ସାଲେପୁର : କଟକ ଜିଲ୍ଲା ନେମାଳ ଥାନା ଅଧୀନ ସହଦେବପୁର ଗାଁରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ସ୍ୱାମୀ ତାଙ୍କ ନବବିବାହିତା ସ୍ତ୍ରୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି।
ଘଟଣା ପରେ ଅଭିଯୁକ୍ତ ସ୍ୱାମୀ ଫେରାର ହୋଇଯାଇଥିବାବେଳେ ଖବର ପାଇ ନେମାଳ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ପୋଲିସ ପକ୍ଷରୁ ଘଟଣାର ତଦନ୍ତ ଆରମ୍ଭ ହୋଇଥିବା ସହ ଫେରାର ଅଭିଯୁକ୍ତଙ୍କୁ ଧରିବା ପାଇଁ ଚଢ଼ାଉ ଜାରି ରହିଛି।
ହତ୍ୟାର ପ୍ରକୃତ କାରଣ ଏବଂ ଘଟଣାର ସମ୍ପୂର୍ଣ୍ଣ ପରିସ୍ଥିତି ସମ୍ପର୍କରେ ପୋଲିସ ତଦନ୍ତ ପରେ ଅଧିକ ସୂଚନା ସାମ୍ନାକୁ ଆସିବ ବୋଲି ଜଣାପଡ଼ିଛି।


