Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମ୍ ବ୍ରାଞ୍ଚ
ଅପରାଧ

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା କ୍ରାଇମ୍ ବ୍ରାଞ୍ଚ

August 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭୁବନେଶ୍ଵର: ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ଜଣେ ଅଭିଯୁକ୍ତଙ୍କୁ କ୍ରାଇମ୍ ବ୍ରାଞ୍ଚ ଗିରଫ କରିଛି। ଯାହା ଫଳରେ ଏହି ମାମଲାରେ ଗିରଫ ସଂଖ୍ୟା ୭କୁ ବୃଦ୍ଧି ପାଇଛି ବୋଲି କ୍ରାଇମବ୍ରାଞ୍ଚ ଡିଆଇଜି ବି. ଗଙ୍ଗାଧର ଏକ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ହେଉଛନ୍ତି, କଳାହାଣ୍ଡି ଜିଲ୍ଲାର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ପ୍ରଶାନ୍ତ କୁମାର ଖମାରୀ। ପୂର୍ବରୁ ଏହି ମାମଲାରେ କ୍ରାଇମବ୍ରାଞ୍ଚ   ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।
ରାଜ୍ୟ ପୂର୍ବତନ କ୍ୟାଡର ଶିକ୍ଷକ ସଂଘର ପୂର୍ବତନ କାର୍ଯ୍ୟକାରୀ ସଭାପତି ବିଜୟ କୁମାର ମିଶ୍ର ଏବଂ କୋରାପୁଟ ଜିଲ୍ଲାର ପୂର୍ବତନ କ୍ୟାଡର ଶିକ୍ଷକ ସଂଘର ସଭାପତି ସନାତନ ବିଶୋୟୀଙ୍କ ସହ ଅଭିଯୁକ୍ତ ଶ୍ରୀ ଖମାରୀ ଏହି  ଅପରାଧିକ ଷଡ଼ଯନ୍ତ୍ରରେ ସାମିଲ ଥିଲେ। ସେ ଓଡିଶାର ମାଧ୍ୟମିକ ଶିକ୍ଷା ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣାଙ୍କଠାରୁ  ପ୍ରଶ୍ନପତ୍ର ପାଇବା ସହ ତାକୁ ନିଜ ହାତଲେଖାରେ ସେଗୁଡ଼ିକୁ ନକଲ କରିଥିଲେ।
ଖମାରୀଙ୍କ ବିରୁଦ୍ଧରେ ଏହି ଲିକ୍ ହୋଇଥିବା ପ୍ରଶ୍ନପତ୍ରଗୁଡ଼ିକୁ ପୂର୍ବ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷାରେ ବିଫଳ ହୋଇଥିବା ଶିକ୍ଷକମାନଙ୍କୁ ବିକ୍ରି କରିବାର ଅଭିଯୋଗ ହୋଇଛି। ଆର୍ଥିକ କାରବାରର ତଦନ୍ତରୁ ଜଣାପଡିଛି ଯେ, ସେ ଶିକ୍ଷକମାନଙ୍କଠାରୁ ଟଙ୍କା ସଂଗ୍ରହ କରିବା ପରେ ଫୋନ ପେ  ମାଧ୍ୟମରେ ବିଜୟ କୁମାର ମିଶ୍ରଙ୍କୁ ₹୯୯,୦୦୦ ଟଙ୍କା ଟ୍ରାନ୍ସଫର କରିଥିଲେ। ତାଙ୍କ ବ୍ୟାଙ୍କ ଆକାଉଣ୍ଟଗୁଡ଼ିକ ବର୍ତ୍ତମାନ  ଯାଞ୍ଚ କରାଯାଉଛି।
କ୍ରାଇମବ୍ରାଞ୍ଚ ଖମାରୀଙ୍କ ମୋବାଇଲ୍ ଫୋନ୍ ଜବତ କରିଛି ଏବଂ ହାତଲେଖା ନମୁନା ସଂଗ୍ରହ କରିଛି, ଯାହାକୁ ପରୀକ୍ଷା ପାଇଁ ହ୍ୟାଣ୍ଡରାଇଟିଙ୍ଗ ବ୍ୟୁରୋ ଏବଂ ସାଇବର ଫୋରେନସିକ୍ ପଠାଯିବ ବୋଲି ଡିଆଇଜି ଶ୍ରୀ ଗଙ୍ଗାଧର ସୂଚନା ଦେଇଛନ୍ତି।
ଏହି ମାମଲାରେ ସମ୍ପୃକ୍ତ ଅନ୍ୟ ବ୍ୟକ୍ତିମାନଙ୍କୁ ଚିହ୍ନଟ ଏବଂ ଗିରଫ କରିବା ପାଇଁ ଅଧିକ ତଦନ୍ତ ଜାରି ରହିଛି।
କ୍ରାଇମ୍ ବ୍ରାଞ୍ଚ
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025

୨୦୨୫ର ସବୁଠାରୁ ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ରେକର୍ଡ ବ୍ୟବଧାନରେ ପରାସ୍ତ କଲା ଅଷ୍ଟ୍ରେଲିଆ

August 24, 2025

ପୁରୀ ଜଗନ୍ନାଥବଲ୍ଲଭ ପାର୍କିଂ ଉପରୁ ଖସିପଡିଲା ବୋଲେରୋ, ତାପରେ..

August 24, 2025
Latest News

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025

ବିଷପାନ କରିଥିବା ମହିଳାଙ୍କ ବାଣପୁର ହସ୍ପିଟାଲରେ ମୃତ୍ୟୁ

August 24, 2025

ମାରୁତି ସୁଜୁକିର ଆସିଲା ପ୍ରଥମ ବୈଦ୍ୟୁତିକ ଯାନ ‘ଇ ଭିଟାରା’, ପ୍ରଧାନମନ୍ତ୍ରୀ କରିବେ ଶୁଭାରମ୍ଭ

August 24, 2025

୨୦୨୫ର ସବୁଠାରୁ ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ରେକର୍ଡ ବ୍ୟବଧାନରେ ପରାସ୍ତ କଲା ଅଷ୍ଟ୍ରେଲିଆ

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.