Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା
ଅପରାଧ

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ: କଟକ ସିଡିଏ ସେକ୍ଟର-୧୩ରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଜଣେ ମହିଳାଙ୍କୁ ଘର ଭିତରେ ହତ୍ୟା କରାଯାଇଥିବା ସନ୍ଦେହ ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। ବନ୍ଦ ରୁମ୍‌ ଭିତରୁ ମହିଳାଙ୍କ ମୃତଦେହ ମିଳିଥିବା ବେଳେ ପଥରରେ ଛେଚି ହତ୍ୟା କରାଯାଇଥିବା ପ୍ରାଥମିକ ଭାବେ ସନ୍ଦେହ କରାଯାଉଛି।

ଘଟଣା ସମ୍ପର୍କରେ ଖବର ପାଇବା ପରେ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଛି। ପୋଲିସ ପକ୍ଷରୁ ବନ୍ଦ ଘର ଭିତରେ ଛାନଭିନ କରାଯିବା ସହ ହତ୍ୟାକାଣ୍ଡର କାରଣ ଓ ଘଟଣାର ପୂରା ପୃଷ୍ଠଭୂମି ନେଇ ତଦନ୍ତ ଆରମ୍ଭ ହୋଇଛି।

ପ୍ରାଥମିକ ସୂଚନା ଅନୁସାରେ, ଘର ଭିତରେ ମହିଳାଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ସନ୍ଦେହ କରୁଛି। ତେବେ ହତ୍ୟାର ପ୍ରକୃତ କାରଣ କ’ଣ ଏବଂ କେଉଁ ପରିସ୍ଥିତିରେ ମହିଳାଙ୍କ ମୃତ୍ୟୁ ଘଟିଲା, ସେନେଇ ତଦନ୍ତ ପରେ ସ୍ପଷ୍ଟ ଚିତ୍ର ସାମ୍ନାକୁ ଆସିବ।

ଏହି ଘଟଣାରେ ଜଣେ ସନ୍ଦିଗ୍ଧ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ମହିଳାଙ୍କ ପରିଚୟ ମଧ୍ୟ ମିଳିଛି। ଅଭିଯୁକ୍ତଙ୍କ ସହ ମୃତ ମହିଳାଙ୍କ ସମ୍ପର୍କ ଏବଂ ହତ୍ୟା ପଛରେ କୌଣସି ବ୍ୟକ୍ତିଗତ ବିବାଦ ରହିଛି କି ନାହିଁ, ପୋଲିସ ତାହାର ଖୋଳତାଡ଼ କରୁଛି।

କଟକ ସିଡିଏର ଏହି ହତ୍ୟାକାଣ୍ଡକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ପୋଲିସ ତଦନ୍ତ ଆଗକୁ ବଢ଼ିବା ପରେ ହତ୍ୟାକାଣ୍ଡର ରହସ୍ୟ ଓ ଅଭିଯୁକ୍ତଙ୍କ ଭୂମିକା ସମ୍ପର୍କରେ ଅଧିକ ତଥ୍ୟ ସାମ୍ନାକୁ ଆସିବ।

crime murder
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026
Latest News

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.