Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ ରେଳ ଷ୍ଟେସନ ପ୍ଲାଟଫର୍ମରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଆରପିଏଫ: ତିନି ଗିରଫ
ଅପରାଧ

ବାଲୁଗାଁ ରେଳ ଷ୍ଟେସନ ପ୍ଲାଟଫର୍ମରୁ ବିପୁଳ ପରିମାଣର ଗଞ୍ଜେଇ ଜବତ କଲା ଆରପିଏଫ: ତିନି ଗିରଫ

January 11, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଖୋର୍ଦ୍ଧା ରୋଡ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଆଜି ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଖୋର୍ଦ୍ଧା ଜିଆରପିକୁ ହସ୍ତାନ୍ତର କରିଛି। ସୂଚନା ମୁତାବକ ଗତକାଲି ଅପରାହ୍ନରେ ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ ବାଲୁଗାଁ ରେଳ ଷ୍ଟେସନ ପରିସରରେ ଚଢ଼ାଉ ଚାଲିଥିବା ବେଳେ ୧ ନମ୍ବର ପ୍ଲାଟଫର୍ମର ଶେଷ ଭାଗରେ ୩ ଜଣ ଯୁବକ ସଂନ୍ଦିଗ୍ଧ ଅବସ୍ଥାରେ ବସିଥିବାର ଦେଖିବାକୁ ପାଇଥିଲେ। ଯୁବକ ମାନଙ୍କ ବ୍ୟାଗ ତାଲାସି ନିଆଯିବାରୁ ତନ୍ମଧ୍ୟରୁ ୧୫ କେଜି ୧୪୦ ଗ୍ରାମ ଗଞ୍ଜେଇ ଜବତ କରାଯାଇଥିଲା। ଜବତ ଗଞ୍ଜେଇ ର ମୂଲ୍ୟ ୧ ଲକ୍ଷ ୫୧ ହଜାର ୪୦୦ ଟଙ୍କା ହେବ ବୋଲି ଜଣାପଡିଛି।

ଏହି ପରିପ୍ରେକ୍ଷୀରେ ଆରପିଏଫ ୩ ଜଣ ଯୁବକଙ୍କୁ ଗିରଫ କରି ଆଜି ଖୋର୍ଦ୍ଧା ରୋଡ ଜିଆରପିକୁ ହସ୍ତାନ୍ତର କରିଛି। ଗିରଫ ଯୁବକମାନେ ହେଲେ ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅଞ୍ଚଳର ଜଗନ୍ନାଥ ସ୍ୱାଇଁ (୩୪) ଓ ଶିବାନନ୍ଦ ପଣ୍ଡା (୨୬) ଏବଂ ଖଲ୍ଲିକୋଟ ଥାନା ଅଞ୍ଚଳର ବଳରାମ ବାରିକ (୧୯)। ଏହି ପରିପ୍ରେକ୍ଷୀରେ ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ଖୋର୍ଦ୍ଧା ରୋଡ ଜିଆରପି କେସ ନମ୍ବର ୧/୨୩ ରେ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ଆରପିଏଫ ଗଞ୍ଜେଇ ଜବତ ତିନି ଗିରଫ ବାଲୁଗାଁ ରେଳ ଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026
Latest News

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ କୁ ବୃଦ୍ଧି

March 17, 2026

ବିକାଶ ଓ ସଶକ୍ତୀକରଣ କ୍ଷେତ୍ରରେ ମହିଳାଙ୍କ ନେତୃତ୍ୱ ନେଇ ସୋଆ ବଦ୍ଧପରିକର: ଉପସଭାପତି ଶ୍ରୀମତି ଦାସ

March 17, 2026

ଭୁବନେଶ୍ୱରରେ ସୂଚନା ଅଧିକାର ଆଇନ ସମ୍ବନ୍ଧୀୟ ୪ ଦିନିଆ ଦକ୍ଷତା ବିକାଶ ତାଲିମ ଓ କର୍ମଶାଳା ଶୁଭାରମ୍ଭ

March 17, 2026

ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ହାଇସ୍ପିଡ୍‌ କରିଡ଼ର ନେଇ ଉଚ୍ଚସ୍ତରୀୟ ବୈଠକ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.