Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ: ଚୋରି ଅଭିଯୋଗରେ ଦୁଇ ଗିରଫ, ୪୮ଟି ବ୍ୟାଟେରୀ ଜବତ
ଅପରାଧ

ବାଲୁଗାଁ: ଚୋରି ଅଭିଯୋଗରେ ଦୁଇ ଗିରଫ, ୪୮ଟି ବ୍ୟାଟେରୀ ଜବତ

February 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ବାଲୁଗାଁ ତଥା ଆଖପାଖ ଅଞ୍ଚଳରେ ଦିନକୁଦିନ ଚୋରି,ରାହାଜାନୀ ବଢୁଥିବା ବେଳେ ପୋଲିସର ନିଦ ହଜିଯାଇଛି।ଯାହାଫଳରେ ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ପାଟ୍ରୋଲିଂକୁ କଡାକଡି କରାଯାଇଛି।ଯାହାକି ଶନିବାର ଦିନ ବାଲୁଗାଁ ପୋଲିସ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଚୋରି ସାମଗ୍ରୀ ଜବତ କରିଛି।

ସୂଚନା ମୁତାବକ ବାଲୁଗାଁ ଥାନା ଅନ୍ତର୍ଗତ ପାରିକଂସାରି ଛକ ନିକଟସ୍ଥ ମୋବାଇଲ ଟାୱାର ଗୃହରୁ ୪୮ଟି ଏକ୍ସାଇଡ଼ ବ୍ୟାଟେରୀ ଚୋରି ହୋଇଥିବା ନେଇ ଅଭିଯୋଗ ହେବାପରେ ଆଜି ବାଲୁଗାଁ ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିବାସହ ସେମାନଙ୍କ ନିକଟରୁ ୪୮ଟି ଏକ୍ସାଇଡ଼ ବ୍ୟାଟେରୀ ସମେତ ଗୋଟିଏ ବାଇକ ଏବଂ ବ୍ୟବହୃତ ଆବଶ୍ୟକୀୟ ସାମଗ୍ରୀ ଜବତ କରିଛି। ଯାହାର ଆନୁମାନିକ ମୂଲ୍ୟ ୩ ଲକ୍ଷରୁ ସାଢ଼େ ୩ ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି।

ସମ୍ପୃକ୍ତ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କ ଘର ବାଲୁଗାଁ ଅଞ୍ଚଳର ହୋଇଥିବା ବେଳେ ଅନ୍ୟ ଜଣେ ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ବୋଲି ପୋଲିସ ସୂଚନା ଦେଇଛି। ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୩୧/୨୦୨୩ ରେ ମାମଲା ରୁଜୁ କରି ଉଭୟଙ୍କୁ କୋର୍ଟ ଚାଲାଣ କରାଯାଇଛି।

ଏଥିସହିତ ଏହା ପଛରେ କେଉଁ ରାକେଟ କାର୍ଯ୍ୟ କରୁଛି ଅଧିକ ଅନୁସନ୍ଧାନ ପାଇଁ ଅଭିଯୁକ୍ତଙ୍କ ନାମ ଗୋପନ ରଖାଯାଇଥିବା ଥାନା ଅଧିକାରୀ ରଶ୍ମି ରଞ୍ଜନ ଦାଶ କହିଛନ୍ତି।

ଚୋରି ଅଭିଯୋଗ ଦୁଇ ଗିରଫ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

LPG Gas Cylinder New Rules 2026: ଅକ୍ଟୋବର ୧ରୁ ଗ୍ୟାସ୍ ନିୟମ ବଦଳିବ?

September 21, 2026
Latest News

ଦିଲ୍ଲୀ ଏସ୍‌ଆଇଆର୍‌ରେ ୩୩.୧୩ ଲକ୍ଷ ଭୋଟର୍‌ଙ୍କୁ ନୋଟିସ୍‌: ଆଡ଼ଭାନୀ, ଜୟଶଙ୍କର ଓ ଧନଖଡ଼ ବି ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆଜି ଏହି ସବୁ ସ୍ଥାନରେ କାହିଁକି ବନ୍ଦ ରହେ ବ୍ୟାଙ୍କ?: ଘରୁ ବାହାରିବା ପୂର୍ବରୁ ଜାଣନ୍ତୁ ଅପଡେଟ୍

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026

LPG Gas Cylinder New Rules 2026: ଅକ୍ଟୋବର ୧ରୁ ଗ୍ୟାସ୍ ନିୟମ ବଦଳିବ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.