ମୋବାଇଲ୍‌ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

Published: Nov 6, 2020, 10:44 am IST

ଝାଡଖଣ୍ଡ : ଝାଡଖଣ୍ଡର ଚତରାଠାରେ ଜଣେ ସ୍ବାମୀ ମୋବାଇଲ୍‌ ସ୍ତ୍ରୀକୁ ହତ୍ୟା କରିଥିବାର ଘଟଣା ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ ବ୍ୟକ୍ତିଙ୍କର ମୋବାଇଲ୍‌ ହଜିଯିବାରୁ ନିଜ ସ୍ତ୍ରୀକୁ ଘରେ ଫାଶୀରେ ଝୁଲାଇ ହତ୍ୟା କରିଛନ୍ତି । ତେବେ ଅଭିଯୁକ୍ତ ସ୍ବାମୀ ଜଣଙ୍କୁ ପୋଲିସ୍‌ ଗିରଫ କରିଛି ।

ଅଭିଯୁକ୍ତ ସ୍ବାମୀ ଜଣକ ହେଉଛନ୍ତି ଉମେଶ ଭୂୟାଁ ।  ମୋବାଇଲ୍‌ ଫୋନ୍‌ ହଜିଯିବା ପରେ ରାଗରେ ନିଜ ସ୍ତ୍ରୀ ଡଲି ଦେବୀଙ୍କୁ ଘରେ ଫାଶୀରେ ଝୁଲାଇଦେଇଛନ୍ତି । ଏହି ଘଟଣା ଚତରା ସଦର ଥାନା ଅନ୍ତର୍ଗତ ହାସବୋ ଗ୍ରାମରେ ହୋଇଛି । ଦୁଇ ଦିନ ପୂର୍ବରୁ ଅଭିଯୁକ୍ତ ସ୍ବାମୀ ଜଣକ ଶଶ୍ବୁର ଘରକୁ ଯାଇଥିଲେ । ସେଠାରେ ତାଙ୍କ ମୋବାଇଲ ହଜି ଯାଇଥିଲା । ତା’ ପରଦିନ ଯେତେବଳେ ସେ ଘରକୁ ଫେରିଲେ ମୋବାଇଲ ହଜିଥିବା ଘଟଣାକୁ ନେଇ ସ୍ତ୍ରୀଙ୍କ ସହ ଝଗଡା କରିଥିଲେ । ରାଗରେ ସ୍ବାମୀ ଜଣକ ସ୍ତ୍ରୀଙ୍କୁ ଫାଶୀରେ ଝୁଲାଇ ଦେଇଥିଲେ ।

ପୋଲିସ୍‌ ଘଟଣାସମ୍ପର୍କରେ ସୂଚନା ପାଇବା ପରେ ମହିଳାଙ୍କ ମୃତଦେହକୁଜବତ କରି ପୋଷ୍ଟମର୍ଟମ୍‌ ପାଇଁ ପଠାଇଛି । ଅଭିଯୁକ୍ତ ସ୍ବାମୀ ଉମେଶ ଭୂୟାଁକୁ ଗିରଫ କରି ଜେଲ୍‌ ପଠାଇଛି । (ଏଜେନ୍ସି)

Related posts