Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ରାଜନୈତିକ ହିଂସାକାଣ୍ଡ ଯୋଗୁଁ ଅଶାନ୍ତ ପିତାତଳି ଗ୍ରାମ, ଘଟଣାସ୍ଥଳରେ ବ୍ରହ୍ମପୁର ଏସ୍ ପି
ଅପରାଧ

ରାଜନୈତିକ ହିଂସାକାଣ୍ଡ ଯୋଗୁଁ ଅଶାନ୍ତ ପିତାତଳି ଗ୍ରାମ, ଘଟଣାସ୍ଥଳରେ ବ୍ରହ୍ମପୁର ଏସ୍ ପି

July 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଯୁବକଙ୍କ ମୃତ୍ୟୁ
ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗୋଳନ୍ଥରା ଥାନା ପିତାତଳି ଗ୍ରାମରେ ପୁଣି ରାଜନୈତିକ ହିଂସାକାଣ୍ଡ ସୃଷ୍ଟି ହୋଇଛି। ଯ’ଦ୍ଵାରା ସ୍ପଷ୍ଟ ଦିବାଲୋକରେ ସରପଞ୍ଚଙ୍କ ଜ୍ୱାଇଁ ଏସ୍ କାମେଶ୍ଵରକୁ ସଙ୍ଘବଦ୍ଧ ଆକ୍ରମଣ ହୋଇଛି। ଆହତ କାମେଶ୍ଵର ନିଜ ଘରକୁ ଫେରୁଥିବା ବେଳେ ଆଦର୍ଶ ବିଦ୍ୟାଳୟ ନିକଟରେ ଛକି ରହିଥିବା କିଛି ଯୁବକ ସଶସ୍ତ୍ର ଆକ୍ରମଣ କରିଥିଲେ। ଯାହା ଫଳରେ ତାଙ୍କର ଗୋଡ, ହାତ ଓ ମୁଣ୍ଡରେ ଗଭୀର ଆଘାତ ହୋଇଛି। ତାଙ୍କୁ ଉଦ୍ଧାର କରି ପ୍ରଥମେ ଚିକିଟି ଡ଼ାକ୍ତରଖାନା ଓ ପରେ ବ୍ରହ୍ମପୁର ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଅତ୍ୟଧିକ ଚିକିତ୍ସା ପାଇଁ ଆନ୍ଧ୍ର ପ୍ରଦେଶ ବିଶାଖାପାଟଣା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

ଅନ୍ୟ ପକ୍ଷରେ କାମେଶ୍ଵରଙ୍କ ଏତଲା କ୍ରମେ ପୋଲିସ ୨୦ ଜଣଙ୍କ ନାମରେ ମକଦ୍ଦମା ରୁଜୁ କରିଛି। ଏହି ଭଳି ସମ୍ବେଦନଶୀଳ ପରିସ୍ଥିତିରେ ବ୍ରହ୍ମପୁର ଏସ୍ ପି ଡଃ ବିବେକ ଶ୍ରବଣ କୁମାର, ଏସ୍ ଡି ପି ଓ ଶିବଶଙ୍କର ମହାପାତ୍ର, ତାଲିମ ପ୍ରାପ୍ତ ଆଇ ପି ଏସ୍ ଅଧିକାରୀ ଅଙ୍କିତ ବର୍ମା ଓ ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତଙ୍କ ସମେତ ବହୁ ପୋଲିସ ଅଧିକାରୀ ଓ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି କୁ ଆୟତ୍ତ କରିବା ସହ ଅଭିଯୁକ୍ତ ଙ୍କ ଅନୁସନ୍ଧାନ ଚଳାଇଛନ୍ତି।

ପ୍ରକାଶ ଥାଉକି ଚିକିଟି ନିର୍ବାଚନ ମଣ୍ଡଳୀର ଏହି ଅଞ୍ଚଳରେ ପ୍ରାୟ ରାଜନୈତିକ ବିବାଦ ଉପୁଜି ହିଂସାକାଣ୍ଡ ସୃଷ୍ଟି ହେଉଛି। ଯ’ଦ୍ଵାରା ସାଧାରଣ ଲୋକ ନିଜକୁ ସୁରକ୍ଷିତ ମଣୁ ନାହାନ୍ତି। ଏହି ଗ୍ରାମରେ ତୁରନ୍ତ ଏକ ପୋଲିସ ଫାଣ୍ଡିର ଆବଶ୍ୟକତା ରହିଛି ବୋଲି ବୁଦ୍ଧିଜିବୀ ମହଲରୁ ପ୍ରକାଶ। କାରଣ ପୁର୍ବରୁ ଏହି ଭଳି ଅନେକ ଘଟଣା ଘଟିଛି ଓ ଏଥିରେ ବହୁ ବ୍ୟକ୍ତି ବିଶେଷ ଙ୍କର ଧନ ଜୀବନ ବିପନ୍ନ ହେଉଛି।

ଗୋଳନ୍ଥରା ଥାନା ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026
Latest News

ଅରବିନ୍ଦ କେଜରିୱାଲଙ୍କୁ ବଡ଼ ଝଟକା: ସାତ ବିଦ୍ରୋହୀ ଆପ ସାଂସଦଙ୍କୁ ମାନ୍ୟତା ଦେଲା ରାଜ୍ୟସଭା

April 27, 2026

ଏହି ତାରିଖ ସୁଦ୍ଧା ପ୍ରକାଶ ପାଇବ CBSE ଦ୍ୱାଦଶ ପରୀକ୍ଷା ଫଳାଫଳ: ଜାଣନ୍ତୁ କିଭଳି କରିବେ ଯାଞ୍ଚ

April 27, 2026

ଦୁର୍ଘଟଣାରେ ମାମୁଁ – ଭଣଜା ମୃତ

April 27, 2026

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.