Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଅପରାଧ

ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

May 7, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୋହନ ଚରଣ ମାଝୀ
ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଭୁବନେଶ୍ୱରର ବାଲିଅନ୍ତା ଅଞ୍ଚଳରେ ଜଣେ ଯୁବକଙ୍କୁ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକ ୱାଇ.ବି ଖୁରାନିଆଙ୍କ ସହିତ କଥା ହୋଇ ଘଟଣାର ପୁଙ୍ଖାନୁପୁଙ୍ଖ ଯାଞ୍ଚ୍ କରିବା ସହିତ ଦୋଷୀମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଏଭଳି ଭିଡ଼ ହତ୍ୟା ଘଟଣାର ଯେପରି ପୁନରାବୃତ୍ତି ନହୁଏ, ସେଥିପ୍ରତି ପୋଲିସ ପ୍ରଶାସନ ଓ ପୋଲିସ ବାହିନୀ ସତର୍କ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ରାଜ୍ୟରେ ଆଇନର ଶାସନ ପ୍ରତିଷ୍ଠା କରିବା ପାଇଁ ପୋଲିସ କଠୋରରୁ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ, ଏହି ଘଟଣାରେ ପୋଲିସ ବର୍ତ୍ତମାନ ସୁଦ୍ଧା ୪ ଜଣଙ୍କୁ ଗିରଫ କରିବା ସହିତ ତା’ର ଅନୁସନ୍ଧାନ ଜାରି ରଖିଛି। ଏହି ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ମଧ୍ୟ ଆଲୋଚନା କରିଛନ୍ତି।
ଘଟଣାର ସମସ୍ତ ଦିଗ ପ୍ରତି ସଚେତନ ରହି ପ୍ରକୃତ ସତ୍ୟ ଖୋଜି ବାହାର କରିବା ପାଇଁ ଏହି ଘଟଣାରେ ଯେଉଁ ମହିଳାମାନଙ୍କ ସହିତ ଦୁର୍ବ୍ୟବହାର ହୋଇଥିବାର ଅଭିଯୋଗ ହୋଇଛି, ସେମାନଙ୍କ ସହିତ ଆଲୋଚନା କରିବାକୁ  ଅଧ୍ୟକ୍ଷା ଶ୍ରୀମତୀ ମହାନ୍ତି ଆସନ୍ତା କାଲି ବାଲିଅନ୍ତା ଯିବେ ବୋଲି ଜଣା ଯାଇଛି।
ଠୋର କାର୍ଯ୍ୟାନୁଷ୍ଠାନ ବାଲିଅନ୍ତା ଭୁବନେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଦୁଃଖ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

୪୦ ବର୍ଷ ପୁରୁଣା ଯାତ୍ରୀ ସଂରକ୍ଷଣ ପ୍ରଣାଳୀର ହେବ ଆଧୁନିକୀକରଣ: ସମୀକ୍ଷା କଲେ ରେଳ ମନ୍ତ୍ରୀ

May 7, 2026
Latest News

ବାଲିଅନ୍ତାରେ ଯୁବକଙ୍କୁ ହତ୍ୟା ଘଟଣା: କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

May 7, 2026

ବ୍ରଜପାତରେ ଚାଲିଗଲା ଶାଶୁ- ବୋହୁଙ୍କ ଜୀବନ

May 7, 2026

ପୋଖରୀରେ ବୁଡି ୨ ଛାତ୍ର ମୃତ

May 7, 2026

ବାଲିଅନ୍ତା ହତ୍ୟା : ୪ ଅଟକ

May 7, 2026

ଦେଶବ୍ୟାପୀ ମାଗଣା ବାର୍ଷିକ ସ୍ବାସ୍ଥ୍ୟ ପରୀକ୍ଷା କାର୍ଯ୍ୟକ୍ରମର ଉଦ୍‌ଘାଟନ କଲେ କେନ୍ଦ୍ରମନ୍ତ୍ରୀ

May 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.