ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭେଜିପୁଟ ଗ୍ରାମର ବୁଲୁ ନାୟକ ଓ ମୁନା ନାୟକ ନାମକ ଦୁଇ ଜଣ ଯୁବକଙ୍କ ମଧ୍ୟରେ ସାମାନ୍ୟ କଥାକୁ ନେଇ ବଚସା ଓ ଧସ୍ତାଧସ୍ତି ହୋଇଥିଲା। ଉଭୟଙ୍କ ମଧ୍ୟରେ ବିବାଦ ଏତେ ଉଗ୍ରରୂପ ନେଇଥିଲା ଯେ, ମୁନାଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ବୁଲୁ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।
ମୁନାଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଥିଲା। ଯାହା ଫଳରେ ପରିବାର ଲୋକେ ମୁନାଙ୍କୁ ଖଲିକୋଟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ପରିସ୍ଥିତି ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଅଭିଯୁକ୍ତ ବୁଲୁ ଜଣେ ନିଶାସକ୍ତ ଓ ତାଙ୍କ ବିରୁଦ୍ଧରେ ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


