Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସାମ୍ବାଦିକଙ୍କୁ ହତ୍ୟା ଧମକ ପ୍ରତିବାଦ: ଏସପିଙ୍କୁ ଭେଟିଲେ କଳାହାଣ୍ଡି ସାମ୍ବାଦିକ ସଂଘ
ଅପରାଧ

ସାମ୍ବାଦିକଙ୍କୁ ହତ୍ୟା ଧମକ ପ୍ରତିବାଦ: ଏସପିଙ୍କୁ ଭେଟିଲେ କଳାହାଣ୍ଡି ସାମ୍ବାଦିକ ସଂଘ

January 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: ଜୟପାଟଣା ବ୍ଲକ ଅନ୍ତର୍ଗତ ଏକ ପ୍ରଧାନମନ୍ତ୍ରୀ ସଡକ ନିର୍ମାଣ କାର୍ଯ୍ୟ ନିମ୍ନ ମାନର ହେଉଥିବା ସମ୍ପର୍କରେ ଏକ ଦୈନିକ ଖବର କାଗଜରେ ସମ୍ବାଦ ପ୍ରକାଶ ପାଇଥିଲା। ସମ୍ପୃକ୍ତ ଠିକାଦାର ଓ ତାଙ୍କର ଦୁଇ ସହଯୋଗୀ ସାମ୍ବାଦିକ ରାଜୁ ପାହାଡ଼ଙ୍କୁ ଫୋନ ଯୋଗେ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହ ଜୀବନରେ ମାରିଦେବା ପାଇଁ ଧମକ ଦେବା ଘଟଣାକୁ ନେଇ ଜିଲ୍ଲା ସାମ୍ବାଦିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଏ ସମର୍କରେ ଜୟପାଟଣା ଥାନାରେ ସାମ୍ବାଦିକଙ୍କ ପକ୍ଷରୁ ଲିଖିତ ଅଭିଯୋଗ କରଆଯାଇଛି।

କଳାହାଣ୍ଡି ସାମ୍ବାଦିକ ସଙ୍ଘ ଜିଲ୍ଲା ସଭାପତି ମହମ୍ମଦ ଅଲ୍ଲୀଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ କଳାହାଣ୍ଡି ଏସପି ଅଭିଳାଷ ଜି ଙ୍କୁ ଭେଟି ସମ୍ପୃକ୍ତ ଠିକାଦାର ଓ ତାଙ୍କ ସହଯୋଗୀ ମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟ ମାନଙ୍କ ମଧ୍ୟରେ ଏସୟୁଯେ ରାଜ୍ୟ ଉପ ସଭାପତି ଦୁଷ୍ମନ୍ତ କୁମାର ପଣ୍ଡା, ରାଜୁ ପାହାଡ଼, ରଘୁମଣି ପୁଝାରୀ, ମଞ୍ଜୁର ଇଲାହି, ଅରୁଣ ସାହୁ, କେଶବ ସୁନାନୀ, ଅମଜଦ ଖାଁ ପ୍ରମୁଖ ଉପସ୍ଥିତ ଥିଲେ।

ଉକ୍ତ ଘଟଣାରେ ସମ୍ପୃକ୍ତ ଠିକାଦାର ଓ ତାଙ୍କ ସହଯୋଗୀମାନଙ୍କ ଵିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି ଜଣାଇଥିଲେ। ଏସପି ଏହି ଘଟଣାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ପ୍ରତିଶ୍ରୁତି ଦେବା ସହ ଗ୍ରାମାଞ୍ଚଳର କର୍ତ୍ତବ୍ୟରତ ସାମ୍ବାଦିକ ମାନଙ୍କ ସୁରକ୍ଷା ପାଇଁ ନିଶ୍ଚିତ ଦୃଢ଼ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିବା ଜଣା ପଡ଼ିଛି। ସମ୍ପ୍ରତି ସାମ୍ବାଦିକ ମାନଙ୍କ ଉପରେ ଏଭଳି ଆକ୍ରୋଶ ମୂଳକ ଘଟଣାରେ ସାମ୍ବାଦିକ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବାରେ ଲାଗିଛି।

କଳାହାଣ୍ଡି ସାମ୍ବାଦିକ ସଂଘ
Share. Facebook Twitter LinkedIn Email WhatsApp Copy Link

Related Posts

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Latest News

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026

ସ୍ୱାମୀ ଅଭିମୁକ୍ତେଶ୍ୱରାନନ୍ଦଙ୍କ ବଡ଼ ଘୋଷଣା: ୮୧ ଦିନ ପାଇଁ କରିବେ ଉତ୍ତର ପ୍ରଦେଶ ପରିକ୍ରମା

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.