ଖୋର୍ଦ୍ଧା ସଦର ଥାନା ଅଞ୍ଚଳରେ ଅବକାରୀ ଚଢ଼ାଉ, ୬ ହଜାରରୁ ଉର୍ଦ୍ଧ୍ଵ ଲିଟର ପୋଚ ଜବତ

Published: Feb 23, 2023, 9:44 pm IST

ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଅବକାରି ବିଭାଗ ପକ୍ଷରୁ ସଦର ଥାନା ଅନ୍ତର୍ଗତ ବରପଡ଼ା ଗ୍ରାମରେ ଚଢ଼ାଉ କରାଯାଇଥିଲା। ଉକ୍ତ ସମୟରେ ବେଆଇନ ମଦ ଭାଟି ଗୁଡିକୁ ଅବକାରୀ ବିଭାଗ ପକ୍ଷରୁ ଭାଙ୍ଗି ଦିଆଯାଇଥିବା ବେଳେ ୬ ହଜାର ୪୦୦ ଲିଟର ଗୁଡ଼ ମିଶ୍ରିତ ପୋଚ ଏବଂ ୪୮୦ ଲିଟର ଦେଶୀ ମଦ ଜବତ କରି ନଷ୍ଟ କରିଦିଆଯାଇଛି।

ତେବେ ଜଙ୍ଗଲର ସୁଯୋଗ ନେଇ ବେପାରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଉକ୍ତ ଚଢ଼ାଉରେ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ଭୈରବ ସାହୁ, ଜିଲ୍ଲା ମୋବାଇଲ ସବ ଇନ୍ସପେକ୍ଟର ବି ମନୋଜ କୁମାର, ଖୋର୍ଦ୍ଧା ଅବକାରୀ ଅଧିକାରୀ ରଞ୍ଜନ ଦାସ , ବେଗୁନିଆ ଅବକାରୀ ଅଧିକାରୀ ରାଜେନ୍ଦ୍ର ଖେସ ଏବଂ ଖୋର୍ଦ୍ଧା ଓ ବେଗୁନିଆ ଅବକାରୀ କର୍ମଚାରୀ ମାନେ ସାମିଲ ଥିଲେ।

Related posts