ଖୋର୍ଦ୍ଧା ବରୁଣେଇ ରୋଡରେ ଅବକାରୀ ଚଢ଼ାଉ, ୫ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ଧଳା ଜହର ଜବତ

Published: Jan 11, 2023, 9:29 pm IST

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଅବକାରୀ ବିଭାଗ ବରୁଣେଇ ରୋଡରେ ଚଢ଼ାଉ କରି ୫ ଲକ୍ଷରୁ ଉର୍ଦ୍ଧ୍ଵ ମୂଲ୍ୟର ବ୍ରାଉନ ସୁଗାର ଜବତ କରିଛି। ଖବର ମୁତାବକ ଟାଉନ ଥାନା ଅନ୍ତର୍ଗତ ବରୁଣେଇ ରୋଡରେ ବ୍ରାଉନ ସୁଗାର କାରବାର ହେଉଥିବାର ଖବର ପାଇ ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଏସ ଆଇ ବି ମନୋଜ କୁମାର ଙ୍କ ନେତୃତ୍ୱରେ ଏକ ଟିମ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ଟାଉନ ଥାନା ଅଞ୍ଚଳର ଅଭିଯୁକ୍ତ ଲୋକନାଥ ପ୍ରଧାନ (୨୭) ଗିରଫ ହୋଇଥିବା ବେଳେ ତାଙ୍କ ନିକଟରୁ ୫୬ ଗ୍ରାମ ବ୍ରାଉନ ସୁଗାର ଜବତ କରିଛି ଅବକାରୀ ବିଭାଗ। ଜବତ ବ୍ରାଉନ ସୁଗାର ର ଆନୁମାନିକ ମୂଲ୍ୟ ୫ ଲକ୍ଷ ୬୦ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଗିରଫ ଅଭିଯୁକ୍ତ ଙ୍କ ବିରୁଦ୍ଧରେ ଜିଲ୍ଲା ଅବକାରୀ ମୋବାଇଲ ୟୁନିଟ ଏନଡ଼ିପିଏସ ଅଧିନିୟମ ଅନୁଯାୟୀ ପିଆର ନମ୍ବର ୧୨୬/୨୨-୨୩ ରେ ଏକ ମାମଲା ରୁଜୁ କରି କୋର୍ଟଚାଲାଣ କରିଛି। ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ଅବକାରୀ ଅଧିକାରୀ ରଞ୍ଜନ ଦାସ ଏବଂ ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଆଦି ସାମିଲ ଥିଲେ।

Related posts