Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବାଣପୁର ବ୍ଲକରେ ଅଭାବନୀୟ ଘଟଣା: ଛାତରୁ ଖସି ଗଛ ଡାଳରେ ପଡି ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ୍ୟୁ
ଅପରାଧ

ବାଣପୁର ବ୍ଲକରେ ଅଭାବନୀୟ ଘଟଣା: ଛାତରୁ ଖସି ଗଛ ଡାଳରେ ପଡି ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତ୍ୟୁ

August 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: ଗତକାଲି ବାଣପୁର ବ୍ଲକ ଅନ୍ତର୍ଗତ ରାଣୀପଡା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ଯୁବକ ଛାତ ଉପରୁ ଖସି  ଏକ ଗଛର ଡାଳ ଉପରେ ପଡ଼ି ଝୁଲିବା ଅବସ୍ଥାରେ ତାଙ୍କ ମୃତ୍ୟୁ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ରାଣୀପଡା ଗ୍ରାମର ସ୍ବର୍ଗତ ଗୋପୀ ଦାସଙ୍କ ୩୦ ବର୍ଷୀୟ ପୁତ୍ର କେଶବ ଦାସ ଗତକାଲି ଅପରାହ୍ନ ପାଖାପାଖି ୩ ଘଟିକା ସମୟରେ ନିଜ ଘର ଛାତ ଉପରୁ ଓହ୍ଲାଇବା ସମୟରେ ଭାରସାମ୍ୟହରାଇ ଛାତ ଉପରୁ ଖସି ପଡ଼ି ତଳେ ଥିବା ଏକ ଗଛର ଶାଖାରେ ପିନ୍ଧିଥିବା ଗଞ୍ଜି ଦ୍ୱାରା ଝୁଲିକି ରହିଥିଲେ।

ଏହା ଦେଖି ତୁରନ୍ତ ଗ୍ରାମବାସୀ ମାନେ ତାଙ୍କୁ ସେଠାରୁ ଉଦ୍ଧାର କରି ବାଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। କିନ୍ତୁ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଖବର ପାଇ ଆଜି ସକାଳେ ବାଣପୁର ପୋଲିସ ଥାନା ଏ.ଏସ.ଆଇ ଶ୍ରୀନିବାସ ପ୍ରଧାନ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଛେଦ ପାଇଁ ପଠେଇଛନ୍ତି। ବାଣପୁର ଥାନା ପକ୍ଷରୁ କେସ ନମ୍ବର  ୨୦/୨୦ ରେ ଏ ସମ୍ପର୍କରେ  ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।

ଅଭାବନୀୟ ଘଟଣା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

ନାବାଳିକାଙ୍କୁ ଅସଦାଚରଣ ମାମଲା: ଅଭିନେତା ରୋହିତ ଚାନ୍ଦେଲ ଗିରଫ

July 11, 2026

ରେଳ ଧାରଣାରୁ ଅଜଣା ଯୁବକର ମୃତଦେହ ଉଦ୍ଧାର

July 11, 2026
Latest News

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026

ମାଗଣା ଶିକ୍ଷାଦାନ ବ୍ୟବସ୍ଥାର ସଫଳ ରୂପାୟନ ପାଇଁ ସବୁ ବିଦ୍ୟାଳୟକୁ ସରକାରୀକରଣ କରାଯାଉ: ଓଷ୍ଟା

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.