Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର
ଅପରାଧ

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର
ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

ସମ୍ବଲପୁର: ସମ୍ବଲପୁରରେ ପୁଣି ଏକ ପୁଲିସ ଏନକାଉଣ୍ଟର ଘଟିଛି। ସଦର ଥାନା ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ମହମ୍ମଦ ଇରଫାନ୍‌ ଗୁରୁତର ଆହତ ହୋଇଛି। ତା’ ବାମ ଗୋଡ଼ରେ ଗୁଳି ବାଜିଥିବା ବେଳେ ତାକୁ ଚିକିତ୍ସା ପାଇଁ ବୁର୍ଲା ଭୀମସାରରେ ଭର୍ତ୍ତି କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଆଜି ଭୋର ସମୟରେ ଇରଫାନ୍‌ ଓ ତା’ର ଜଣେ ସହଯୋଗୀ ବାଇକ୍‌ରେ ଯାଉଥିବା ବେଳେ ପୁଲିସ ସେମାନଙ୍କୁ ପିଛା କରିଥିଲା। ସଦର ଥାନା ଅନ୍ତର୍ଗତ କେନାଲ ରୋଡ୍‌ର ସୁଡୁଙ୍ଗା ଜଙ୍ଗଲ ନିକଟରେ ପୁଲିସ ଟିମ୍‌ ସେମାନଙ୍କୁ ଅଟକାଇ ଉଭୟଙ୍କୁ କାବୁ କରିବାକୁ ଉଦ୍ୟମ କରିଥିଲା। ତେବେ ଇରଫାନ୍‌ ଘଟଣାସ୍ଥଳରୁ ଖସି ପଳାଇବାକୁ ଚେଷ୍ଟା କରି ପୁଲିସ ଉପରକୁ ୩ ରାଉଣ୍ଡ ଗୁଳି ଚଳାଇଥିଲା। ପୁଲିସର ପାଲଟା ୨ ରାଉଣ୍ଡ ଯବାବୀ ଫାୟାରିଂରେ ଇରଫାନ୍‌ ଗୁଳିବିଦ୍ଧ ହୋଇଥିଲା। ଘଟଣାସ୍ଥଳରୁ ପୁଲିସ ଗୋଟିଏ ପିସ୍ତଲ, ଗୁଳି, ୩ଟି ଖାଲି କାର୍ଟ୍ରିଜ୍‌ ଏବଂ ବ୍ୟବହୃତ ବାଇକ୍‌ଟିକୁ ଜବତ କରିଛି। ଗିରଫ ଇରଫାନ୍‌ ନାମରେ ଡକାୟତି, ଲୁଟ୍‌ ଓ ନିଶାଦ୍ରବ୍ୟ କାରବାର ସମେତ ୨୪ରୁ ଅଧିକ ସଙ୍ଗୀନ ଅପରାଧିକ ମାମଲା ରହିଥିବା ପୁଲିସ ପକ୍ଷରୁ କୁହାଯାଇଛି।

ଏନକାଉଣ୍ଟର ଓଡ଼ିଶା ପୋଲିସ ସମ୍ବଲପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026
Latest News

ଏହି ରାଶିର ବ୍ୟକ୍ତିଙ୍କୁ ହଠାତ୍ ମିଳିବ ଏକ ଶୁଭ ଖବର: ଜାଣନ୍ତୁ କଣ ରହିଛି ଆଜିର ରାଶିଫଳ

October 7, 2026

ସ୍ୱୟଂ ସହାୟକ ଗୋଷ୍ଠୀ ମହିଳାଙ୍କୁ ୯୯ କୋଟି ଟଙ୍କା ସୁଧ ପ୍ରଦାନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

October 6, 2026

ବଚସାରୁ ରକ୍ତପାତ, ଗୁଳିମାଡ଼ରେ ଯୁବକ ମୃତ; ବନ୍ଧୁକ ଛାଡ଼ି ଫେରାର ଅଭିଯୁକ୍ତ

October 6, 2026

ମୟୂରଭଞ୍ଜରେ ସିରିଜ୍ ବାଇକ୍ ଦୁର୍ଘଟଣା: ବୃଦ୍ଧାଙ୍କ ମୃତ୍ୟୁ, ୬ ଜଣ ଗୁରୁତର

October 6, 2026

ଲୋକଙ୍କ ପାଖରେ ପହଂଚିବା ପାଇଁ ଦାୟିତ୍ୱବାନ ଏବଂ ତଥ୍ୟଭିତ୍ତିକ ସଞ୍ଚାର ଗୁରୁତ୍ୱପୂର୍ଣ୍ଣ: ଅଖିଳ କୁମାର ମିଶ୍ର

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.