Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ
ଅପରାଧ

ନାବାଳିକାଙ୍କୁ ଦୁଷ୍କର୍ମ ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ: ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

April 1, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ନ୍ୟାୟିକ ପ୍ରକ୍ରିୟା
୪ ବର୍ଷର ଶିଶୁକୁ ଦୁଷ୍କର୍ମ ଓ ହତ୍ୟା ମାମଲା: ଗୋଟିଏ ମାସ ମଧ୍ୟରେ ଅଭିଯୁକ୍ତକୁ ମୃତ୍ୟୁଦଣ୍ଡ

ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଭଳି ଜଘନ୍ୟ ଅପରାଧ ସମ୍ବନ୍ଧୀୟ ଏକ ସମ୍ବେଦନଶୀଳ ମାମଲାରେ ଅତିରିକ୍ତ ଜିଲ୍ଲା ବିଚାରପତି,ଝାରସୁଗୁଡା ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ସମ୍ପୃକ୍ତ ଥିବା ଦୁଇ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ପ୍ରଦାନ କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ପଙ୍କଜ ପୋଢ଼ଙ୍କୁ ଆଜୀବନ କାରାଦଣ୍ଡ ପ୍ରଦାନ କରାଯାଇଥିବା ବେଳେ ସହଯୋଗୀ ଅନୁ ବାଗକୁ ୨ ବର୍ଷ ଦଣ୍ଡାଦେଶ ପ୍ରଦାନ କରାଯାଇଛି।

ମାମଲାର ବିବରଣୀ ଅନୁଯାୟୀ, ମସିହା ଜୁନ ୨୭ ତାରିଖରେ ପ୍ରାୟ ୪ ବର୍ଷର ନାବାଳିକାଙ୍କୁ ଦୁଇ ଅଭିଯୁକ୍ତ ଦୁଷ୍କର୍ମ କରିଥିଲେ। ଏ ସମ୍ପର୍କରେ ବ୍ରଜରାଜନଗର ଥାନା ମାମଲା ନଂ ୧୪୦, ଜୁନ ୩୦ ତାରିଖରେ ରୁଜୁ ହୋଇଥିଲା। ପୋଲିସ ତଦନ୍ତ ପରେ ଭାରତୀୟ ନ୍ୟାୟ ସଂହିତା (BNS), ପୋକ୍ସୋ ଆଇନ ଏବଂ ଜୁଭେନାଇଲ୍ ଜଷ୍ଟିସ୍ ଆଇନର ସମ୍ପର୍କିତ ଦଫାରେ ଅଭିଯୋଗ ଦାଖଲ କରିଥିଲେ।

ମାନ୍ୟବର ଅଦାଲତ ଅଭିଯୁକ୍ତ ପଙ୍କଜ ପୋଢକୁ BNS ଦଫା ୬୫(୨), ୬୪(୨)(ଫ), ୧୧୫(୨) ସହ ପୋକ୍ସୋ ଆଇନ ଦଫା ୬(୧) ଅନୁଯାୟୀ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡ ସହ ଅତିରିକ୍ତ ୧ ବର୍ଷର କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଅନ୍ୟ ଅଭିଯୁକ୍ତ ଅନୁ ବାଗକୁ BNS ଦଫା ୧୧୫(୨), ପୋକ୍ସୋ ଆଇନ ଦଫା ୨୧ ଏବଂ ଆଇନ ଦଫା ୭୫ ଅନୁଯାୟୀ ଦୋଷୀ ସାବ୍ୟସ୍ତ କରି ୨ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।

ଏହି ଦଣ୍ଡାଦେଶ ଶିଶୁ ସୁରକ୍ଷା ପ୍ରତି ଓଡ଼ିଶା ପୋଲିସର ଦୃଢ଼ ପ୍ରତିବଦ୍ଧତା ଏବଂ ନାବାଳିକା ମାନଙ୍କ ବିରୋଧରେ ଘଟୁଥିବା ଅପରାଧରେ ତ୍ୱରିତ ନ୍ୟାୟ ପ୍ରଦାନରେ ପୋଲିସ ଅଗ୍ରଣୀ ଭୂମିକାକୁ ପ୍ରମାଣିତ କରିଛି।

ଏହି ଅବସରରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଝାରସୁଗୁଡା ଏସପି ଏବଂ ତଦନ୍ତକାରୀ ଅଧିକାରୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହ ନୂତନ ଭାରତୀୟ ଆଇନ କାର୍ଯ୍ୟକାରି ହେବାପରେ ଦ୍ରୁତ ତଦନ୍ତ ଓ କମ ସମୟ ମଧ୍ୟରେ ଦୋଷୀ ସାବ୍ୟସ୍ତ ହାର ଉଲ୍ଲେଖନୀୟ ଭାବେ ବୃଦ୍ଧି ପାଇଥିବାରୁ ସନ୍ତୋଷବ୍ୟକ୍ତ କରିଛନ୍ତି।

ଆଜୀବନ କାରାଦଣ୍ଡ ଝାରସୁଗୁଡା ଜିଲ୍ଲା ଦୁଷ୍କର୍ମ ମାମଲା ନାବାଳିକାଙ୍କୁ ଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

July 14, 2026

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026
Latest News

ଇରାନ ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁ: ପ୍ରତିଶୋଧ ନେବାକୁ ଚେତାବନୀ ଦେଲା UAE

July 14, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପୂର୍ବରୁ ପ୍ରଶାସନିକ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

July 14, 2026

ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଯୁବ ରେଡ଼କ୍ରସ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

July 14, 2026

ଓଲିଉଡ଼ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅନୁଷ୍ଠିତ

July 14, 2026

ପିସି-ପିଏନଡିଟି ଆଇନ ଉଲ୍ଲଙ୍ଘନ ଅଭିଯୋଗ: ଅଲ୍ଟ୍ରାସାଉଣ୍ଡ କେନ୍ଦ୍ରକୁ ସିଲ୍ କଲା ସ୍ୱାସ୍ଥ୍ୟ ବିଭାଗ

July 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.