Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ
ଅପରାଧ

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026No Comments4 Mins Read
Share Facebook Twitter LinkedIn Email WhatsApp Copy Link
"ସ୍ପେଶାଲ ଡ୍ରାଇଭ୍" ଅଭିଯାନ
"ସ୍ପେଶାଲ ଡ୍ରାଇଭ୍" ଅଭିଯାନ

ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ନିର୍ଦ୍ଦେଶ କ୍ରମେ ଗତ ମେ ୧୨ ତାରିଖରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ସମସ୍ତ ପୋଲିସ ରେଞ୍ଜ୍‌ ଅନ୍ତର୍ଗତ ଜିଲ୍ଲା ଏସପି ଏବଂ ପୋଲିସ କମିଶନରଙ୍କ ନେତୃତ୍ବରେ “ସ୍ପେଶାଲ ଡ୍ରାଇଭ୍” ଅଭିଯାନକୁ କାର୍ଯ୍ୟକାରୀ କରାଯାଇଥିଲା। ୫ ଦିନ ଧରି ଚାଲିଥିବା ଏହି ଅଭିଯାନରେ ଅପରାଧ ଏବଂ ଅପରାଧୀଙ୍କ ବିରୁଦ୍ଧରେ ପୋଲିସ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

​ଏହି ଅଭିଯାନରେ ମୁଖ୍ୟତଃ ଜାମିନ ବିହୀନ ୱାରେଣ୍ଟ (NBW)କୁ କାର୍ଯ୍ୟକାରୀ କରିବା, ଫେରାର ଅଭିଯୁକ୍ତଙ୍କୁ ଗିରଫ କରିବା, ନିଶା ଦ୍ରବ୍ୟ (ଗଞ୍ଜେଇ ଓ ବ୍ରାଉନସୁଗାର) ଚୋରା ଚାଲାଣକୁ ରୋକିବା, ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ବେଆଇନ ଖଣିଜ ଚୋରା ଚାଲାଣରେ ସମ୍ପୃକ୍ତ ଯାନବାହନ ଜବତ କରିବା ସହ ମଦ୍ୟପାନ କରି ଗାଡି ଚାଳନା ଉପରେ କଠୋର ଚଢ଼ାଉ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି ସ୍ପେଶାଲ ଅପରେସନରେ ସମସ୍ତ ରେଞ୍ଜ୍‌ର ପୋଲିସ ଅଧୀକାରୀ ଓ କର୍ମଚାରୀ ସାମିଲ ହୋଇ ଅପରାଧ ଏବଂ ଅପରାଧୀଙ୍କୁ ରୋକିବାରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ (ଆଇନ ଓ ଶୃଙ୍ଖଳା) ସଞ୍ଜୟ କୁମାରଙ୍କ ପ୍ରତ୍ୟକ୍ଷ ତତ୍ତ୍ବବଧାନରେ ଏହି ଅଭିଯାନ ସାରା ରାଜ୍ୟରେ ସଫଳତାର ସହ କାର୍ଯ୍ୟକାରୀ ହୋଇଯାଇଛି।

ଗତ ୧୨ ତାରିଖରୁ ଆରମ୍ଭ ହୋଇଥିବା ଏହି ଅଭିଯାନରେ ଓଡ଼ିଶା ପୁଲିସକୁ ଉଲ୍ଲେଖନୀୟ ସଫଳତା ମିଳିଛି। ଏହି ୫ ଦିନିଆ ଡ୍ରାଇଭ୍‌ ଅବଧିରେ ସାରା ରାଜ୍ୟରେ ୱାରେଣ୍ଟ କାର୍ଯ୍ୟକାରୀ କରାଯାଇ ୧୭୭୧ ଜଣଙ୍କୁ ଗିରଫ କରାଯାଇଛି। ଫେରାର ଥିବା ୧୯୦ ଜଣ ଅଭିଯୁକ୍ତଙ୍କୁ ଧରି କୋର୍ଟ ଚାଲାଣ କରାଯାଇଛି। ୫ ଜଣ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ବିରୋଧରେ ଜାତୀୟ ନିରାପତ୍ତା ଆଇନ (ଏନଏସଏ) ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ୪୪୯ ଜଣ ଅଭ୍ୟାସଗତ ଅପରାଧୀଙ୍କୁ ୧୨୯ ବିଏନଏସଏସ୍‌ (ପୂର୍ବତନ ୧୧୦ ସିଆରପିସି) ଅନୁଯାୟୀ ବୁକ୍‌ କରାଯାଇଥିବାବେଳେ ୧୨୬ ବିଏନଏସଏସ୍‌ ଅନୁଯାୟୀ ୬୪୩ ଜଣଙ୍କ ବିରୋଧରେ ମଧ୍ୟ ପଦକ୍ଷେପ ଗ୍ରହଣ କରାଯାଇଛି।

ବେଆଇନ ନିଶା କାରବାର ରୋକିବା ପାଇଁ ପୁଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଥିଲା। ଏହି ସମୟରେ ୩୧ଟି ଏନଡିପିଏସ୍‌ ମାମଲା ରୁଜୁ ହୋଇଥିବାବେଳେ ୨୯ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ ୩,୦୨୬ କେଜି ୭୦୨ ଗ୍ରାମ ଗଞ୍ଜେଇ ଏବଂ ୧୬.୬ ଗ୍ରାମ ବ୍ରାଉନ୍‌ ସୁଗର ଜବତ କରାଯାଇଛି। ନିଶା କାରବାରରେ ବ୍ୟବହୃତ ୬ଟି ଗାଡ଼ି, ୨ଟି ମୋବାଇଲ୍‌ ଫୋନ୍‌ ସହ ନଗଦ ୧୨ ହଜାର ୩୪୮ ଟଙ୍କା ମଧ୍ୟ ଜବତ କରାଯାଇଛି। ଏହାସହ ୭୧୬ଟି ଅବକାରୀ ମାମଲା ରୁଜୁ ହୋଇଛି।

ସଡ଼କ ସୁରକ୍ଷା ଓ ମୋଟର ଯାନ ଏନଫୋର୍ସମେଣ୍ଟକୁ ମଧ୍ୟ ବିଶେଷ ଗୁରୁତ୍ୱ ଦିଆଯାଇଛି। ନିଶାସକ୍ତ ଅବସ୍ଥାରେ ଗାଡ଼ି ଚାଳନା କରୁଥିବା ୯୬୬ ଜଣ ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ଗାଡ଼ିଗୁଡ଼ିକୁ ଜବତ କରାଯାଇଛି। ଅନ୍ୟାନ୍ୟ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ମାମଲାରେ ମୋଟ ୧ କୋଟି ୮୯ ଲକ୍ଷ ୨୩ ହଜାର ୯୦୦ ଟଙ୍କା ଜରିମାନା ଆଦାୟ କରାଯାଇଛି।

ଗୋ-ଚାଲାଣ ରୋକିବାକୁ ପୁଲିସ ୫ଟି ମାମଲା ରୁଜୁ କରିଥିବାବେଳେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ତ୍ୱରିତ ପୁଲିସ କାର୍ଯ୍ୟାନୁଷ୍ଠାନ ଫଳରେ ୪ଟି ଗାଡ଼ିରୁ ୩୩ଟି ଗାଈଙ୍କୁ ଉଦ୍ଧାର କରାଯାଇଛି।

ଚୋରା ଖଣି କାରବାର ବିରୋଧରେ ମଧ୍ୟ ପୁଲିସ କଡ଼ା ପଦକ୍ଷେପ ନେଇ ୧୩୬ଟି ମାମଲା ରୁଜୁ କରି ୬୦ ଜଣଙ୍କୁ ଗିରଫ କରିଛି। ଏହାସହ ୧୪ ଜଣଙ୍କୁ ନୋଟିସ୍‌ ଜାରି କରାଯାଇଛି। ଗତ ୫ ଦିନ ମଧ୍ୟରେ ୧୭୯ଟି ହାଇୱା, ଟ୍ରକ୍‌, ଟ୍ରାକ୍ଟର, ଟ୍ରିପର, ପାୱାର ଟିଲର ଓ ଜେସିବି ଜବତ କରାଯାଇଛି।

ବେଆଇନ ଅସ୍ତ୍ର କାରବାର ରୋକିବାକୁ ୯ଟି ମାମଲା ରୁଜୁ କରାଯାଇଥିବାବେଳେ ୧୩ ଜଣଙ୍କୁ ଗିରଫ କରାଯାଇଛି। ସେମାନଙ୍କଠାରୁ ୨୦ଟି ବିନା ଲାଇସେନ୍ସପ୍ରାପ୍ତ ବନ୍ଧୁକ ଜବତ କରାଯାଇଛି।

ୱାରେଣ୍ଟ କାର୍ଯ୍ୟକାରୀ କରିବାରେ କେନ୍ଦ୍ରାଞ୍ଚଳ ରେଞ୍ଜ ସର୍ବାଗ୍ରେ ରହିଛି। ଏହି ରେଞ୍ଜରେ ୫ ଦିନରେ ୪୮୨ଟି ୱାରେଣ୍ଟ କାର୍ଯ୍ୟକାରୀ କରାଯାଇଛି। ଦକ୍ଷିଣାଞ୍ଚଳ ରେଞ୍ଜରେ ୨୧୧ଟି, ପଶ୍ଚିମାଞ୍ଚଳରେ ୧୬୦ଟି, ପୂର୍ବାଞ୍ଚଳରେ ୨୭୯ଟି, ଉତ୍ତର-କେନ୍ଦ୍ରାଞ୍ଚଳରେ ୧୯୬ଟି, ଦକ୍ଷିଣ-ପଶ୍ଚିମାଞ୍ଚଳରେ ୨୨୦ଟି ଏବଂ କମିଶନରେଟ୍‌ ପୁଲିସ ଅଞ୍ଚଳରେ ୯୫ଟି ୱାରେଣ୍ଟ କାର୍ଯ୍ୟକାରୀ କରାଯାଇଛି। ପଶ୍ଚିମାଞ୍ଚଳ ରେଞ୍ଜରେ ସର୍ବାଧିକ ୧୪୭ ଜଣ ଅଭ୍ୟାସଗତ ଅପରାଧୀଙ୍କୁ ୧୨୯ ବିଏନଏସଏସ୍‌ରେ ବୁକ୍‌ କରାଯାଇଛି।

ନିଶା ବିରୋଧୀ ଅଭିଯାନରେ ଦକ୍ଷିଣ-ପଶ୍ଚିମାଞ୍ଚଳ ରେଞ୍ଜ ସର୍ବାଧିକ ୧୯୪୩ କେଜି ୪ ଗ୍ରାମ ଗଞ୍ଜେଇ ଜବତ କରିଛି। ଦକ୍ଷିଣାଞ୍ଚଳ ରେଞ୍ଜରୁ ୬୮୩ କେଜି ୪୬ ଗ୍ରାମ ଏବଂ ଉତ୍ତରାଞ୍ଚଳ ରେଞ୍ଜରୁ ୨୮୪ କେଜି ୮୬ ଗ୍ରାମ ଗଞ୍ଜେଇ ଜବତ ହୋଇଛି।

ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନ ବିରୋଧରେ ପଶ୍ଚିମାଞ୍ଚଳ ରେଞ୍ଜ ସର୍ବାଧିକ ୫୩ ଲକ୍ଷ ୩୮ ହଜାର ୫୦୦ ଟଙ୍କା ଜରିମାନା ଆଦାୟ କରିଛି। କେନ୍ଦ୍ରାଞ୍ଚଳ ରେଞ୍ଜରୁ ୪୩ ଲକ୍ଷ ୮୨ ହଜାର ୯୦୦ ଟଙ୍କା, ପୂର୍ବାଞ୍ଚଳରୁ ୩୨ ଲକ୍ଷ ୧୯ ହଜାର ୫୦୦ ଟଙ୍କା, ଉତ୍ତର-କେନ୍ଦ୍ରାଞ୍ଚଳରୁ ୧୬ ଲକ୍ଷ ୯୦ ହଜାର ୫୦୦ ଟଙ୍କା, ଉତ୍ତରାଞ୍ଚଳରୁ ୨୦ ଲକ୍ଷ ୮ ହଜାର ୫୦୦ ଟଙ୍କା ଓ ଦକ୍ଷିଣ-ପଶ୍ଚିମାଞ୍ଚଳରୁ ୧୮ ଲକ୍ଷ ୨୩ ହଜାର ୫୦୦ ଟଙ୍କା ଜରିମାନା ଆଦାୟ ହୋଇଛି।

ଖଣି ମାଫିଆଙ୍କ ବିରୋଧରେ ଦକ୍ଷିଣାଞ୍ଚଳ ରେଞ୍ଜ ପୁଲିସ ୨୨ ଜଣଙ୍କୁ ଗିରଫ କରିଥିବାବେଳେ କେନ୍ଦ୍ରାଞ୍ଚଳ ରେଞ୍ଜରେ ୪୨ଟି ମାମଲା ରୁଜୁ କରାଯାଇ ୨୫ ଜଣଙ୍କୁ ଗିରଫ କରାଯାଇଛି। ପଶ୍ଚିମାଞ୍ଚଳ ରେଞ୍ଜ ପୁଲିସ ୧୪ ଜଣଙ୍କ ନାମରେ ନୋଟିସ୍‌ ଜାରି କରିଛି।

ସେହିପରି ଦକ୍ଷିଣାଞ୍ଚଳ ଜିଲ୍ଲା ପୁଲିସ ୧୧ଟି ବେଆଇନ ଅସ୍ତ୍ରଶସ୍ତ୍ର ଜବତ କରିଥିବାବେଳେ ଉତ୍ତରାଞ୍ଚଳ ରେଞ୍ଜ ପୁଲିସ ୬ଟି ପିସ୍ତଲ ଓ ୧୯ଟି ଜୀବନ୍ତ ଗୁଳି ଜବତ କରିଛି। ଉତ୍ତର-କେନ୍ଦ୍ରାଞ୍ଚଳ ପୁଲିସ ମଧ୍ୟ ୨ଟି ଦେଶୀ ବନ୍ଧୁକ ଜବତ କରିଛି।

ସାଧାରଣ ଲୋକଙ୍କୁ ସେବା ଓ ସୁରକ୍ଷା ଯୋଗାଇ ଦେବାକୁ ଓଡିଶା ପୋଲିସ ସଦାସର୍ବଦା ପ୍ରତିଶୃତିବଦ୍ଧ। ଆଗାମୀ ଦିନରେ ମଧ୍ୟ ଅପରାଧ ଏବଂ ଅପରାଧୀମାନଙ୍କ ବିରୁଦ୍ଧରେ ଏହିପରି ସ୍ପେଶାଲ ଏନଫୋର୍ସମେଣ୍ଟ ଅଭିଯାନ ଜାରି ରହିବ ଏବଂ ବେଆଇନ ମାଫିଆଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଡିଜିପି ସୂଚନା ଦେଇଛନ୍ତି।

ଓଡିଶା ପୋଲିସ ଗଞ୍ଜେଇ ଜବତ ଯୋଗେଶ ବାହାଦୁର ଖୁରାନିଆ ସ୍ପେଶାଲ ଡ୍ରାଇଭ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026
Latest News

୫ ଦିନିଆ ଅଭିଯାନରେ ପୋଲିସକୁ ବ୍ୟାପକ ସଫଳତା: ୧୭୭୧ ଗିରଫ, ବିପୁଳ ପରିମାଣର ଗଞ୍ଜେଇ ଜବତ

May 17, 2026

ଖଣିରୁ ଯୁବକଙ୍କ ମୃତଦେହ ଉଦ୍ଧାର: ଦୁଇ ଅଟକ 

May 17, 2026

ଭାରତ ପାଇଁ ଆଶ୍ବସ୍ତିକର ଖବର: ହର୍ମୁଜ୍ ପାର ହୋଇ ଭାରତରେ ପହଞ୍ଚିଲା ଆଉ ଏକ ଏଲପିଜି ଟ୍ୟାଙ୍କର

May 17, 2026

POCSO ମାମଲାରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅ ଗିରଫ

May 17, 2026

ବଢିଲା ସୁପ୍ରିମକୋର୍ଟ ବିଚାରପତିଙ୍କ ସଂଖ୍ୟା

May 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.