Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାପ୍ରଭୁ ଶ୍ରୀଜଗନ୍ନାଥ କୋଟି ଓଡ଼ିଆର ମଉଡ଼ମଣି: ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ
ଆଜିର ଖବର

ମହାପ୍ରଭୁ ଶ୍ରୀଜଗନ୍ନାଥ କୋଟି ଓଡ଼ିଆର ମଉଡ଼ମଣି: ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ

July 10, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶାର ବିଦ୍ୱାନମାନଙ୍କର ଅଗ୍ରଣୀ ଅନୁଷ୍ଠାନ, ଉତ୍କଳ ବିଦ୍ୱତ ପରିଷଦ ତରଫରୁ ଏକ ଦୁଇଦିନିଆ ଆଲୋଚନାଚକ୍ର ଆଜି ସନ୍ଧ୍ୟାରେ ଜୁମ୍ ଭିଡ଼ିଓ ଯୋଗେ ଉଦ୍‌ଘାଟିତ ହୋଇଯାଇଛି। ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ରାଜଭବନରେ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ‘ଇତିହାସ ପୃଷ୍ଠାରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା’ ସମ୍ବନ୍ଧୀୟ ଆଲୋଚନାଚକ୍ରକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ।

ଉଦ୍‌ଘାଟନୀ ଭାଷଣରେ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ନିଜ ବକ୍ତବ୍ୟରେ କହିଲେ ଯେ, ‘ଶ୍ରୀଜଗନ୍ନାଥ ହେଉଛନ୍ତି କୋଟି ଓଡ଼ିଆର ମଉଡ଼ମଣି। ଏ ଜାତିର ପ୍ରାଣ ଓ ପରିଚୟ। ଇତିହାସକୁ ଅବଲୋକନ କଲେ ଜଣାଯାଏ ବହୁ ଘାତ ପ୍ରତିଘାତ ଭିତରେ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ପରମ୍ପରାକୁ ଓଡ଼ିଆମାନେ ରକ୍ଷା କରିବାକୁ ଅନେକ ବଳିଦାନ ଦେଇଛନ୍ତି। ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା ଅତିଶୀଘ୍ର ଏ କରୋନା ମହାମାରୀ ଦୂର ହେଉ ଏବଂ ଜନସାଧାରଣ ପୁନର୍ବାର ଶାନ୍ତି ଓ ମୈତ୍ରୀର ବାତାବରଣରେ ଜୀବନଯାପନ କରନ୍ତୁ।’

ପୁରୀ ଗଜପତି ମହାରାଜା କହିଲେ ଯେ ‘ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ପରମ୍ପରା ଅତ୍ୟନ୍ତ ପ୍ରାଚୀନ। ସ୍କନ୍ଧପୁରାଣ, ପୁରୁଷୋତ୍ତମ କ୍ଷେତ୍ର ମହାତ୍ମ୍ୟରୁ ଜଣାଯାଏ ଯେ ରାଜା ଇନ୍ଦଦ୍ୟୁମ୍ନଙ୍କ ଠାରୁ ଏ ପରମ୍ପରା ଆରମ୍ଭ ହୋଇଛି। ପ୍ରତ୍ୟେକ ଶ୍ରୀଜଗନ୍ନାଥପ୍ରେମୀ ସ୍କନ୍ଧପୁରାଣ ପୁରୁଷୋତ୍ତମ କ୍ଷେତ୍ର ମହାତ୍ମ୍ୟ ପଢି ମହାପ୍ରଭୁଙ୍କ ବିଷୟରେ ଅଧିକରୁ ଅଧିକ ଜାଣିଲେ ଆମ ସଂସ୍କୃତି ଓ ପରମ୍ପରା ରକ୍ଷା ହୋଇପାରିବ।

ବରେଣ୍ୟ ବକ୍ତାମାନଙ୍କ ମଧ୍ୟରେ କିସ୍ ବିଶ୍ୱବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର ହରେକୃଷ୍ଣ ଶତପଥୀ, ପଦ୍ମବିଭୂଷଣ ସୁଦର୍ଶନ ସାହୁ, ପଦ୍ମଶ୍ରୀ ଦେବୀ ପ୍ରସନ୍ନ ପଟ୍ଟନାୟକ, ଧର୍ମଶାସ୍ତ୍ରବିତ୍ ଡଃ ଅତୁଲ କୁମାର ନନ୍ଦ, ଐତିହ୍ୟ ବିଶାରଦ ଡଃ ସୁରେନ୍ଦ୍ର କୁମାର ମିଶ୍ର ଶ୍ରୀଜଗନ୍ନାଥଙ୍କ ଉପରେ ତଥ୍ୟ ଓ ତତ୍ତ୍ୱଭିତ୍ତିକ ପ୍ରବନ୍ଧମାନ ଉପସ୍ଥାପନ କରିଥିଲେ।

ପ୍ରାରମ୍ଭରେ ସ୍ୱାଗତ ଭାଷଣ ଆନ୍ତରାଷ୍ଟ୍ରୀୟ ହିନ୍ଦୁ ମହାସଭାର ସଭାପତି ଡଃ ବଦ୍ରୀନାଥ ପଟ୍ଟନାୟକ, ଅତିଥି ପରିଚୟ ପ୍ରଦାନ, ଉତ୍କଳ ବିଦ୍ୱତ ପରିଷଦର ଉପଦେଷ୍ଟା ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର ଓ ଉତ୍କଳ ବିଦ୍ୱତ ପରିଷଦର ଅଧ୍ୟକ୍ଷ ମନୋଜ ରଥ ଆଲୋଚନାଚକ୍ରର ବିଷୟବସ୍ତୁ ସମ୍ବନ୍ଧରେ ପ୍ରାଥମିକ ବକ୍ତବ୍ୟ ପ୍ରଦାନ କରିଥିଲେ। ଐତିହ୍ୟ ସଂରକ୍ଷଣ ପରିଷଦର ସମ୍ପାଦକ ଦେବୀ ପ୍ରସନ୍ନ ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମକୁ ସଞ୍ଚାଳନ କରିଥିଲେ ବିଜୟଚନ୍ଦ୍ର ବ୍ରହ୍ମା, ପଣ୍ଡିତ କମଳାକାନ୍ତ ଆଚାର୍ଯ୍ୟ ଓ ସୌମ୍ୟାଶ୍ରୀ ଆଶୀର୍ବାଦମ। ଆଜିର କାର୍ଯ୍ୟକ୍ରମରେ ସନ୍ଥ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ, ସ୍ୱାମୀ ଜଗନ୍ନାଥାନନ୍ଦ ସରସ୍ୱତୀ, ପ୍ରଫେସର ବୁଦ୍ଧଦେବ ମିଶ୍ର, ତିରୁପତିରୁ ଡଃ ଜ୍ଞାନ ରଞ୍ଜନ ପଣ୍ଡା, ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା, ପଣ୍ଡିତ ବିନୋଦ ବିହାରୀ ଦାସ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।

ଆନ୍ଧ୍ର ରାଜ୍ୟପାଳ ପୁରୀ ଗଜପତି ବିଶ୍ବଭୂଷଣ ହରିଚନ୍ଦନ ମହାପ୍ରଭୁ ଶ୍ରୀଜଗନ୍ନାଥ
Share. Facebook Twitter LinkedIn Email WhatsApp Copy Link

Related Posts

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026

ରାହୁଲ ଗାନ୍ଧୀଙ୍କ ସମେତ ୨୫ ସାଂସଦଙ୍କୁ ଗୁଳି ଧମକ ମାମଲା: ପୋଲିସ ହେପାଜତରେ ଅଭିଯୁକ୍ତ

February 19, 2026
Latest News

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.