Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ
ଅପରାଧ

ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ

September 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ
ବାଲୁଗାଁ ବ୍ୟବସାୟୀଙ୍କୁ ଅପହରଣ ଘଟଣାର ପର୍ଦ୍ଦାଫାଶ କଲା ପୋଲିସ: ୫ ଅଭିଯୁକ୍ତ ଗିରଫ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଅଞ୍ଚଳର ପ୍ରତିଷ୍ଠିତ ବ୍ୟବସାୟୀ ବିଜୟ ସୁବୁଦ୍ଧିଙ୍କ ପୁତ୍ର ସୁଶୀଲ ସୁବୁଦ୍ଧିଙ୍କ ଅପହରଣ ଘଟଣାର କେଇ ଘଣ୍ଟା ମଧ୍ୟରେ ପର୍ଦ୍ଦାଫାଶ କରିବାରେ ସଫଳ ହୋଇଛି ପୋଲିସ। ଅପହରଣର ମୌଖିକ ଅଭିଯୋଗ ହେବା ମାତ୍ରେ ହିଁ ଏସପି ବିବେକାନନ୍ଦ ଶର୍ମାଙ୍କ ନେତୃତ୍ୱରେ ତଦନ୍ତ ଆରମ୍ଭ ହୋଇଯାଇଥିଲା।

ବାଲୁଗାଁ ଏସଡିପିଓ ସଞ୍ଜୟ କୁମାର ପଟ୍ଟନାୟକ, ଆଇଆଇସି ଜୟପ୍ରକାଶ ପରିଡ଼ା ଓ ଟିମ ଗାଡି ବିଭିନ୍ନ କୌଶଳକ୍ରମେ ଅପହରଣ କରି ନେଉଥିବା ଗାଡିକୁ ଚାନ୍ଦପୁର ଥାନା ଅନ୍ତର୍ଗତ କଟକ ସହର ଅଞ୍ଚଳରୁ ଗ୍ରାମବାସୀଙ୍କ ସହଯୋଗରେ କାବୁ କରିଥିଲେ ଏବଂ ୫ ଅଭିଯୁକ୍ତଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ନକଦ ୬ ଲକ୍ଷ ୨୭ ହଜାର ଟଙ୍କା, ୪ ଗୋଟି ଖଣ୍ଡା, ୨ ଗୋଟି ଛୁରୀ ଆଦି ଜବତ ହୋଇଥିବା ଜଣାପଡିଛି।

ଉକ୍ତ ୫ ଅଭିଯୁକ୍ତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ୩, ବାଣପୁର ଅଞ୍ଚଳର ଜଣେ ଏବଂ ବାଳକାଟୀ ଅଞ୍ଚଳର ଜଣେ ଅଭିଯୁକ୍ତ ଥିବା ଜଣାପଡିଛି। ତେବେ ଅପହୃତ ହୋଇଥିବା ବ୍ୟବସାୟୀ ସୁଶୀଲଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି ପୋଲିସ।

ପୋଲିସର ତ୍ୱରିତ ପଦକ୍ଷେପ ଲାଗି ସୁଶୀଲ ନିଶ୍ଚିତ ଅଘଟଣରୁ ରକ୍ଷା ପାଇଥିବାରୁ ସୁଶୀଲଙ୍କ ପରିବାରବର୍ଗ ଖୋର୍ଦ୍ଧା ଏସପି ଏବଂ ଟିମ ଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି। ତେବେ ଉକ୍ତ ଘଟଣା ନେଇ ଆସନ୍ତାକାଲି ଖୋର୍ଦ୍ଧା ଏସପି ବିସ୍ତୃତ ବିବରଣୀ ପ୍ରେସ ମିଟ ଜରିଆରେ ଦେବେ ବୋଲି ସୂଚନା ମିଳିଛି।

ଅପହରଣ ଘଟଣା ଅଭିଯୁକ୍ତ ଗିରଫ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026
Latest News

ବଲାଙ୍ଗୀରରୁ ଅପହରଣ, ଭୁବନେଶ୍ୱରରୁ ଉଦ୍ଧାର: ବ୍ୟବସାୟୀଙ୍କୁ ନେଇ ରହସ୍ୟ ଘେରରେ ଅପହରଣ ମାମଲା

August 15, 2026

ରେଙ୍ଗାଳି ଡ୍ୟାମ୍‌ର ୩ ଗେଟ୍‌ ଖୋଲା: ତଳମୁଣ୍ଡରେ ବନ୍ୟା ଆଶଙ୍କା

August 15, 2026

ସେଲଫି ନେବା ବେଳେ ଘଟିଲା ଅଘଟଣ: ପୋଲ ତଳକୁ ଖସିପଡ଼ିଲେ ଯୁବତୀ

August 15, 2026

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.