Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କନ୍ଧମାଳ ଜିଲ୍ଲା ପୋଲିସର ଏକକାଳୀନ ଚଢ଼ାଉ: ପ୍ରାୟ ୧୧ ହଜାର କେଜି ଗଞ୍ଜେଇ ଜବତ
ଅପରାଧ

କନ୍ଧମାଳ ଜିଲ୍ଲା ପୋଲିସର ଏକକାଳୀନ ଚଢ଼ାଉ: ପ୍ରାୟ ୧୧ ହଜାର କେଜି ଗଞ୍ଜେଇ ଜବତ

February 21, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି କନ୍ଧମାଳ ଜିଲ୍ଲା ପୋଲିସ ୫ ଟି ଥାନା ଅଞ୍ଚଳରେ ଏକ କାଳୀନ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି। ପ୍ରାୟ ୧୦ ହଜାର ୮୫୨ କେଜିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରିବାବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ। ପ୍ରଥମ ଥର ପାଇଁ ପୋଲିସ ଏକ କାଳୀନ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବାରେ ସଫଳତା ହାସଲ କରିଛି।

ଉଲ୍ଲେଖଯୋଗ୍ୟ ଯେ, କନ୍ଧମାଳ ଜିଲ୍ଲାରୁ ଗଞ୍ଜେଇ ଚୋରା ଚାଲାଣ ରୋକିବାକୁ ଡିଜିପି ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁଯାୟୀ, କନ୍ଧମାଳ ଏସପି ବି. ସି. ହରିଶ ଏକ ସ୍ୱତନ୍ତ୍ର ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ।

ଗୋଚ୍ଛାପଡ଼ା ଥାନା ଅନ୍ତର୍ଗତ ଦାରୁଗୋଣ୍ଡା ଘାଟି ନିକଟ ଜଙ୍ଗଲରୁ ୬୫୨୦ କେଜି, ଫିରିଙ୍ଗିଆ ଥାନା ଅଧୀନରେ ଥିବା କାସିନପଦର ଗ୍ରାମ ପଞ୍ଚାୟତର ମାଜିପଡ଼ା ଜଙ୍ଗଲରୁ ୧୫୨୦ କେଜି, ଫୁଲବାଣୀ ସଦର ଥାନା ଅନ୍ତର୍ଗତ ସୁଦ୍ରୁଜୁ ଗ୍ରାମ ପଂଚାୟତ ମିନିଆକଟି ଜଙ୍ଗଲରୁ ୨୦୫୨ କେଜି., ବାଲିଗୁଡ଼ା ଥାନା ଅଧୀନ ଜାକ୍ରିପଦା ଜଙ୍ଗଲରୁ ୬୫୦ କେଜି, ଟିକାବାଲି ଥାନା ଅନ୍ତର୍ଗତ ସୁନାପଙ୍ଗା ଗ୍ରାମ ନିକଟରୁ ୧୧୦ କେଜି ଜବତ କରାଯାଇଛି। ସମୁଦାୟ ୧୦,୮୫୨ କେଜି ଜବତ କରା ଯାଇଥିବା ବେଳେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରା ଯାଇଛି।

ଉପରୋକ୍ତ ସମସ୍ତ ମାମଲାର ତଦନ୍ତ ଜାରି ରହିଛି ଏବଂ ଚୋରା ଚାଲାଣରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ପୋଲିସ ବିଭିନ୍ନ ସ୍ଥାନରେ ଚଢଉ ଜାରି ରଖିଛି।

ସୂଚନା ଯୋଗ୍ୟ ଯେ,ନିଶା ବେପାରୀ ମାନେ ଜଙ୍ଗଲ ମଧ୍ୟରେ ଥିବା ବିଭିନ୍ନ ପରିତ୍ୟକ୍ତ ସ୍ଥାନରେ ଗାତ ଖୋଳି ଏହି ଗଞ୍ଜେଇ ରଖି ଚୋରା ଚାଲାଣ କରୁଛନ୍ତି। ଏ ସମ୍ପର୍କରେ ସୂଚନା ପାଇ ପୋଲିସ ଚଢ଼ାଉ କରିଥିଲା।

ଉଲ୍ଲେଖଯୋଗ୍ୟ ଯେ,ଗଞ୍ଜେଇ ଚାଷ ବିରୁଦ୍ଧରେ ରାଜ୍ୟ ପୋଲିସ ସ୍ୱତନ୍ତ୍ର ଅଭିଯାନ ଜାରି ରଖିଥିବା ବେଳେ ଏହାକୁ ମୂଳପୋଛ କରିବାକୁ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି। ଏହାକୁ ତୃଣମୂଳ ସ୍ତରରେ କାର୍ଯ୍ୟକାରୀ କରାଯାଉଛି। ଏହି ସ୍ଵତନ୍ତ୍ର ଅଭିଯାନ ଆସନ୍ତା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ ଏବଂ ଏହି ସମୟ ସୀମା ମଧ୍ୟରେ ଗଞ୍ଜେଇ ଚାଷର ସଂପୂର୍ଣ୍ଣ ମୂଳୋତ୍ପାଟନ ନିମନ୍ତେ କାର୍ଯ୍ୟ କରିବାକୁ ଡିଜିପି ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଏକକାଳୀନ ଚଢାଉ କନ୍ଧମାଳ ଜିଲ୍ଲା ପୋଲିସ ଗଞ୍ଜେଇ ଜବତ ଯୋଗେଶ ବାହାଦୁର ଖୁରାନିଆ
Share. Facebook Twitter LinkedIn Email WhatsApp Copy Link

Related Posts

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025

ସୋଆ ପ୍ରତିଷ୍ଠାତା ସଭାପତିଙ୍କ ଦ୍ୱାରା ‘ଡିକୋଡିଙ୍ଗ କର୍ମ-ଫ୍ରମ୍ ବାର୍ଥ ଟୁ ରିବାର୍ଥ’ ପୁସ୍ତକ ଉନ୍ମୋଚିତ

September 9, 2025
Latest News

ବାଣପୁର: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 9, 2025

ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀ

September 9, 2025

ବିଜେଡିକୁ ପୁଣି ତେରଚ୍ଛା ବାଣ ମାରିଲେ ପୂର୍ବତନ ସାଂସଦ ତଥାଗତ ଶତପଥୀ, କହିଲେ…

September 9, 2025

ସିପି ରାଧାକୃଷ୍ଣନ୍ ହେଲେ ଦେଶର ନୂତନ ଉପରାଷ୍ଟ୍ରପତି, ଜାଣନ୍ତୁ କେତେ ମିଳିଲା ଭୋଟ?

September 9, 2025

ଦୁବାଇରେ ଐତିହାସିକ UPI-UPU ଏକୀକରଣର ଶୁଭାରମ୍ଭ କଲେ କେନ୍ଦ୍ରମନ୍ତ୍ରୀ

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.