Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଫୁଲ୍ଲ କର ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରିବାକୁ ଘୋଷଣା
ବିଶେଷ ଖବର

ପ୍ରଫୁଲ୍ଲ କର ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରିବାକୁ ଘୋଷଣା

April 18, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଫୁଲ୍ଲ କର ଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ସମ୍ମାନ ସହ ଶେଷକୃତ୍ୟ କରିବାକୁ ଘୋଷଣା

ଭୁବନେଶ୍ୱର: ଯଶସ୍ବୀ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ବିୟୋଗ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତା ରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ସ୍ବର୍ଗତ କରଙ୍କୁ ଜଣେ ଯଶସ୍ବୀ କଳାକାର ଭାବରେ ବର୍ଣନା କରିଛନ୍ତି।

ଜଣେ ଗୀତିକାର ସଂଗୀତଜ୍ଞ ତଥା ସଂଗୀତ ନିର୍ଦେଶକ ଭାବରେ ସେ ଅନେକ ଗୌରବଜ୍ବଳ କୀର୍ତ୍ତି ସ୍ଥାପନ କରିଯାଇଛନ୍ତି। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଓ ନିର୍ଦ୍ଦେଶନା ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏକ ଟୁଇଟ ମାଧ୍ୟମରେ ମଧ୍ୟ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, “ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଫୁଲ୍ଲ କରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ବିୟୋଗ ଓଡ଼ିଆ ସଙ୍ଗୀତ ଜଗତରେ ଏକ ଯୁଗର ଅବସାନ ଘଟାଇଛି। ତାଙ୍କର ସ୍ୱତନ୍ତ୍ର ସଙ୍ଗୀତ ରଚନା ଶୈଳୀ ଲୋକଙ୍କ ହୃଦୟରେ ତାଙ୍କୁ ସର୍ବଦା ଅମର କରି ରଖିବ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରୁଛି।”

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି। ସ୍ବର୍ଗତ କରଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନ ସହ ଅନୁଷ୍ଠିତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଶେଷକୃତ୍ୟ ସମୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ ଜଣ ମନ୍ତ୍ରୀ ଉପସ୍ଥିତ ରହି ଶେଷ ସମ୍ମାନ ଜଣାଇବେ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ସେହି ଅନୁସାରେ ମନ୍ତ୍ରୀ ପ୍ରତାପ ଜେନା ଏବଂ ମନ୍ତ୍ରୀ ସମୀର ଦାସ ପୁରୀ ସ୍ବର୍ଗଦ୍ବାରରେ ହେବକୁ ଥିବା ଶେଷକୃତ୍ୟରେ ଉପସ୍ଥିତ ରହିବେ ବୋଲି କୁହାଯାଇଛି।

ପ୍ରଫୁଲ କର
Share. Facebook Twitter LinkedIn Email WhatsApp Copy Link

Related Posts

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026

କାଜାଖସ୍ତାନ ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

September 13, 2026
Latest News

ଫାଇନାଲରେ ଶ୍ରୀଲଙ୍କାକୁ ପରାସ୍ତ କରି ୮ମ ଥର ପାଇଁ ମହିଳା ଏସିଆ କପ୍ ଜିତିଲା ଭାରତ

September 13, 2026

ମଣିପୁରରେ ପୁଣି ରକ୍ତର ଛିଟା: ଦୁ ଆକ୍ରମଣରେ ୪ ମୃତ, ମହିଳା ଓ ନବଜାତକୁ ବି ଛାଡ଼ିଲେନି ଆତଙ୍କୀ!

September 13, 2026

କଟକ ସିଡିଏ ସେକ୍ଟର-୧୩ରେ ମହିଳାଙ୍କୁ ହତ୍ୟା

September 13, 2026

ଭାରତରେ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚିଥିଲା ଓସାମା: ସିଆଇଏର ଗୁପ୍ତ ତଥ୍ୟରୁ ବଡ଼ ଖୁଲାସା

September 13, 2026

ଓରାଙ୍ଗଉଟାନ ଶିଶୁଙ୍କ ଚିକିତ୍ସା ଓ ସୁରକ୍ଷା ପାଇଁ ଗଠିତ ହେଲା ବୈଷୟିକ କମିଟି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.