Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିପୁଳ ପରିମାଣର ବ୍ରାଉନ ସୁଗାର ଗଞ୍ଜେଇ ନଷ୍ଟ କଲା ଏସଟିଏଫ
ଅପରାଧ

ବିପୁଳ ପରିମାଣର ବ୍ରାଉନ ସୁଗାର ଗଞ୍ଜେଇ ନଷ୍ଟ କଲା ଏସଟିଏଫ

January 27, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
ବିପୁଳ ପରିମାଣର ବ୍ରାଉନ ସୁଗାର ଗଞ୍ଜେଇ ନଷ୍ଟ କଲା ଏସଟିଏଫ

ଖୋର୍ଦ୍ଧା: ବିଗତ କିଛି ବର୍ଷ ହେଲା ଓଡିଶା ପୋଲିସ୍ ଦ୍ୱାରା ନିଶା କାରବାର ବିଶେଷ ଭାବରେ ଗଞ୍ଜେଇ ଏବଂ ବ୍ରାଉନ୍ ସୁଗାର ବିରୁଦ୍ଧରେ ବ୍ୟାପକ ଅଭିଯାନ ଜାରି ରହିଛି। ଏହି ସମୟରେ ଜବତ ହେଉଥିବା ନିଶା ଜାତୀୟ ଦ୍ରବ୍ୟଗୁଡ଼ିକ ବିଭିନ୍ନ ଥାନା ଏବଂ କୋର୍ଟ ମାଲଖାନାରେ ଠୁଳ ହୋଇ ରହିଛି। ଯାହାକି ଭବିଷ୍ୟତ ପାଇଁ ବିପଦ ସାବ୍ୟସ୍ତ ହୋଇପାରେ।

ସାଧାରଣତଃ ଏନଡ଼ିପିଏସ ମାମଲାଗୁଡିକର ବିଚାର ପାଇଁ ବହୁ ସମୟ ଲାଗୁଥିବାରୁ ଜବତ ନିଶା ଜାତୀୟ ଦ୍ରବ୍ୟ ପୋଲିସର ମୁଣ୍ଡବିନ୍ଧାର କାରଣ ପାଲଟୁଛି। ତେବେ ଜବତ ନିଶା ଜାତୀୟ ଦ୍ରବ୍ୟକୁ ନଷ୍ଟ କରିବା ପାଇଁ ଏକାଧିକ କଟକଣା ଥାଏ ଯାହାଦ୍ୱାରା ପୋଲିସକୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି।

ଏହି ପରିପ୍ରେକ୍ଷୀରେ ଉକ୍ତ ସମସ୍ୟାର ସମାଧାନ ପାଇଁ ପୁର୍ବରୁ ଏସଟିଏଫ ଓଡ଼ିଶା ଉଚ୍ଚ ନ୍ୟାୟାଳୟଙ୍କ ନିକଟରେ ଏକ ଆବେଦନ କରିଥିଲା। ଏହାକୁ ଗୁରୁତ୍ୱ ଦେଇ ଉଚ୍ଚ ନ୍ୟାୟାଳୟ ଜବତ ନିଶା ଦ୍ରବ୍ୟ ଗୁଡିକୁ ନଷ୍ଟ କରିବା ପାଇଁ ୩୧.୦୧.୨୨ ରେ ଏକ ରାୟ ପ୍ରଦାନ କରିଥିଲେ ଏବଂ ଏଥିପାଇଁ ଏକ ବିସ୍ତୃତ ଏସଓପି ମଧ୍ୟ ଜାରିକରିଥିଲେ।

ଏହି ପରିପ୍ରେକ୍ଷୀରେ ଆଇଜି ଜେ.ଏନ ପଙ୍କଜ, କ୍ରାଇମବ୍ରାଞ୍ଚ ଏସପି କଟକ, ଏସଟିଏଫ ଭୁବନେଶ୍ୱର ଏସପି, ଖୋର୍ଦ୍ଧା ଡେପୁଟି କଲେକ୍ଟର, ଖୋର୍ଦ୍ଧା ଜିଲ୍ଲା ଅବକାରି ଅଧିକ୍ଷକ, ଏସଟିଏଫ ଡ଼ିଏସପିଙ୍କ ଦ୍ୱାରା ଗଠିତ ଉଚ୍ଚ ସ୍ତରୀୟ ଡ୍ରଗ ଡ଼ିସପୋଜାଲ କମିଟିର ନିଷ୍ପତିକ୍ରମେ ଏବଂ ରାଜ୍ୟ ଫରେନସିକ ସାଇନ୍ସ ର ଅଧିକାରୀ ଏବଂ ରାଜ୍ୟ ପ୍ରଦୂଷଣ ବୋର୍ଡର ସଭ୍ୟଙ୍କ ଉପସ୍ଥିତିରେ ଆଜି ସମସ୍ତ ନିୟମାବଳୀ ଅନୁସରଣ କରାଯାଇ ଏସଟିଏଫର ଦୁଇ ଗୋଟି ମାମଲାରେ ଖୋର୍ଦ୍ଧା ଜିଲ୍ଲାରେ ଜବତ ହୋଇଥିବା ସମୁଦାୟ ୧ କେଜି ୦୪୨ ଗ୍ରାମ ବ୍ରାଉନ ସୁଗାର ଏବଂ ୫୨୫୭ କେଜି ଗଞ୍ଜେଇ କୁ ଖୋର୍ଦ୍ଧା ଟାଙ୍ଗିଆପଡ଼ା ସ୍ଥିତ ଏକ ଭାଟିରେ ନଷ୍ଟ କରାଯାଇଛି।

ଏପରି ଆହୁରି ଅନେକ ଏନଡ଼ିପିଏସ କେଶରେ ଜବତ ହୋଇଥିବା ନିଶା ଦ୍ରବ୍ୟକୁ ନଷ୍ଟକରିବା ପାଇଁ ପ୍ରକ୍ରିୟା ଜାରିରହିଛି ଏବଂ ଆଜି ସୁଦ୍ଧା ଏସଟିଏଫ ୨୫ କେଜି ୫୩୮ ଗ୍ରାମ ବ୍ରାଉନ ସୁଗାର ଏବଂ ୧୧୫ କୁଇଣ୍ଟାଲ ୯୭ କେଜି ଗଞ୍ଜେଇ ନଷ୍ଟ କରିଥିବା ବେଳେ ଓଡ଼ିଶା ପୋଲିସ ଆଜି ସୁଦ୍ଧା ୩୦ କେଜି ୬୦୦ ଗ୍ରାମରୁ ଉର୍ଦ୍ଧ ବ୍ରାଉନ ସୁଗାର ଏବଂ ୮୭୦ କୁଇଣ୍ଟାଲ ଗଞ୍ଜେଇ ନଷ୍ଟ କରିଥିବାର ଜଣାପଡିଛି।

ଏସଟିଏଫ ଗଞ୍ଜେଇ ବ୍ରାଉନ ସୁଗାର
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI Odisha: ଗଭର୍ଣ୍ଣିଙ୍ଗ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

April 18, 2026

ପୁଣି ହର୍ମୁଜ୍ ପ୍ରଣାଳୀ ବନ୍ଦ କଲା ଇରାନ: ଆମେରିକା ଉପରେ ଆଣିଲା ଯୁଦ୍ଧବିରତି ଉଲ୍ଲଂଘନ ଅଭିଯୋଗ

April 18, 2026

ଦିଲ୍ଲୀ ବିପକ୍ଷରେ କାହିଁକି ସବୁଜ ଜର୍ସି ପିନ୍ଧିଲା ବେଙ୍ଗାଲୁରୁ ଦଳ?: ଜାଣନ୍ତୁ କାରଣ

April 18, 2026

NIA ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୦ ବର୍ଷ ପୁରୁଣା ମାମଲାରେ ଜମ୍ମୁ କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ଗିରଫ

April 18, 2026
Latest News

ରାଜ୍ୟ ସରକାର ପ୍ରତିଷ୍ଠା କରିବେ SITI Odisha: ଗଭର୍ଣ୍ଣିଙ୍ଗ କାଉନ୍‌ସିଲ୍‌ର ଅଧ୍ୟକ୍ଷ ରହିବେ ମୁଖ୍ୟମନ୍ତ୍ରୀ

April 18, 2026

ପୁଣି ହର୍ମୁଜ୍ ପ୍ରଣାଳୀ ବନ୍ଦ କଲା ଇରାନ: ଆମେରିକା ଉପରେ ଆଣିଲା ଯୁଦ୍ଧବିରତି ଉଲ୍ଲଂଘନ ଅଭିଯୋଗ

April 18, 2026

ଦିଲ୍ଲୀ ବିପକ୍ଷରେ କାହିଁକି ସବୁଜ ଜର୍ସି ପିନ୍ଧିଲା ବେଙ୍ଗାଲୁରୁ ଦଳ?: ଜାଣନ୍ତୁ କାରଣ

April 18, 2026

NIA ର ବଡ଼ କାର୍ଯ୍ୟାନୁଷ୍ଠାନ: ୩୦ ବର୍ଷ ପୁରୁଣା ମାମଲାରେ ଜମ୍ମୁ କାଶ୍ମୀର ବିଚ୍ଛିନ୍ନତାବାଦୀ ନେତା ଗିରଫ

April 18, 2026

ମହିଳା ସଂରକ୍ଷଣ ବିଲ୍ ପାସ୍ ନହେବା ପରେ ଜଗନ ମୋହନଙ୍କ ଆସିଲା ପ୍ରତିକ୍ରିୟା: କହିଲେ…

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.