Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର: ଅଭିଯୁକ୍ତ ଗିରଫ
ଅପରାଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା ଘର: ଅଭିଯୁକ୍ତ ଗିରଫ

May 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚନ୍ଦ୍ରକାନ୍ତି ବୌଦ୍ଧ
ନରସିଂହପୁର: ନରସିଂହପୁର ଥାନା ଅନ୍ତର୍ଗତ ବାଲିସାହି ପଞ୍ଚାୟତ ନଖପଡା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟି ଯାଇଛି। ଏହି ଅଗ୍ନିକାଣ୍ଡରେ ୪ ବଖରା ଘର ଭସ୍ମୀଭୂତ ହୋଇଯାଇଛି। ଘଟଣା ସମ୍ପର୍କରେ ଦମକଳ ବାହିନୀକୁ ଖବର ଦିଆଯିବା ପରେ ନିଆଁକୁ ନିୟନ୍ତ୍ରଣ କରାଯାଇଥିଲା। ତେବେ ସେତେବେଳକୁ ୪ ବଖରା ଘର ପାଉଁଶ ହୋଇଯାଇଥିଲା।

ଉଲ୍ଲେଖଯୋଗ୍ୟ ଯେ, ଜମିବାଡି ବିବାଦକୁ ନେଇ ଏହି ଘଟଣା ଘଟିଥିବା ଅଭିଯୋଗ କରାଯାଇଛି। ନଖପଡା ଗ୍ରାମର ସାରଙ୍ଗ ଅମାନ୍ତ, ବୈକୁଣ୍ଠ ଅମାନ୍ତ ଏବଂ ବିରଞ୍ଚି ଅମାନ୍ତ ତିନି ସମ୍ପର୍କୀୟ ଭାଇ। ତେବେ ଜମିଜମା ବିବାଦ କାରଣରୁ ସାରଙ୍ଗ ଏବଂ ବୈକୁଣ୍ଠଙ୍କ ସହିତ ବିରଞ୍ଚି ଅମାନ୍ତଙ୍କ ଝଗଡା ଲାଗିଥିଲା। ବିରଞ୍ଚି ଉଭୟଙ୍କ ଘରେ କିରୋସିନି ଢାଳି ନିଆଁ ଲଗାଇ ଦେବାରୁ ୪ ବଖରା ଘର ସହିତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପାଉଁଶ ହୋଇଯାଇଥିଲା। ଏହା ସହିତ ଝିଅ ବାହାଘର ପାଇଁ ସାରଙ୍ଗଙ୍କ ଘରେ ରହିଥିବା ୧ ଲକ୍ଷ ଟଙ୍କା ପୋଡି ପାଉଁଶ ହୋଇଯାଇଥିବା ନେଇ ସାରଙ୍ଗଙ୍କ ପତ୍ନୀ ତିଳୋତ୍ତମା ପ୍ରକାଶ କରିଛନ୍ତି। ସାରଙ୍ଗ ଅମାନ୍ତ ଏବଂ ବୈକୁଣ୍ଠ ଅମାନ୍ତଙ୍କ ଅଭିଯୋଗ ଆଧାରରେ ପୋଲିସ୍‌ ବିରଞ୍ଚିଙ୍କୁ ଗିରଫ କରିଛି। ଏଡି ଘଟଣା ପରେ ଗ୍ରାମର ସରପଞ୍ଚ, ସମିତି ସଭ୍ୟ ଓ ବ୍ଲକ ଚେୟାରମ୍ୟାନ ଘଟଣା ସ୍ଥଳରେ ପହଞ୍ଚି ପୀଡିତ ପରିବାରକୁ ଖାଦ୍ୟ ସାମଗ୍ରୀ ଯୋଗାଇ ଦେବାର ବ୍ୟବସ୍ଥା କରିଥିଲେ।

fire ଭୟାବହ ଅଗ୍ନିକାଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.