ୍ତ ଏଟିଏମକୁ ନିଜ ହେପାଜତକୁ ନେଇଥିବା ବେଳେ କିଛି ସମୟରେ ସନ୍ଧାନୀ କୁକୁର ଓ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚିବେ ବୋଲି ଆଇଆଇସି ଶ୍ରୀ ପରିଡ଼ା କହିଛନ୍ତି।

ଏଚଡିଏଫସି ବ୍ୟାଙ୍କ ଏଟିଏମ ନାଚୁଣୀ ବଜାର ବଡ଼ ଧରଣର ଲୁଟ ବାଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026
Latest News

ଭାରତୀୟ ନ୍ୟାୟ ସଂହିତା ପ୍ରଦର୍ଶନୀ ଉଦଯାପିତ

March 13, 2026

ଓଡିଶାର ଗ୍ରାମାଞ୍ଚଳରେ ମୋବାଇଲ୍ ସଂଯୋଗକୁ ସୁଦୃଢ଼ ​​କରିବା ପାଇଁ ୨୨୨୯ କୋଟିର ଆବଣ୍ଟନ

March 13, 2026

ପଶ୍ଚିମ ଏସିଆ ଘଟଣାକ୍ରମ ସମ୍ପର୍କରେ ଆନ୍ତଃମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 13, 2026

ଏସଆଇଆର ଉପରେ ନିର୍ବାଚନ ଅଧିକାରୀମାନଙ୍କ ପାଇଁ ରାଜ୍ୟ ସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

March 13, 2026

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.