Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସଵ ଓ ପ୍ରତିଯୋଗିତା
ଆଜିର ଖବର

ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ହେଲା ରାଜ୍ୟସ୍ତରୀୟ କାର୍ତ୍ତିକ ପୂର୍ଣ୍ଣିମା ମହୋତ୍ସଵ ଓ ପ୍ରତିଯୋଗିତା

November 20, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମା ଆମ ଓଡିଶାର ପରମ୍ପରା ଓ ଧର୍ମୀୟ ଭାବନା ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଉତ୍କଳର ପ୍ରାଚୀନ ଗାରିମାମୟ ନୌବାଣିଜ୍ୟ ଇତିହାସ ଦୃଷ୍ଟିକୋଣରୁ ଏହାର ବୈଶିଷ୍ଟ୍ୟତା ରହିଛି। ଏହାକୁ ସାଧାରଣତଃ ଓଡ଼ିଶାର ପୁରପଲ୍ଲୀରେ ଧର୍ମ ମାସ ହିସାବରେ ବିବେଚନା କରାଯାଏ। ଏହି ପର୍ବ ସହିତ ଓଡ଼ିଶାର ନିଜସ୍ୱ ଚାଲି ଚଳଣୀ ଓ ପାରମ୍ପରିକ ଆଚାର ବିଚାର ଯୋଡି ହୋଇ ରହିଛି ଏହି ପରିପ୍ରେକ୍ଷୀରେ କାର୍ତ୍ତିକ ପୂର୍ଣ୍ଣିମା ସହ ଜଡିତ ପାରମ୍ପରିକ ସଂସ୍କୃତିର ପ୍ରଚାର ପ୍ରସାର ତଥା ଲୋକକଳାକୁ ରୁଦ୍ଧିମନ୍ତ କରିବା ପାଇଁ ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମସ୍ତ ୩୦ ଗୋଟି ଜିଲ୍ଲାରେ ଥିବା ଲୋକକଳା ଗ୍ରାମ ସହିତ ଭୁବନେଶ୍ୱର, ରବୀନ୍ଦ୍ର ମଣ୍ଡପରେ ରାଜ୍ୟସ୍ତରୀୟ ଝୋଟି ଚିତା, ହୁଳହୁଳି, ଡ଼ଙ୍ଗା ଭସାଣି, ଲକ୍ଷ୍ମୀ ପୁରାଣ ଓ ଭାଗବତ ପଠନ ଏବଂ ପିଠାପଣା ପ୍ରତିଯୋଗିତା ଆୟୋଜନ କରାଯାଇଥିଲା।

ରବୀନ୍ଦ୍ର ମଣ୍ଡପଠାରେ ଆୟୋଜିତ ରାଜ୍ୟସ୍ତରୀୟ ମହୋତ୍ସଵ ଓ ପ୍ରତିଯୋଗିତାରେ ମହିଳା ମାନେ ଅତି ଉତ୍ସାହର ସହ ଭାଗ ନେଇଥିଲେ। ଝୋଟି ଚିତାରେ ୧୭୩, ପିଠାପଣାରେ ୩୦, ଲକ୍ଷ୍ମୀପୁରାଣ ପଠନରେ ୧୬ ଓ ହୁଳହୁଳି ପ୍ରତିଯୋଗିତାରେ ୪୫ ଜଣ ମହିଳା ଭାଗ ନେଇଥିଲେ। ପୁରସ୍କାର ବିତରଣୀ ଉତ୍ସବରେ ଭିନ୍ନକ୍ଷମ ଆୟୁକ୍ତ ସୁଲୋଚନା ଦାସ, ମହିଳା ଓ ଶିଶୁ ବିକାଶ ବିଭାଗ ପରାମର୍ଶଦାତା ସୁଲତା ଦେଓ, ବିଭାଗର ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ସ୍ୱତନ୍ତ୍ର ସଚିବ ରାମକୃଷ୍ଣ ସାହୁ, ରାଜ୍ୟ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଳବିଶୋଇ ଓ ରାଜ୍ୟ କଳାକାର ସଂଘ ଉପସଭାପତି ଅବନୀ ମିଶ୍ର ପ୍ରମୁଖ ଅତିଥି ରୂପେ ଯୋଗ ଦେଇଥିଲେ।

ନିଜ ବକ୍ତବ୍ୟରେ ନିର୍ଦ୍ଦେଶକ ଶ୍ରୀ ଦାସ ଓଡ଼ିଆ ପରମ୍ପରାକୁ ଜଜ୍ଜୀବିତ ରଖିବା ଲାଗି ରାଜ୍ୟ ସରକାର ନେଉଥିବା ବିଭିନ୍ନ ଯୁଗାନ୍ତକାରୀ ପଦକ୍ଷେପ ଲାଗି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାଧୁବାଦ ଜଣାଇଥିଲେ। ଓଡ଼ିଆ ଜାତିର ପରିଚାୟକ ବିଭିନ୍ନ ପ୍ରତିଯୋଗିତାରେ ଅତି ଉତ୍ସାହର ସହ ଭାଗ ନେଇଥିବା ସମସ୍ତ ପ୍ରତିଯୋଗୀ ମା’ ଓ ଭଉଣୀ ମାନଙ୍କୁ ଭୁୟସୀ ପ୍ରଶଂସା କରିଥିଲେ। ଏହି କାର୍ଯ୍ୟକ୍ରମ ପ୍ରତିବର୍ଷ ଆୟୋଜନ ହେବା ପାଇଁ ନିଷ୍ପତ୍ତି ନିଆଯାଇଥିବା ସୂଚନା ଦେଇଥିଲେ।

ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିବା ସମସ୍ତ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ କଳାକ୍ଷେତ୍ର ସାଂସ୍କୃତିକ କେନ୍ଦ୍ର ଏବଂ ହେଲ୍ପମେଟ ମହିଳା ସଂଘଙ୍କ ସହଭାଗିତାରେ ଆୟୋଜନ କରାଯାଇଥିଲା। ପରିଶେଷରେ ରାଜ୍ୟ ପ୍ରକଳ୍ପ ସଂଯୋଜକ ବାସୁଦେବ ମାଳବିଶୋଇ ଧନ୍ୟବାଦ ଅର୍ପଣ କରିଥିଲେ।

ଓଡିଶାର ପରମ୍ପରା ଧର୍ମୀୟ ଭାବନା ପ୍ରତିଯୋଗିତା ରବୀନ୍ଦ୍ର ମଣ୍ଡପ ରାଜ୍ୟସ୍ତରୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

ସୁପର-୮ ରେ ଟିମ୍ ଇଣ୍ଡିଆ ପାଇଁ ଅଗ୍ନି ପରୀକ୍ଷା!: ଜାଣନ୍ତୁ ଦକ୍ଷିଣ ଆଫ୍ରିକା ବିରୋଧରେ କ’ଣ ରହିଛି ରେକର୍ଡ?

February 19, 2026

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.