Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଖଣିରେ ଚଢ଼ାଉ ବେଳେ ଏନଫୋର୍ସମେଣ୍ଟ ଟିମକୁ ଗାଡି ଚଢାଇ ମାରିଦେବା ଉଦ୍ୟମ
ଅପରାଧ

ଖଣିରେ ଚଢ଼ାଉ ବେଳେ ଏନଫୋର୍ସମେଣ୍ଟ ଟିମକୁ ଗାଡି ଚଢାଇ ମାରିଦେବା ଉଦ୍ୟମ

May 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲାର ରଣପୁର ତହସିଲ ଅଞ୍ଚଳରେ ବେଆଇନ ଖଣି ମାଫିଆଙ୍କ ଉତ୍ପାତ ଦେଖିବାକୁ ମିଳିଛି। ରଣପୁରର ବେଆଇନ ଖଣିକୁ ନେଇ ସାରା ନୟାଗଡ ଜିଲ୍ଲାରେ ଚର୍ଚ୍ଚା ଜୋର ଧରିଥିବା ବେଳେ ଆଜି ଏକ ଅଘଟଣ ଦେଖିବାକୁ ମିଳିଛି। ରଣପୁର ତହସିଲ ଏନଫୋର୍ସମେଣ୍ଟ ଟିମକୁ ଆଜି ଖଣି ମାଫିଆ ଆକ୍ରମଣ କରିଥିବା ଦେଖିବାକୁ ମିଳିଛି।  ଏନଫୋର୍ସମେଣ୍ଟ ଟିମ ପକ୍ଷରୁ ଆଜି ଚାନ୍ଦପୁର ଥାନା ପଟିଆ ପଞ୍ଚାୟତ କୁଶୁପଲ୍ଲା ବେଆଇନ ଖଣି ଉପରେ ଚଢ଼ାଉ କରାଯାଇଥିଲା। ଖଣି ମାଫିଆମାନେ ଜବରଦସ୍ତ ଗାଡି ନେଇଯିବା ସହ ଗାଡି ଚଢାଇ ଦେବା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ଏଥିରେ ଆହତ ସୁଦାମ ଚରଣ ବେହେରା ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ଆଜି ରଣପୁର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାରଙ୍କ ନେତୃତ୍ୱରେ ଏକ ସାତ ଜଣିଆ ଟିମ କୁଶପଲ୍ଲା ବେଆଇନ ଖଣି ଉପରେ ଚଢ଼ାଉ କରାଯାଇଥିଲା। ଏମାନେ ପହଂଚିବା ମାତ୍ରେ ଉପସ୍ଥିତ ଖଣି ମାଫିଆମାନେ ଗାଡି ଚଢାଇ ଦେବାକୁ ଉଦ୍ୟମ କରି ଫେରାର ହୋଇଯାଇଥିଲେ। ସମ୍ପୃକ୍ତ ଆହତ କର୍ମଚାରୀଙ୍କୁ ଚାନ୍ଦପୁର ବସନ୍ତ ମଞ୍ଜରୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା କରାଇ ଚାନ୍ଦପୁର ଥାନାରେ ଏକ ମାମଲା ରୁଜୁ କରାଯିବା ନେଇ ପ୍ରକାଶ କରିଛନ୍ତି ଅତିରିକ୍ତ ତହସିଲଦାର।

ଆଜିର ଏହି ଚଢ଼ାଉ କାର୍ଯ୍ୟରେ ରାଜସ୍ବ ସୁପର ଭାଇଜର ଶିବନାରାୟଣ ପ୍ରଧାନ, ଝାରପଡା ଆରଆଇ ଅନିଲ ବେହେରା, ରାୟପଡା ଆରଆଇ ରାକେଶ ରଞ୍ଜନ ସେଠି ଓ ରଣପୁର ତହସିଲର ଚାରି ଜଣ ଅମିନ ସାମିଲ ହୋଇଥିଲେ।

ଖଣି ମାଫିଆ ନୟାଗଡ଼ ଜିଲ୍ଲା ରଣପୁର ତହସିଲ
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.