Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକାରେ ରୋଷେଇ କରିବା ବିଷୟକୁ ନେଇ ଦୁଇ ଭଉଣୀଙ୍କ ମଧ୍ୟରେ ମନାନ୍ତର: ନାବାଳିକାଙ୍କ ବିଷପିଇ ଆତ୍ମହତ୍ୟା
ଅପରାଧ

ଚିଲିକାରେ ରୋଷେଇ କରିବା ବିଷୟକୁ ନେଇ ଦୁଇ ଭଉଣୀଙ୍କ ମଧ୍ୟରେ ମନାନ୍ତର: ନାବାଳିକାଙ୍କ ବିଷପିଇ ଆତ୍ମହତ୍ୟା

September 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ରୋଷେଇ କରିବାକୁ ନେଇ ଦୁଇ ଭଉଣୀଙ୍କ ମଧ୍ୟରେ ମନାନ୍ତର ହେବାରୁ ଜଣେ ନାବାଳିକା ବିଷ ପିଇ ଆତ୍ମହତ୍ୟା କରିଛନ୍ତି। ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକର ଆଙ୍କୁଲା ଚଟି ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା ଘଟିଯାଇଛି।

ଖବର ସଂଗ୍ରହରୁ ଜଣାପଡିଛି ଯେ ଗତକାଲି ସନ୍ଧ୍ୟା ବେଳେ ଆଙ୍କୁଲା ଚଟି ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ନିଜ ଘରେ ଥିବା ସମୟରେ ରୋଷେଇ କରିବା ବିଷୟକୁ ନେଇ ନିଜ ଭଉଣୀଙ୍କ ସହ ତାଙ୍କର ଝଗଡା ହୋଇଥିଲା। ପରବର୍ତ୍ତୀ ସମୟରେ ସମ୍ପୃକ୍ତ ନାବାଳିକା ଜଣକ ରାଗିକରି କିଛି କୀଟନାଶକ ଜାତୀୟ ପଦାର୍ଥ ସେବନ କରିଦେଇଥିଲେ। ପରିବାର ଲୋକେ ସଙ୍ଗେ ସଙ୍ଗେ ତାଙ୍କୁ ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିବାବେଳେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଡାକ୍ତର ତାଙ୍କୁ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରିଦେଇଥିଲେ। ହେଲେ ୧୦୮ ଆମ୍ବୁଲାନ୍ସ ବାଲୁଗାଁ ଡାକ୍ତରଖାନାକୁ ପହଁଚିବା ଭିତରେ ଜନୈକ ନାବାଳିକାଙ୍କ ମେଡିକାଲ ପରିସରରେ ମୃତ୍ୟୁ ହୋଇଯାଇଥିଲା।

ଖବର ପାଇ ବାଲୁଗାଁ ପୋଲିସ ଘଟଣାସ୍ଥଳରେ ପହଁଚି କେସ ନମ୍ବର ୮/୨୦ ରେ ଏକ ଅପମୃତ୍ୟୁ ମାମଲା ରୁଜୁକରି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଦେଇଛି। ଜନୈକ ନାବାଳିକା ଜଣକ ଅତ୍ୟନ୍ତ ଗରିବ ଶ୍ରେଣୀ ପରିବାର ର ହୋଇଥିବାବେଳେ ତାଙ୍କ ବାପା ମା ଉଭୟ ଶ୍ରମିକ ଭାବେ କାର୍ଯ୍ୟକରନ୍ତି। କୋମଳମତି ବୟସରେ ନିଜ ଝିଅକୁ ହରେଇ ଭାଙ୍ଗିପଡିଛନ୍ତି ନାବାଳିକା ଙ୍କ ବାପା ମା ଏବଂ ପରିବାରବର୍ଗ। ଏହାକୁ ନେଇ ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।

minor girl suicide ଆତ୍ମହତ୍ୟା
Share. Facebook Twitter LinkedIn Email WhatsApp Copy Link

Related Posts

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026
Latest News

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026

ସିଫା ପରିଦର୍ଶନ କଲେ ତେଲଙ୍ଗାନାର ଗଣମାଧ୍ୟମ ପ୍ରତିନିଧି ଦଳ

February 4, 2026

ଅପରେସନ ଅନ୍ଵେଷଣ-୨: ୫୪୫୧ ନିଖୋଜ ବ୍ୟକ୍ତିଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଓଡ଼ିଶା ପୋଲିସ

February 4, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଆଇସିସି ରାଙ୍କିଙ୍ଗରେ ଇଶାନ କିଷାନଙ୍କ ବଡ଼ ଉନ୍ନତି, ପାକିସ୍ତାନୀ ବ୍ୟାଟସମ୍ୟାନଙ୍କୁ କ୍ଷତି

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.