ପୁରୀ : ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ଦୁଇ ଯୁବଗୋଷ୍ଠୀ ମଧ୍ୟରେ ହାତାହାତି ହୋଇଥିବା ଦେଖିବାକୁ ମିଳିଛି। କିଛି ଯୁବକ ହାତାହାତି ହୋଇଥିବା ନେଇ ଭିଡିଓ ମଧ୍ୟ ଭାଇରାଲ ହୋଇଛି । ଶ୍ରୀମନ୍ଦିରଠାରୁ ମାତ୍ର କିଛି ମିଟର ଦୂରରେ ଏଭଳି ଘଟଣା ଘଟିବାରୁ ସେଠାରେ ଉପସ୍ଥିତ ଭକ୍ତଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଥିଲା।
ତେବେ ଯୁବକମାନଙ୍କ ମଧ୍ୟରେ ହାତାହାତିର ପ୍ରକୃତ କାରଣ ସ୍ପଷ୍ଟ ହୋଇନାହିଁ। ଖଜା ବ୍ୟବସାୟକୁ ନେଇ ବିବାଦରୁ ଏଭଳି ପରିସ୍ଥିତି ଉପୁଜିଥିବା ଚର୍ଚ୍ଚା ହେଉଛି। ଶ୍ରୀମନ୍ଦିର ନିକଟ ଭଳି ଏକ ସମ୍ବେଦନଶୀଳ ଅଞ୍ଚଳରେ ଏଭଳି ଗଣ୍ଡଗୋଳକୁ ନେଇ ଭକ୍ତ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉଦ୍ବେଗ ପ୍ରକାଶ ପାଇଛି।


