Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆ ରୂପ ପାଇଲା ଐତିହ୍ୟ ଗ୍ରାମ ରଘୁରାଜପୁର, କାନ୍ଥବାଡରେ ଅଙ୍କା ଗଲା ପାରଂପାରିକ ଚିତ୍ରକଳା
ବିଶେଷ ଖବର

ନୂଆ ରୂପ ପାଇଲା ଐତିହ୍ୟ ଗ୍ରାମ ରଘୁରାଜପୁର, କାନ୍ଥବାଡରେ ଅଙ୍କା ଗଲା ପାରଂପାରିକ ଚିତ୍ରକଳା

June 16, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ପୁରୀ ଜିଲ୍ଲାର ରଘୁରାଜପୁର। ପଟ୍ଟଚିତ୍ର ପାଇଁ ସାରା ବିଶ୍ବରେ ପ୍ରସିଦ୍ଧି ଲାଭ କରିଛି। ବିଶ୍ବ ଐତିହ୍ୟ ଗ୍ରାମର ମାନ୍ୟତା ମଧ୍ୟ ପାଇଛି। କଳା ହିଁ ଏହି ଗାଁର ଲୋକମାନଙ୍କର ଜୀବିକାର ମୁଖ୍ୟ ଆଧାର। କରୋନା ସମୟରେ ଏହି ଗାଁର ଲୋକମାନଙ୍କୁ ସାହାଯ୍ୟ ଯୋଗାଇବା ପାଇଁ ସରକାରଙ୍କ ତରଫରୁ ଆରମ୍ଭ ହୋଇଥିଲା ଏକ ଅନନ୍ୟ ଉଦ୍ୟମ। ଜୁନ ୮ ତାରିଖରୁ ଜୁନ୍ ୧୬ ପର‌୍ୟ୍ୟନ୍ତ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ତଥା ଓଡିଶା ଲଳିତକଳା ଏକାଡେମୀ ପକ୍ଷରୁ ଆରମ୍ଭ ହୋଇଥିଲା ପାରମ୍ପରିକ ଭିତ୍ତିଚିତ୍ର ଶିବିର ସତ୍ପରଙ୍ଗ।

ଗାଁର ସବୁ ପରିବାର, ୧୫୦ ପରିବାର ଏଥିରେ ଭାଗ ନେଇଥିଲେ। ପ୍ରତ୍ୟେକ ସେମାନଙ୍କ ଘରର ବାହାର କାନ୍ଥରେ ୫୦ ବର୍ଗ ଫୁଟ ଅଞ୍ଚଳରେ ଏହି ପାରମ୍ପରିକ ଚିତ୍ର ଅଙ୍କନ କରିଥିଲେ। ଏଥିପାଇଁ ସେମାନଙ୍କ କଳାକୃତୀକୁ ସ୍ବୀକୃତି ସ୍ବରୂପ ପ୍ରତି ପରିବାରକୁ ୧୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଥିଲା। କାଯ୍ୟକ୍ରମର ଅନ୍ତିମ ଦିବସରେ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଭିଡିଓ କନ୍ଫରେନ୍ସିଂ ଜରିଆରେ ଏହି ଅର୍ଥ ପ୍ରଦାନ କାଯ୍ୟକ୍ରମର ଶୁଭାରମ୍ଭ କରିଥିଲେ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରଘୁରାଜପୁର ଓଡିଶାର ଗର୍ବ ଓ ଗୌରବ। ଏହି ଗାଁର ଶିଳ୍ପୀଙ୍କ ତୂଳୀରେ ରୂପ ନେଉଥିବା ପଟ୍ଟଚିତ୍ର ଆଜି ଓଡିଶା ପାଇଁ ଅନେକ ସୁନାମ ଓ ପ୍ରତିଷ୍ଠା ଆଣିଛି। ମହାନ୍ ଓଡିଶୀ ନୃତ୍ୟଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କର ଜନ୍ମଭୂମି ମଧ୍ୟ ରଘୁରାଜପୁର। କିଛି ବର୍ଷ ପୂର୍ବେ କୌଣସି ପୂର୍ବ ନିର୍ଦ୍ଧାରିତ କାର‌୍ୟ୍ୟକ୍ରମ ନ ଥାଇ ପୁରୀ ଯିବା ବାଟରେ ରଘୁରାଜପୁର ପରିଦର୍ଶନ କରିଥିବା ବିଷୟ ଉଲ୍ଲେଖ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସେ ଚାଲି ଚାଲି ପୁରା ଗାଁ ବୁଲି ଦେଖିଥିଲେ।

ପ୍ରତି ଘର ଦାଣ୍ଡ କାନ୍ଥରେ ଅଙ୍କିତ ଚିତ୍ର ତାଙ୍କୁ ମୁଗ୍ଧ କରିଦେଇଥିଲା। ସାରା ଗାଁଟି ତାଙ୍କୁ ଏକ ଇକ୍ସଗ୍ଧ ଏବକ୍ଷକ୍ଷରକ୍ସଚ୍ଚ ପରି ଲାଗିଥିଲା ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଥିଲେ। ତା ପରେ ପରେ ଗାଁ ଲୋକ ଯେପରି ଗାଁ ମଣ୍ଡପରେ ସଙ୍ଗେ ସଙ୍ଗେ ଗୋଟିପୁଅ ନାଚର ଆୟୋଜନ କରିଥିଲେ, ତାର ମଧ୍ୟ ମୁଖ୍ୟମନ୍ତ୍ରୀ ଉଚ୍ଚପ୍ରଶଂସା କରିଥିଲେ ଏବଂ ରଘୁରାଜପୁର ବାସିନ୍ଦା ମାନଙ୍କର ସେ ଦିନର ସେହି ଆଦର ତାଙ୍କ ପାଇଁ ଏକ ଅଭୁଲା ସ୍ମୃତି ହୋଇ ରହିଛି ଏବଂ ଏହାକୁ ସେ କେବେ ଭୁଲିପାରିବେ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରେ ଓଡିଶାର କଳା ହିଁ ତାର ଅନ୍ୟତମ ପରିଚୟ। ଏହାର ସୁରକ୍ଷା ଓ ବିକାଶ ପାଇଁ ସରକାର ସବୁବେଳେ କାମ କରୁଛନ୍ତି ଓ କାମ କରିଚାଲିବେ । ରଘୁରାଜପୁରରେ ଆୟୋଜିତ ଏହି ସପ୍ତରଙ୍ଗ ଭିତ୍ତିଚିତ୍ର କାର୍ଯ୍ୟକ୍ରମ ସଂପୂର୍ଣ୍ଣ documentation କରାଯାଇଥିବା ଜାଣି ମୁଖ୍ୟମନ୍ତ୍ରୀ ଆନନ୍ଦ ପ୍ରକାଶ କରିଥିଲେ ଏବଂ ୟୁଟ୍ୟୁୟୁବ ଜରିଆରେ ସାରା ବିଶ୍ବରେ ଆମ କଳାର ପ୍ରସାର ଦିଗରେ ସହାୟକ ହେବା ସଂଗେ ସଂଗେ ଭବିଷ୍ୟତରେ ପର‌୍ୟ୍ୟଟକ ମାନଙ୍କୁ ଆକୃଷ୍ଟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଥିଲେ।

ତକ୍ଟକ୍ଟଜ୍ଞ ମାଧ୍ୟମରେ ଆୟୋଜିତ ଏହି କାର‌୍ୟ୍ୟକ୍ରମରେ ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ଓ ପର‌୍ୟ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଓ ବିଭାଗୀୟ ସଚିବ ବିଷ୍ଣୁପଦ ସେଠୀ, ଓଡିଶା ଲଳିତକଳା ଏକାଡେମୀର ସଭାପତି ସୁଦର୍ଶନ ପଟ୍ଟନାୟକ, ସଂସ୍କୃତି ନିର୍ଦ୍ଦେଶକ ରଂଜନ ଦାସ, ପୁରୀ ଜିଲ୍ଲାପାଳ ଏବଂ ରଘୁରାଜପୁର ଗ୍ରାମ୍ୟ କମିଟିର ସଭାପତି ଲିଙ୍ଗରାଜ ସୁବୁଦ୍ଧି ପ୍ରମୁଖ ଅଂଶଗ୍ରହଣ କରିଥିଲେ।

ଐତିହ୍ୟ ଗ୍ରାମ ରଘୁରାଜପୁର ରଘୁରାଜପୁର
Share. Facebook Twitter LinkedIn Email WhatsApp Copy Link

Related Posts

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026
Latest News

ମାଲକାନଗିରିରେ ସୁରକ୍ଷା ବାହିନୀର ବଡ଼ ସଫଳତା, ବିପୁଳ ମାଓ ସାମଗ୍ରୀ ଜବତ

June 28, 2026

କମିଶନରେଟ୍ ପୁଲିସ୍‌ ହାତରେ ୫ କୋଟି ଠକେଇର ମୋଷ୍ଟ ୱାଣ୍ଟେଡ୍ ଅଭିଯୁକ୍ତ

June 28, 2026

ଜମି ପାଇଁ ବାପା ଭାଇକୁ ହାଣିଲା ବଡ଼ ଭାଇ

June 28, 2026

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.