Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଚିଲିକା: ଏଥର ନିୟମ ନମାନିଲେ ଡିଜେ ବଜାଳିଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ, ଏସଡିପିଓ ଦେଲେ ସଂକେତ
ଅପରାଧ

ଚିଲିକା: ଏଥର ନିୟମ ନମାନିଲେ ଡିଜେ ବଜାଳିଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ, ଏସଡିପିଓ ଦେଲେ ସଂକେତ

September 8, 2022No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ବାଣପୁର ଓ ବାଲୁଗାଁ ଅଞ୍ଚଳରେ ମୂର୍ତ୍ତି ବିସର୍ଜନ, ପର୍ବପର୍ବାଣି, ରାଲି, ବିବାହ, ବ୍ରତଘରେ ଆଦି ଡ଼ିଜେ ଜୋରସୋରରେ ବାଜୁଥିବା ବେଳେ ନା ରହୁଛି କଟକଣା, ନା ରହୁଛି ସମୟ ଅବଧି। କିଏ ସକାଳୁ ଡ଼ିଜେ ବଜାଉଛି ତ ଆଉ କିଏ ମଧ୍ୟରାତ୍ରି ଯାଏଁ ଡିଜେ ବଜାଉଛି। ତେବେ ଏଥିରେ ଅଧିକ ପ୍ରଭାବିତ ହେଉଛନ୍ତି ଛୋଟ ଶିଶୁ, ବରିଷ୍ଠ ନାଗରିକ ଏବଂ ହୃଦୀରୋଗୀ। ଏକ ନିର୍ଦ୍ଦିଷ୍ଟ ଡେସିମିଲ ପରିଧି ମଧ୍ୟରେ ଡ଼ିଜେ ବାଜିବା କଥା। ଅନୁରୂପ ଭାବେ ଡ଼ିଜେ ବଜାଇବା ନିମନ୍ତେ ଅନୁମତି ପତ୍ର ମଧ୍ୟ ଉପଜିଲ୍ଲାପାଳଙ୍କ ଠାରୁ ଆଣିବା କଥା। କିନ୍ତୁ ବାଣପୁର-ବାଲୁଗାଁ ଅଞ୍ଚଳରେ ଏହାର ବ୍ୟତିକ୍ରମ ଘଟୁଛି। ସବୁ କଟକଣାକୁ ଜନସାଧାରଣ ମାନେ ଫୁ କରି ଉଡାଇଦେଉଛନ୍ତି।

ବାଣପୁର ଏକ ପୁରୁଣା ସହର ହୋଇଥିବା ବେଳେ ଏହାର ରାସ୍ତା ଗୁଡ଼ିକ ଅତି ସଂକୀର୍ଣ୍ଣ ଏବଂ ଘର ଗୁଡ଼ିକ ମଧ୍ୟ ବହୁ ପୁରାତନ। ଏହି ପରିସ୍ଥିତିରେ ଯଦି ଉକ୍ତ ରାସ୍ତା ଦେଇ ଜୋର ଶବ୍ଦରେ ଡ଼ିଜେ ବାଜୁଛି ତେବେ ଘରର ଅବସ୍ଥା କଣ ହେବ ତାହା ସହଜରେ ଅନୁମେୟ। ଅନୁରୂପ ଭାବେ ଚଳିତ ବର୍ଷ ଗଣେଶ ପୂଜା ଭଷାଣିରେ ଡ଼ିଜେ ବାଜିବାକୁ ନେଇ ଉକ୍ତ ଅଂଚଳରେ ଛୋଟ ମୋଟ ଗଣ୍ଡଗୋଳ ମଧ୍ୟ ଉପୁଜିଥିବାର ଦେଖାଯାଇଛି।

ତେବେ ଏଥିରେ ଅତିଷ୍ଠ ହୋଇ ଗତକାଲି ବାଣପୁର ଅଞ୍ଚଳର ଜଣେ ଯୁବକ ଖୋର୍ଦ୍ଧା ଏସପିଙ୍କୁ ଟ୍ୱିଟ କରିଥିବାର ମଧ୍ୟ ଦେଖାଯାଇଛି। ପୋଲିସ ପ୍ରଶାସନ ଏବଂ ଉଭୟ ତହସିଲଦାର ଏ ଦିଗରେ ଉଚିତ ପଦକ୍ଷେପ ନେବାପାଇଁ ସାଧାରଣରେ ଦାବି ହେଉଛି। ତେବେ ଏ ନେଇ ବାଲୁଗାଁ ଏସଡିପିଓ ମାନସ ରଞ୍ଜନ ବାରିକଙ୍କୁ ପଚାରିବାରୁ ପୋଲିସ ଉଭୟ ଅଞ୍ଚଳରେ ଯଥାସମ୍ଭବ ପାଟ୍ରୋଲିଂ ଜାରି ରଖିଛି ଏବଂ ଯଦି ଏପରି ସମସ୍ୟାର କେହି ସମ୍ମୁଖୀନ ହେଉଛନ୍ତି, ତେବେ ସେ ବ୍ୟକ୍ତି ତୁରନ୍ତ ଏସଡିପିଓ ଙ୍କ ବ୍ୟକ୍ତିଗତ ନମ୍ବର (୯୦୭-୮୯୩-୪୯୩୪) କୁ କଲ କିମ୍ବା ହ୍ଵାଟ୍ସଆପରେ ମେସେଜ କରିବାକୁ ଅନୁରୋଧ କରିଛନ୍ତି। ଏବଂ ଅମାନିଆଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଏସଡିପିଓ ଶ୍ରୀ ବାରିକ କହିଛନ୍ତି।

ଚିଲିକା ବାଣପୁର ବାୟୁ ପ୍ରଦୂଷଣ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026

ଆଜି ମାର୍ଚ୍ଚ ୮ ତାରିଖ ରବିବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

March 8, 2026
Latest News

ଅନ୍ତର୍ଜାତୀୟ ମହିଳା ଦିବସରେ କର୍ତ୍ତବ୍ୟ ପଥ ଠାରେ ଆୟୋଜିତ ହେବ ‘ଶକ୍ତି ପଦଯାତ୍ରା’

March 8, 2026

ପଶ୍ଚିମବଙ୍ଗରେ ରାଷ୍ଟ୍ରପତିଙ୍କ ଅପମାନ ଏବଂ ସାନ୍ତାଳ ସଂସ୍କୃତିର ଅନାଦରକୁ ନିନ୍ଦା କଲେ ପ୍ରଧାନମନ୍ତ୍ରୀ

March 8, 2026

କୋଟା ବିମାନବନ୍ଦରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 8, 2026

ଆଜି ଅନ୍ତର୍ଜାତୀୟ ମହିଳା ଦିବସ ସମାରୋହରେ ଯୋଗଦେବେ ରାଷ୍ଟ୍ରପତି

March 8, 2026

ଆଜି ମାର୍ଚ୍ଚ ୮ ତାରିଖ ରବିବାରରେ ଏହି ରାଶି ବ୍ୟକ୍ତିମାନେ ହେବେ ଭାଗ୍ୟବାନ

March 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.