ବାଲୁଗାଁ ରେଳ ଷ୍ଟେସନ ପ୍ଲାଟଫର୍ମରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଆରପିଏଫ: ତିନି ଗିରଫ

Published: Jan 11, 2023, 9:13 pm IST

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଆଜି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଖୋର୍ଦ୍ଧା ଜିଆରପିକୁ ହସ୍ତାନ୍ତର କରିଛି। ସୂଚନା ମୁତାବକ ଗତକାଲି ଅପରାହ୍ନରେ ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଚଢ଼ାଉ ଚାଲିଥିବା ବେଳେ ୧ ନମ୍ବର ପ୍ଲାଟଫର୍ମର ଶେଷ ଭାଗରେ ୩ ଜଣ ଯୁବକ ସଂନ୍ଦିଗ୍ଧ ଅବସ୍ଥାରେ ବସିଥିବାର ଦେଖିବାକୁ ପାଇଥିଲେ। ଯୁବକ ମାନଙ୍କ ବ୍ୟାଗ ତାଲାସି ନିଆଯିବାରୁ ତନ୍ମଧ୍ୟରୁ ୧୫ କେଜି ୧୪୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଥିଲା। ଜବତ ଗଞ୍ଜେଇ ର ମୂଲ୍ୟ ୧ ଲକ୍ଷ ୫୧ ହଜାର ୪୦୦ ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଆରପିଏଫ ୩ ଜଣ ଯୁବକଙ୍କୁ ଗିରଫ କରି ଆଜି ଖୋର୍ଦ୍ଧା ରୋଡ ଜିଆରପିକୁ ହସ୍ତାନ୍ତର କରିଛି। ଗିରଫ ଯୁବକମାନେ ହେଲେ ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳର ଜଗନ୍ନାଥ ସ୍ୱାଇଁ (୩୪) ଓ ଶିବାନନ୍ଦ ପଣ୍ଡା (୨୬) ଏବଂ ଖଲ୍ଲିକୋଟ ଥାନା ଅଞ୍ଚଳର ବଳରାମ ବାରିକ (୧୯)। ଏହି ପରିପ୍ରେକ୍ଷୀରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ଖୋର୍ଦ୍ଧା ରୋଡ ଜିଆରପି କେସ ନମ୍ବର ୧/୨୩ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

Related posts