Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ପୁର୍ବତନ ସରପଞ୍ଚଙ୍କୁ ଆକ୍ରମଣ, ଡାକ୍ତରଖାନାରେ ଭର୍ତ୍ତି
ଅପରାଧ

ପୁର୍ବତନ ସରପଞ୍ଚଙ୍କୁ ଆକ୍ରମଣ, ଡାକ୍ତରଖାନାରେ ଭର୍ତ୍ତି

July 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ବେହେରା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୁକଡାଖଣ୍ଡି ବ୍ଳକ ବନ୍ଥପଲୀ ଗ୍ରାମ ପଞ୍ଚାୟତର ପୁର୍ବତନ ସରପଞ୍ଚ ପ୍ରଶାନ୍ତ କୁମାର ସ୍ବାଇଁଙ୍କୁ ନନ୍ଦନ ବେହେରା ସମେତ ଅନ୍ୟ କିଛି ଯୁବକ ଆକ୍ରମଣ କରିଛନ୍ତି ବୋଲି ଦିଗପହଣ୍ଡି ଥାନାରେ ଅଭିଯୋଗ ହୋଇଛି।

ସୂଚନାଯୋଗ୍ୟ ଯେ, ପ୍ରଶାନ୍ତ ଏକ କ୍ରିକେଟ ଟୁର୍ଣ୍ଣାମେଣ୍ଟ କାର୍ଯ୍ୟକ୍ରମରେ ଯୋଗ ଦେଇ ନିଜ ଗ୍ରାମ ଚାଞ୍ଚଡାପଲି ଫେରୁଥିବା ବେଳେ ଗାଁ ର ଠାକୁରାଣୀ ମନ୍ଦିର ପଛପଟରେ ଛକି ବସିଥିବା କିଛି ଯୁବକ ତାଙ୍କୁ ଅତର୍କିତ ଭାବେ ବିଭିନ୍ନ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଯାହା ଫଳରେ ତାଙ୍କର ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ହୋଇଛି ଓ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ପ୍ରକାଶ ଥାଉକି ପ୍ରଶାନ୍ତ ସରପଞ୍ଚ ଥିବା ବେଳେ ଗାଁ ରେ ବଚନ ସ୍ବାଇଁ ନାମକ ଜଣେ ଯୁବକକୁ ହତ୍ୟା କରାଯାଇଥିଲା। ସେହି ମକଦ୍ଦମାରେ ପ୍ରଶାନ୍ତ ସାକ୍ଷୀ ରହି ଶୁଣାଣି ବେଳେ ସାକ୍ଷୀ କାଟିଦେବାରୁ ଆକ୍ରମଣକାରୀ ଯୁବକ ମାନେ ପ୍ରଥମେ ପଚାରିଥିଲେ ଓ ପରେ ଆକ୍ରମଣ କରିଥିଲେ। ଆହତ ପ୍ରଶାନ୍ତ ଦିଗପହଣ୍ଡି ଥାନାରେ ଅଭିଯୋଗ କରିଛନ୍ତି ଓ ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି।

ଗଞ୍ଜାମ ଜିଲ୍ଲା ପୁର୍ବତନ ସରପଞ୍ଚ ମାରଣାସ୍ତ୍ରରେ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026

ବାଂଲାଦେଶକୁ ପରାସ୍ତ କରି ଲଗାତାର ଦ୍ୱିତୀୟ ଥର ପାଇଁ ଏସିଆ କପ୍ ଜିତିଲା ଭାରତ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.