Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲଜ୍ଜ୍ୟା : 19 ବର୍ଷୀୟା କରୋନା ଆକ୍ରାନ୍ତଙ୍କୁ ଦୁଷ୍କର୍ମ କଲେ ଆମ୍ବୁଲାନ୍ସ  ଡ୍ରାଇଭର
ଅପରାଧ

ଲଜ୍ଜ୍ୟା : 19 ବର୍ଷୀୟା କରୋନା ଆକ୍ରାନ୍ତଙ୍କୁ ଦୁଷ୍କର୍ମ କଲେ ଆମ୍ବୁଲାନ୍ସ  ଡ୍ରାଇଭର

September 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ
ଛାତ୍ରୀ ଅପହରଣ ଓ ଦୁଷ୍କର୍ମ ମାମଲା: ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

କେରଳ : ଦେଶରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ମହାମାରୀ ସମୟରେ ବି ଏକ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି । କେରଳରେ ପଟ୍ଟନାମିଠାଠାରେ ଏକ କରୋନା ସଂକ୍ରମିତ ଯୁବତୀଙ୍କ ଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ  ଏଠାରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭର୍‌ 19 ବର୍ଷୀୟା କରୋନା ଆକ୍ରାନ୍ତଙ୍କୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ କେରଳ ପୋଲିସ୍‌ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗିରଫ କରିଛି ।

ମିଳିଥିବା ସୂଚନା ଅନୁସାରେ, ପାଥଲମରେ ଜଣେ 19 ବର୍ଷୀୟା ଯୁବତୀ ତାଙ୍କ ସମ୍ପର୍କୀୟଙ୍କ ଘରେ ହୋମ କ୍ୱାରାଣ୍ଟାଇନରେ ଥିବା ବେଳେ ଗତ ଶନିବାର ସେ କରୋନା ପଜିଟିଭ ଥିବା ଜଣାପଡିଥିଲା। ଏହାପରେ ଉକ୍ତ ଅଞ୍ଚଳର ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ ଯୁବତୀଙ୍କ ସହ ଅନ୍ୟ ଜଣେ ମହିଳା ଯେ କି କରୋନା ସଂକ୍ରମିତ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭିନ୍ନ ଭିନ୍ନ କରୋନା କେୟାର ସେଣ୍ଟରକୁ ପଠାଇଥିଲେ। ପ୍ରଥମେ ମହିଳା ଜଣଙ୍କୁ ଆମ୍ବୁଲାନ୍ସ ଡ୍ରାଇଭର ଗୋଟିଏ କରୋନା କେୟାର ସେଣ୍ଟରରେ ଓହ୍ଲାଇଦେବା ପରେ 19 ବର୍ଷୀୟ ଯୁବତୀଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିଲେ। କରୋନା କେୟାର ସେଣ୍ଟରରେ ପହଞ୍ଚାଇବା ପରେ ଯୁବତୀଙ୍କ ଅଭିଯୋଗ କ୍ରମେ ପୋଲିସ ଆମ୍ବୁଲାନ୍ସ ଡ୍ରାଇଭର ନୌଫାଲଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଏହି ଘଟଣା ସମ୍ପର୍କରେ ଜଣାପଡିବା ପରେ କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଉକ୍ତ ଡ୍ରାଇଭଙ୍କୁ ଚାକିରିରୁ ନିଲମ୍ବିତ କରିବା ସହ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଭାରତରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଥିବାବେଳେ କେରଳରେ 326ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 82 ହଜାର 104ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Latest News

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.