Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠୁ ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ “ପଖାଳ ଉତ୍ସବ” 
ଆଜିର ଖବର

ଆସନ୍ତାକାଲିଠୁ ସୋଆ ଏସ୍‌ଏଚ୍‌ଏମ୍ ପକ୍ଷରୁ “ପଖାଳ ଉତ୍ସବ” 

March 31, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡିଶାର ପାରମ୍ପରିକ ଖାଦ୍ୟ “ପଖାଳ” ପ୍ରତ୍ୟେକ ଓଡ଼ିଆଙ୍କ ଘରେ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ ପାଇଥାନ୍ତି।

ଏହି ଖାଦ୍ୟକୁ ଅଧିକ ମାତ୍ରାରେ ପ୍ରସାରିତ ଓ ଆଦୃତ କରିବା ପାଇଁ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍‌ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ପକ୍ଷରୁ ଶିକ୍ଷା ଅନୁଷ୍ଠାନରେ ଏପ୍ରିଲ୍ ୧ ରୁ ୬ ତାରିଖ ପର୍ଯ୍ୟନ୍ତ ୬ ଦିନ ବ୍ୟାପି “ପଖାଳ ଉତ୍ସବ”ର ଆୟୋଜନ କରାଯାଇଛି।

ଏହି ଉତ୍ସବରେ ଅତିଥିମାନଙ୍କୁ ପଖାଳ ସହିତ ବିଭିନ୍ନ ପ୍ରକାର ସ୍ୱାଦିଷ୍ଟ ଓଡ଼ିଆ ବ୍ୟଞ୍ଜନ ପରିବେଷଣ କରାଯିବ। ଓଡିଶାର ଗ୍ରାମୀଣ ସଂସ୍କୃତି, ପରମ୍ପରା, ଖାଦ୍ୟରୁଚି, ଜୀବନଚର୍ଯ୍ୟା ତଥା କଳା କୌଶଳର ଏକ ଜୀବନ୍ତ ରୁଚିର ଉପସ୍ଥାପନା ଏହି ପଖାଳ ଉତ୍ସବରେ ଦେଖିବାକୁ ମିଳିବ।

ସ୍କୁଲ ଅଫ୍ ହୋଟେଲ ମ୍ୟାନେଜମେଂଟର ଆଡଭାଇଜର ଡିନ୍ ପ୍ରଫେସର ଶିତିକଣ୍ଠ ମିଶ୍ରଙ୍କ ତତ୍ୱାବଧାନ ଓ ସମସ୍ତ ଫାକଲ୍ଟି ମେମ୍ବର, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ସହଯୋଗରେ ପ୍ରତ୍ୟେକ ବର୍ଷ ଏହି ପଖାଳ ଉତ୍ସବ ପାଳନ ହୋଇଆସୁଥିବା ବେଳେ ଗତ ୨ବର୍ଷ ଧରି କୋଭିଡ ମହାମାରୀ ଯୋଗୁଁ ଏହି ଉତ୍ସବକୁ ସ୍ଥଗିତ ରଖାଯାଇଥିଲା।

ପାରମ୍ପରିକ ବ୍ୟଞ୍ଜନ ପରିବେଷଣ ସହିତ ଓଡ଼ିଶାର ସଂସ୍କୃତି ଓ ପରମ୍ପରାକୁ ବଜାୟ ରଖି ପ୍ରତ୍ୟେକ ଓଡିଆଙ୍କ ଖାଦ୍ୟରୁଚି ତଥା ଓଡିଆଙ୍କ ଭାବଧାରାକୁ ସର୍ବସାଧାରଣଙ୍କ ନିକଟରେ ଏକ ସ୍ୱତନ୍ତ୍ର ସ୍ଥାନ ଦେବା ହେଉଛି ଏହି ପଖାଳ ଉତ୍ସବ ଆୟୋଜନର ମୁଖ୍ୟ ଉଦ୍ଦେଶ୍ୟ ବୋଲି ପ୍ରଫେସର ମିଶ୍ର କହିଛନ୍ତି।

ଅତିଥିମାନଙ୍କୁ ଏସ୍‌ଏଚ୍‌ଏମ୍ ର ରେଷ୍ଟୁରାଂଟ ପରିସରରେ ୬ ଦିନ ବ୍ୟାପି ଅନୁଷ୍ଠିତ ହେବାକୁ ଥିବା ପଖାଳ ଉତ୍ସବରେ ଦିନ ୧୨ ଟାରୁ ୩ ଟା ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ପଖାଳ ପରସା ଯିବ। ଏହାର ମୂଲ୍ୟ ୨୦୦ ଟଙ୍କା ରଖାଯାଇଛି।

ଏହି ପଖାଳ ଉତ୍ସବରେ ପାରମ୍ପରିକ ଉଷୁନା ପଖାଳ, ଅରୁଆ ପଖାଳ, ଦହି ପଖାଳ, ଲେମ୍ବୁ ପଖାଳ, ଆମ୍ବ ପଖାଳ ସହିତ ପଖାଳ ଭାତକୁ ସୁହାଇଲା ଭଳି ବିଭିନ୍ନ ପ୍ରକାର ଆମିଷ ଓ ନିରାମିଷ ବ୍ୟଞ୍ଜନ ଯେପରିକି – ମାଛ ପତ୍ରପୋଡା, ଚିଙ୍ଗୁଡି ଛେଚା, ଖଇଙ୍ଗା ଶୁଖୁଆ ଭଜା, ଛତୁ ପତ୍ର-ପୋଡା, ଆଳୁ ଭଜା, ବାଇଗଣ ଭରତା, ଗୋଟା କଲରା ଭଜା, କଖାରୁ ଫୁଲ ପିଠଉ, ଶାଗ ବଡି ଭଜା ଓ ବଡି ଚୁରା ପରିବେଷଣ କରାଯିବ।

ଓଡିଶାର ଜନସାଧାରଣଙ୍କ ଖାଦ୍ୟ ରୁଚିକୁ ଲକ୍ଷ୍ୟ କରି ମିଠା ପାନ ପରିବେଷଣର ବ୍ୟବସ୍ଥା ମଧ୍ୟ ରହିବ।

ପଖାଳ ଉତ୍ସବ ଭୁବନେଶ୍ୱର ସୋଆ ଏସ୍‌ଏଚ୍‌ଏମ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026
Latest News

ବିହାର ରାଜ୍ୟସଭା ନିର୍ବାଚନ: ସମସ୍ତ ପାଞ୍ଚ ଆସନ ଜିତିଲେ ଏନଡିଏ ପ୍ରାର୍ଥୀ

March 16, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ରାଜ୍ୟସଭା ନିର୍ବାଚନରେ ନଅ ବିଧାୟକ କଲେ କ୍ରସ ଭୋଟିଂ, ରାଜ୍ୟ ରାଜନୀତିରେ ହଲଚଲ

March 16, 2026

ପଶ୍ଚିମବଙ୍ଗରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ବିଜେପି: ପୁଣି ମମତା-ଶୁଭେନ୍ଦୁ ମୁହାଁମୁହିଁ

March 16, 2026

୨୦୨୬ ଆଇପିଏଲ: ଏହି ଦଳକୁ ମିଳିଲା ୨୪ ବର୍ଷୀୟ ଅଧିନାୟକ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.